1

1 ଯୀଶୁଙ୍କ ଆଗମନର ପ୍ରସ୍ତୁତି ଏହା ପରମେଶ୍ୱରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଗ୍ଭରର ଆରମ୍ଭ।

2 ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟଙ୍କ ପୁସ୍ତକରେ ଲେଖାଅଛି: “ଶୁଣ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ପୂର୍ବରୁ ପଠାଉଛୁ ସେ ତୁମ୍ଭ ପାଇଁ ପଥ ପ୍ରସ୍ତୁତ କରିବ।”

3 “ମରୁଭୂମିରେ ଜଣେ ପାଟିକରି କହୁଛି; ‘ପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର, ତାହାଙ୍କ ପାଇଁ ରାସ୍ତା ସମତଳ କର।’”

4 ତେଣୁ ବାପ୍ତିଜକ ଯୋହନ ମରୁଭୂମି ଅଞ୍ଚଳକୁ ଆସି ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିଲେ। ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ନିଜର ହୃଦୟ ପରିବର୍ତ୍ତନ କରିବାକୁ ଗ୍ଭହୁଁ ଥିବାରୁ ବାପ୍ତିସ୍ମ ଗ୍ରହଣ କର। ତା’ପରେ ତୁମ୍ଭମାନଙ୍କର ପାପଗୁଡ଼ିକୁ କ୍ଷମା କରାଯିବ।

5 ଯିହୂଦା ଓ ଯିରୁଶାଲମର ସବୁଲୋକ ଯୋହନଙ୍କ ପାଖକୁ ଆସିଲେ। ନିଜ ନିଜ ପାପ ସ୍ୱୀକାର କରି ଯର୍ଦ୍ଦନ ନଦୀରେ ସେମାନେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ।

6 ଯୋହନ ଓଟ ଲୋମରେ ତିଆରି ପୋଷାକ ପିନ୍ଧୁଥିଲେ ଓ ଅଣ୍ଟା ଗ୍ଭରିପଟେ ଗୋଟିଏ ଚମଡ଼ାର ପଟି ବାନ୍ଧୁଥିଲେ। ପଙ୍ଗପାଳ ଓ ବନ-ମଧୁ ତାହାଙ୍କର ଖାଦ୍ୟ ଥିଲା।

7 ଯୋହନ ଲୋକମାନଙ୍କ ଆଗରେ ଘୋଷଣା କରୁଥିଲେ: “ମୋ’ ପରେ ଜଣେ ଶକ୍ତିଶାଳୀ ଲୋକ ଆସୁଛନ୍ତି; ମୁଁ ଆଣ୍ଠୁମାଡ଼ି ବସି ତାହାଙ୍କର ଜୋତା ଖୋଲିବା ପାଇଁ ମଧ୍ୟ ଯୋଗ୍ୟ ନୁହେଁ।

8 ମୁଁ ତୁମ୍ଭମାନଙ୍କୁ ଜଳ ଦ୍ୱାରା ବାପ୍ତିସ୍ମ ଦେଉଛି, କିନ୍ତୁ ସେ ତୁମ୍ଭମାନଙ୍କୁ ପବିତ୍ରଆତ୍ମାଙ୍କ ଦ୍ୱାରା ବାପ୍ତିସ୍ମ ଦେବେ।”

9 ଯୀଶୁଙ୍କ ବାପ୍ତିସ୍ମ ଗ୍ରହଣ ସେହି ସମୟରେ ଯୀଶୁ ଗାଲିଲୀର ନାଜରିତ ସହରରୁ ଯୋହନଙ୍କ ପାଖକୁ ଆସିଲେ। ଯୋହନ ଯୀଶୁଙ୍କୁ ଯର୍ଦ୍ଦନ ନଦୀରେ ବାପ୍ତିସ୍ମ ଦେଲେ।

10 ଯୀଶୁ ଜଳରୁ ବାହାରି ଆସୁଥିବା ସମୟରେ ସ୍ୱର୍ଗ ଖୋଲା ଥିବାର ଦେଖିଲେ। ସେ ଦେଖିଲେ ଯେ, ପବିତ୍ରଆତ୍ମା ତାହାଙ୍କ ଉପରକୁ କପୋତ ଭଳି ଓହ୍ଲାଇ ଆସୁଛନ୍ତି।

11 ଆକାଶରୁ ବାଣୀ ହେଲା: “ହେ ମୋହର ପୁତ୍ର, ମୁଁ ତୁମ୍ଭକୁ ପ୍ରେମ କରେ, ମୁଁ ତୁମ୍ଭ ଉପରେ ବହୁତ ଖୁସୀ।”

12 ଯୀଶୁଙ୍କୁ ଶୟତାନର ପରୀକ୍ଷା ତା’ପରେ, ସଙ୍ଗେ ସଙ୍ଗେ ଆତ୍ମା ଯୀଶୁଙ୍କୁ ମରୁଭୂମିକୁ ଏକୁଟିଆ ପଠାଇଦେଲେ।

13 ଯୀଶୁ ସେଠାରେ ଗ୍ଭଳିଶ୍ ଦିନ ପର୍ଯ୍ୟନ୍ତ ଉପବାସ ପ୍ରାର୍ଥନା ସହିତ ରହିଲେ। ସେଠାରେ ସେ ଶୟତାନ ଦ୍ୱାରା ପରୀକ୍ଷିତ ହେଲେ। ତା’ପରେ ସ୍ୱର୍ଗଦୂତମାନେ ଆସି ଯୀଶୁଙ୍କର ସେବା କଲେ।

14 ଯୀଶୁ ଗାଲିଲୀରେ ତାଙ୍କର କାର୍ଯ୍ୟ ଆରମ୍ଭ କଲେ ଏହା ପରେ ଯୋହନଙ୍କୁ କାରାଗାରରେ ବନ୍ଦୀ କରି ରଖାଗଲା। ଯୀଶୁ ଗାଲିଲୀକୁ ଆସିଲେ ଓ ସେ ପରମେଶ୍ୱରଙ୍କ ସୁସମାଗ୍ଭର ପ୍ରଗ୍ଭର କରିବାକୁ ଲାଗିଲେ।

15 ଯୀଶୁ କହିଲେ, “ବର୍ତ୍ତମାନ ଉପଯୁକ୍ତ ସମୟ ଆସିଯାଇଛି। ପରମେଶ୍ୱରଙ୍କ ରାଜ୍ୟ ପାଖ ହୋଇ ଗଲାଣି। ତୁମ୍ଭମାନଙ୍କର ହୃଦୟ ପରିବର୍ତ୍ତନ କର। ସୁସମାଗ୍ଭରରେ ବିଶ୍ୱାସ କର।”

16 ଯୀଶୁ କେତେକ ଶିଷ୍ୟଙ୍କୁ ବାଛିଲେ ଯୀଶୁ ଗାଲିଲୀ ହ୍ରଦ ଦେଇ ଯିବା ସମୟରେ ଶିମୋନ ଓ ତାହାଙ୍କ ଭାଇ ଆନ୍ଦ୍ରିୟକୁ ଦେଖିଲେ। ଶିମୋନ, ପିତରଙ୍କର ଏହା ଅନ୍ୟ ଏକ ନାମ। ସେହି ଦୁଇଜଣ କେଉଟ ଥିଲେ। ମାଛ ଧରିବା ପାଇଁ ସେମାନେ ହ୍ରଦ ଭିତରକୁ ଜାଲ ଫିଙ୍ଗୁଥିଲେ।

17 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆସ ଓ ମୋତେ ଅନୁସରଣ କର। ମୁଁ ତୁମ୍ଭମାନଙ୍କୁ ଏକ ଭିନ୍ନ ପ୍ରକାରର ମାଛ ଧରିବା ଶିଖାଇବି। ତୁମ୍ଭେମାନେ ମାଛ ବଦଳରେ ମନୁଷ୍ୟଙ୍କୁ ଏକାଠି କରିବ।”

18 ତେଣୁ ଶିମୋନ ଓ ଆନ୍ଦ୍ରିୟ ସେମାନଙ୍କର ଜାଲ ଛାଡ଼ି, ଯୀଶୁଙ୍କୁ ଅନୁସରଣ କଲେ।

19 ଯୀଶୁ ଗାଲିଲୀ ହ୍ରଦ କୂଳରେ ଗ୍ଭଲିବାକୁ ଲାଗିଲେ। କିଛି ବାଟ ଗଲା ପରେ, ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ଦେଖିଲେ। ସେ ଦୁଇ ଭାଇ ନୌକାରେ ବସି ମାଛ ଧରିବା ପାଇଁ ଜାଲ ସଜାଡ଼ୁଥିଲେ।

20 ସେହି ଦୁଇ ଭାଇଙ୍କ ସହ, ଡଙ୍ଗାରେ ସେମାନଙ୍କ ବାପା ଜେବଦୀ ଓ ଅନ୍ୟ ସାହାଯ୍ୟକାରୀ ଶ୍ରମିକମାନେ ଥିଲେ। ସେହି ଦୁଇ ଭାଇଙ୍କୁ ଦେଖିବା ମାତ୍ରେ ଯୀଶୁ ସେମାନଙ୍କୁ ଆସିବାକୁ ଅନୁରୋଧ କଲେ। ସେମାନେ ସେମାନଙ୍କର ବାପା ଓ ଶ୍ରମିକମାନଙ୍କୁ ଛାଡ଼ି, ଯୀଶୁଙ୍କୁ ଅନୁସରଣ କଲେ।

21 ଯୀଶୁ ଦୁଷ୍ଟାତ୍ମାକୁ ସୁସ୍ଥ କଲେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଗଲେ। ବିଶ୍ରାମ ଦିବସ ରେ ଯୀଶୁ ସମାଜଗୃହକୁ ଯାଇ ସେଠାରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ।

22 ଯୀଶୁଙ୍କ ଶିକ୍ଷା ଶୁଣି ସେଠାକାର ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ଯୀଶୁ ସେମାନଙ୍କୁ ଧର୍ମଶାସ୍ତ୍ରୀଙ୍କ ପରି ଶିକ୍ଷା ନ ଦେଇ ଜଣେ ଅଧିକାର ପାଇଥିବା ବ୍ୟକ୍ତିଙ୍କ ଭଳି ଶିକ୍ଷା ଦେଲେ।

23 ଯୀଶୁ ସମାଜଗୃହ ରେ ଥିବା ସମୟରେ ସେଠାରେ ଏପରି ଜଣେ ଲୋକ ଥିଲା, ଯାହାଙ୍କର ଦେହରେ ଭୂତଟିଏ ପ୍ରବେଶ କରି ରହିଥିଲା। ସେ ଲୋକଟି ପାଟି କରି କହିଲା,

24 “ହେ ନାଜରିତୀୟ ଯୀଶୁ, ତୁମ୍ଭେ ଆମ୍ଭଠାରୁ କ’ଣ ଗ୍ଭହୁଁଛ? ତୁମ୍ଭେ କ’ଣ ଆମ୍ଭକୁ ଧ୍ୱଂସ କରିଦେବାକୁ ଆସିଛ? ତୁମ୍ଭେ କିଏ, ମୁଁ ତାହା ଜାଣେ। ତୁମ୍ଭେ ପରମେଶ୍ୱରଙ୍କ ପବିତ୍ର ବ୍ୟକ୍ତି।”

25 ଯୀଶୁ ଭର୍ତ୍ସନା କରି କହିଲେ, “ଚୁପ୍ କର, ଏହାଠାରୁ ବାହାରିଯା।”

26 ଦୁଷ୍ଟାତ୍ମା ଲୋକଟିକୁ ଦୋହଲାଇ ଦେଲା। ତା’ପରେ ସେ ଖୁବ୍ ଜୋ‌ର୍‌ରେ ଚିତ୍କାର କରି ସେହି ଲୋକଟି ଭିତରୁ ବାହାରି ଗଲା।

27 ଏହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ପରସ୍ପର କୁହାକୁହି ହେଲେ, “ଏଠାରେ କ’ଣ ସବୁ ଘଟୁଛି? ଏ ଲୋକଟି ଆମ୍ଭକୁ କିଛି ନୂଆ ଶିକ୍ଷା ଦେଉଛି ଏବଂ ସେ ଅଧିକାର ସହିତ ଶିକ୍ଷା ଦେଉଛି। ସେ ଭୂତମାନଙ୍କୁ ମଧ୍ୟ ଆଜ୍ଞା ଦେଉଛି ଓ ଭୂତମାନେ ତା’ କଥା ମାନୁଛନ୍ତି।”

28 ତେଣୁ ଯୀଶୁଙ୍କ ବିଷୟରେ ଗାଲିଲୀ ଅଞ୍ଚଳର ଗ୍ଭରିଆଡ଼େ ଖୁବ୍ ଶୀଘ୍ର ଖବର ବ୍ୟାପିଗଲା।

29 ଯୀଶୁ ଅନେକଙ୍କୁ ସୁସ୍ଥ କଲେ ତା’ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସିଧା ଶିମୋନ ଓ ଆନ୍ଦ୍ରିୟଙ୍କ ଘରକୁ ଗଲେ।

30 ଶିମୋନଙ୍କ ଶାଶୁ ଜ୍ୱରରେ ପୀଡ଼ିତ ହୋଇ ବିଛଣାରେ ପଡ଼ି ଥିଲେ। ତେଣୁ ସେଠାରେ ଥିବା ଲୋକମାନେ ଯୀଶୁଙ୍କୁ ତାହାଙ୍କ ବିଷୟରେ କହିଲେ।

31 ଯୀଶୁ ତାହାଙ୍କ ବିଛଣା ନିକଟକୁ ଗଲେ। ଯୀଶୁ ତାହାଙ୍କ ହାତ ଧରି ତାହାଙ୍କୁ ଠିଆ ହେବାରେ ସାହାଯ୍ୟ କଲେ। ତାହାଙ୍କର ଜ୍ୱର ଛାଡ଼ିଗଲା ଓ ସେ ସୁସ୍ଥ ହୋଇଗଲେ। ତା’ପରେ ସେ ସେମାନଙ୍କର ପରିଚର୍ଯ୍ୟା କରିବାକୁ ଲାଗିଲେ।

32 ସୂର୍ଯ୍ୟ ବୁଡ଼ି ଯିବା ପରେ, ସେହି ରାତିରେ ଲୋକମାନେ ଅନେକ ଅସୁସ୍ଥ ଲୋକଙ୍କୁ ଯୀଶୁଙ୍କ ପାଖକୁ ନେଇ ଆସିଲେ। ଯେଉଁ ଲୋକମାନଙ୍କ ଦେହ ଭିତରେ ଦୁଷ୍ଟାତ୍ମା ପ୍ରବେଶ କରି ରହିଥିଲା, ସେମାନଙ୍କୁ ମଧ୍ୟ ଲୋକମାନେ ଯୀଶୁଙ୍କ ପାଖକୁ ଆଣିଲେ।

33 ସହରର ସବୁ ଲୋକେ ସେହି ଘରର ଦୁଆରରେ ଜମା ହୋଇଗଲେ।

34 ବିଭିନ୍ନ ପ୍ରକାର ରୋଗରେ ପୀଡ଼ିତ ଅନେକ ଲୋକଙ୍କୁ ଯୀଶୁ ସୁସ୍ଥ କରିଦେଲେ। ସେ ମଧ୍ୟ ଲୋକଙ୍କ ଦେହରୁ ଅନେକ ଭୂତାତ୍ମା ବାହାରି ଗ୍ଭଲି ଯିବାକୁ ବାଧ୍ୟ କଲେ, କିନ୍ତୁ ସେ କିଏ ବୋଲି ଭୂତମାନେ ଜାଣି ଥିବାରୁ ସେ ସେମାନଙ୍କୁ ପଦେ ହେଲେ କହିବାକୁ ସୁଯୋଗ ଦେଲେ ନାହିଁ।

35 ଲୋକଙ୍କୁ ସୁସମାଗ୍ଭର ପ୍ରଗ୍ଭର କରିବାକୁ ଯୀଶୁଙ୍କ ପ୍ରସ୍ତୁତି ତା’ ପରଦିନ ସକାଳେ ଯୀଶୁ ଖୁବ୍ ଶୀଘ୍ର ଉଠି ପଡ଼ିଲେ। ଅନ୍ଧାର ଥାଉ ଥାଉ ସେ ଘର ଛାଡ଼ି ଗୋଟିଏ ନିଛାଟିଆ ଜାଗାକୁ ଗ୍ଭଲିଗଲେ। ସେଠାରେ ସେ ପ୍ରାର୍ଥନା କଲେ।

36 ପରେ ଶିମୋନ ଓ ତାହାଙ୍କ ସାଥୀମାନେ ଯୀଶୁଙ୍କୁ ଖୋଜିବାକୁ ଗଲେ।

37 ସେମାନେ ଯୀଶୁଙ୍କୁ ପାଇଲେ ଓ ତାହାଙ୍କୁ କହିଲେ, “ଲୋକେ ତୁମ୍ଭକୁ ଖୋଜୁଛନ୍ତି।”

38 ଏହା ଶୁଣି ଯୀଶୁ କହିଲେ, “ଆମ୍ଭେମାନେ ଅନ୍ୟ ନିକଟବର୍ତ୍ତୀ ନଗରକୁ ଯିବା ଉଚିତ୍, ଯେପରି ମୁଁ ସେଠାରେ ସେମାନଙ୍କୁ ମଧ୍ୟ ଉପଦେଶ ଦେଇ ପାରିବି ମୁଁ କେବଳ ଏଥିପାଇଁ ଆସିଛି।”

39 ଏହିଭଳି ଭାବରେ ସେ ସମାଜଗୃହମାନଙ୍କରେ ଉପଦେଶ ଦେଇ ଓ ଲୋକଙ୍କଠାରୁ ଭୂତମାନଙ୍କୁ ତଡ଼ି ଗାଲିଲୀ ସାରା ବୁଲିଲେ।

40 ଗୋଟିଏ କୁଷ୍ଠରୋଗୀକୁ ଯୀଶୁ ସୁସ୍ଥ କଲେ ଗୋଟିଏ କୁଷ୍ଠରୋଗୀ ଯୀଶୁଙ୍କ ପାଖକୁ ଆସିଲା। ସେ ଯୀଶୁଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରାର୍ଥନା କଲା, “ତୁମ୍ଭେ ଇଚ୍ଛା କଲେ ମୋତେ ଭଲ କରି ଦେଇ ପାରିବ। ସେହି ଶକ୍ତି ତୁମ୍ଭର ଅଛି।”

41 ସେହି ଲୋକଟି ଉପରେ ଯୀଶୁଙ୍କର କରୁଣା ଜାତ ହେଲା। ସେ ହାତ ବଢ଼େଇ ଲୋକଟିକୁ ଛୁଇଁଦେଲେ ଓ କହିଲେ, “ମୁଁ ତୁମ୍ଭକୁ ସୁସ୍ଥ କରିବାକୁ ଗ୍ଭହୁଁଛି, ତୁମ୍ଭେ ସୁସ୍ଥ ହୋଇଯାଅ।”

42 ତା’ର କୁଷ୍ଠରୋଗ ତ‌ତ୍‌କ୍ଷଣାତ୍ ଛାଡ଼ିଗଲା ଓ ସେ ସୁସ୍ଥ ହୋଇଗଲା।

43 ଯୀଶୁ ଲୋକଟିକୁ ଗ୍ଭଲି ଯିବାକୁ କହିଲେ, କିନ୍ତୁ ତାକୁ ଚେତାବନୀ ଦେଇ କହିଲେ,

44 “ମୁଁ ତୁମ୍ଭ ପାଇଁ ଯାହା କଲି ସେହି କଥା କାହାକୁ ହେଲେ କହିବ ନାହିଁ। କିନ୍ତୁ ଯାଜକଙ୍କ ପାଖକୁ ଯାଇ, ନିଜ ଦେହ ଦେଖାଅ। ତୁମ୍ଭେ ସୁସ୍ଥ ହୋଇ ଥିବାରୁ ମୋଶାଙ୍କ ଆଜ୍ଞା ଅନୁସାରେ, ପରମେଶ୍ୱରଙ୍କୁ ନୈବେଦ୍ୟ ଅର୍ପଣ କର। ତୁମ୍ଭେ ସୁସ୍ଥ ହୋଇ ଯାଇଛ ବୋଲି ଲୋକମାନଙ୍କ ଆଗରେ ପ୍ରମାଣ ରହିବ।”

45 ଲୋକଟି ସେହି ସ୍ଥାନ ଛାଡ଼ି ଗ୍ଭଲିଗଲା ଓ ଯାହାକୁ ଦେଖିଲା ତାହାକୁ କହିଲା ଯେ, ଯୀଶୁ ତାହାକୁ ସୁସ୍ଥ କରି ଦେଇଛନ୍ତି। ତେଣୁ ଯୀଶୁଙ୍କ ବିଷୟରେ ଖବର ଗ୍ଭରିଆଡ଼େ ବ୍ୟାପିବାକୁ ଲାଗିଲା। ଫଳରେ ଲୋକେ କାଳେ ଦେଖି ପକାଇବେ, ତେଣୁ ଯୀଶୁ କୌଣସି ନଗର ଭିତରକୁ ଆଉ ଯାଇ ପାରିଲେ ନାହିଁ। ସେ ଲୋକେ ରହୁ ନ ଥିବା ନିଛାଟିଆ ଜାଗାମାନଙ୍କରେ ରହିବାକୁ ଲାଗିଲେ। କିନ୍ତୁ ସମସ୍ତ ନଗରରୁ ଲୋକମାନେ ଯୀଶୁ ରହୁଥିବା ସ୍ଥାନକୁ ଆସିବାକୁ ଲାଗିଲେ।

2

1 ପକ୍ଷାଘାତ ରୋଗୀକୁ ଯୀଶୁ ସୁସ୍ଥ କଲେ କିଛି ଦିନ ପରେ, ଯୀଶୁ କଫର୍ନାହୂମକୁ ଫେରି ଆସିଲେ। ଯୀଶୁ ଘରକୁ ଫେରି ଆସିଛନ୍ତି ବୋଲି ଖବର ବ୍ୟାପିଗଲା।

2 ଅନେକ ଲୋକ ଯୀଶୁଙ୍କ ଉପଦେଶ ଶୁଣିବା ପାଇଁ ଜମା ହୋଇଗଲେ। ଘରଟି ପୁରିଗଲା। ଘରେ କି ବାହାରେ କେଉଁଠି ହେଲେ ଠିଆ ହେବାକୁ ଜାଗା ନ ଥିଲା। ଯୀଶୁ ଲୋକମାନଙ୍କୁ ଉପଦେଶ ଦେଉଥିଲେ।

3 ସେହି ସମୟରେ କେତେକ ଲୋକ ତାହାଙ୍କ ପାଖକୁ ଗୋଟିଏ ପକ୍ଷାଘାତ ରୋଗଗ୍ରସ୍ତ ଲୋକକୁ ଆଣିଲେ। ରୋଗୀକୁ ଗ୍ଭରି ଜଣ ଲୋକ ବୋହି କରି ଆଣିଥିଲେ।

4 ଲୋକ ଭିଡ଼ ହୋଇ ଯାଇଥିବାରୁ ସେମାନେ ରୋଗୀଟିକୁ ଯୀଶୁଙ୍କ ପାଖକୁ ଆଣି ପାରିଲେ ନାହିଁ। ତେଣୁ ସେମାନେ ଯୀଶୁ ଥିବା ଘରର ଛାତ କଣା କଲେ ଓ ବିଛଣାରେ ପଡ଼ିଥିବା ପକ୍ଷାଘାତ ରୋଗୀଟିକୁ ସେହି କଣା ବାଟରେ ଯୀଶୁ ଥିବା ସ୍ଥାନ ପର୍ଯ୍ୟନ୍ତ, ତଳକୁ ଝୁଲାଇ ଦେଲେ।

5 ଯୀଶୁ ଦେଖିଲେ ଯେ, ସେହି ଲୋକମାନଙ୍କର ଗଭୀର ବିଶ୍ୱାସ ଅଛି। ତେଣୁ ଯୀଶୁ ପକ୍ଷାଘାତ ଲୋକଟିକୁ କହିଲେ, “ହେ ଯୁବକ, ତୁମ୍ଭ ପାପଗୁଡ଼ିକୁ କ୍ଷମା କରାଗଲା।”

6 କେତେଜଣ ଧର୍ମଶାସ୍ତ୍ରୀ ସେଠାରେ ବସିଥିଲେ। ଯୀଶୁଙ୍କ କାମ ସେମାନେ ଦେଖିଲେ। ସେମାନେ ନିଜ ଭିତରେ କୁହାକୁହି ହେଲେ,

7 “ଏ’ ଲୋକଟି ଏଭଳି କଥାବାର୍ତ୍ତା କାହିଁକି କରୁଛି? ସେ ପରମେଶ୍ୱରଙ୍କ ବିରୁଦ୍ଧରେ ନିନ୍ଦା କରୁଅଛି। ପରମେଶ୍ୱରଙ୍କ ବ୍ୟତୀତ ପାପ ଗୁଡ଼ିକୁ ଅନ୍ୟ କିଏ କ୍ଷମା କରି ପାରିବ?”

8 ଧର୍ମଶାସ୍ତ୍ରୀମାନେ ତାହାଙ୍କ ବିଷୟରେ ସେସବୁ ଭାବୁଛନ୍ତି ବୋଲି ଯୀଶୁ ସଙ୍ଗେ ସଙ୍ଗେ ଜାଣି ପାରିଲେ। ତେଣୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମନରେ ଏସବୁ କଥା କାହିଁକି ଭାବୁଛ?

9 ଏହି ପକ୍ଷାଘାତ ଲୋକଙ୍କୁ କେଉଁ କଥାଟି କହିବା ସରଳ? ‘ତୁମ୍ଭ ପାପ ଗୁଡ଼ିକୁ କ୍ଷମା କରି ଦିଆଗଲା।’ ନା’ ତାକୁ କହିବା: ‘ଠିଆ ହୁଅ ଓ ତୁମ୍ଭର ବିଛଣା ଧରି ଗ୍ଭଲ?’

10 କିନ୍ତୁ, ମୁଁ ତୁମ୍ଭ ଆଗରେ ପ୍ରମାଣିତ କରିଦେବି ଯେ, ଏହି ପୃଥିବୀରେ ମନୁଷ୍ୟପୁତ୍ରଙ୍କର ପାପଗୁଡ଼ିକୁ କ୍ଷମା କରିବା ଶକ୍ତି ଅଛି।” ତା’ପରେ ଯୀଶୁ ପକ୍ଷାଘାତ ଲୋକଟିକୁ କହିଲେ,

11 “ମୁଁ ତୁମ୍ଭକୁ କହୁଛି, ଠିଆ ହୁଅ, ବିଛଣା ଧର ଓ ଘରକୁ ଯାଅ।”

12 ପକ୍ଷାଘାତ ଲୋକଟି ଠିଆ ହେଲା। ବିଛଣା ଧରିଲା ଏବଂ ଘର ଭିତରୁ ବାହାରକୁ ବାହାରିଗଲା। ସବୁ ଲୋକେ ତାକୁ ଦେଖି ପାରିଲେ। ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ ଓ ପରମେଶ୍ୱରଙ୍କ ମହିମା ଗାନ କଲେ। ସେମାନେ କହିଲେ, “ଆମ୍ଭେମାନେ ଏଭଳି ଆଶ୍ଚର୍ଯ୍ୟ ଘଟଣା କେବେ ହେଲେ ଦେଖି ନ ଥିଲୁ।”

13 ମାଥିଉ ଯୀଶୁଙ୍କୁ ଅନୁସରଣ କଲେ ପୁଣି ଥରେ ଯୀଶୁ ହ୍ରଦ ପାଖଦେଇ ଗଲେ। ଅନେକ ଲୋକ ତା’ଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ ଶିକ୍ଷା ଦେଲେ।

14 ଯୀଶୁ ଯାଉଥିବା ସମୟରେ କରଆଦାୟ ସ୍ଥାନରେ ବସି ଥିବା ଆଲଫିଙ୍କ ପୁଅ ଲେବିଙ୍କୁ ଦେଖି ସେ କହିଲେ, “ମୋତେ ଅନୁସରଣ କର।” ତା’ପରେ ଲେବି ଠିଆ ହେଲେ ଓ ଯୀଶୁଙ୍କୁ ଅନୁସରଣ କଲେ।

15 ପରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଲେବିଙ୍କ ଘରେ ଖାଉଥିବା ସମୟରେ, ସେମାନଙ୍କ ସହିତ ଅନେକ କରଆଦାୟକାରୀ ଓ ଅନ୍ୟ ଦୁଷ୍ଟ ଲୋକମାନେ ମଧ୍ୟ ଖାଉ ଥିଲେ। ଯୀଶୁଙ୍କୁ ଅନୁସରଣ କରୁଥିବା ଅନେକ ଲୋକ ମଧ୍ୟ ସେଠାରେ ଥିଲେ।

16 ଯୀଶୁଙ୍କୁ କରଆଦାୟକାରୀ ଓ ଅନ୍ୟ ଦୁଷ୍ଟ ଲୋକଙ୍କ ସହିତ ବସି ଖାଉଥିବାର ଦେଖି, ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ, ଯୀଶୁଙ୍କ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ଯୀଶୁ କରଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଖାଉଛନ୍ତି?”

17 ଯୀଶୁ ଏହା ଶୁଣି ସେମାନଙ୍କୁ କହିଲେ, “ସୁସ୍ଥ ଲୋକର ଡାକ୍ତର ଦରକାର ନାହିଁ, କେବଳ ରୋଗୀ ଲୋକଙ୍କର ଡାକ୍ତର ଦରକାର। ମୁଁ ଧାର୍ମିକମାନଙ୍କୁ ନିମନ୍ତ୍ରଣ ଦେବା ପାଇଁ ଆସି ନାହିଁ। ମୁଁ କେବଳ ପାପୀମାନଙ୍କୁ ନିମନ୍ତ୍ରଣ ଦେବା ପାଇଁ ଆସିଛି।”

18 ଯୀଶୁ ଅନ୍ୟ ଧର୍ମ ଗୁରୁମାନଙ୍କଠାରୁ ଭିନ୍ନ ଯୋହନଙ୍କ ଶିଷ୍ୟ ଓ ଫାରୂଶୀମାନେ ଉପବାସ କରୁଥିଲେ। କେତେକ ଲୋକ ଯୀଶୁଙ୍କ ପାଖକୁ ଆସି କହିଲେ, “ଯୋହନଙ୍କ ଶିଷ୍ୟମାନେ ଉପବାସ କରୁଛନ୍ତି, କିନ୍ତୁ ତୁମ୍ଭର ଶିଷ୍ୟମାନେ କାହିଁକି ଉପବାସ କରୁ ନାହାନ୍ତି?”

19 ଯୀଶୁ କହିଲେ, “ବିବାହ ଉତ୍ସବ ସମୟରେ ବର ଯାତ୍ରୀମାନେ ଦୁଃଖିତ ହୁଅନ୍ତି ନାହିଁ, କାରଣ ବର ସେମାନଙ୍କ ସାଙ୍ଗରେ ଥା’ନ୍ତି। ତେଣୁ ବର ସେଠାରେ ଥିବା ପର୍ଯ୍ୟନ୍ତ ସେମାନେ ଉପବାସ କରି ନ ପାରନ୍ତି।

20 କିନ୍ତୁ ସମୟ ଆସିବ, ବରଙ୍କୁ ସେମାନଙ୍କଠାରୁ ଦୂରେଇ ନିଆଯିବ। ସେତେବେଳେ ସେମାନେ (ବର ଯାତ୍ରୀମାନେ) ଉପବାସ କରିବେ।

21 “କେହି କେବେ ହେଲେ ପୁରୁଣା ଲୁଗାରେ ନୂଆ କନାର ତାଳି ପକାଏ ନାହିଁ। ଯଦି ସେ ତାହା କରେ, ତେବେ ନୂଆ କନାର ତାଳି ଜାକି ହୋଇ ଯିବ ଓ ତଦ୍ଦ୍ୱାରା ଟାଣି ହୋଇ ଯାଇ ପୁରୁଣା କନାର କଣା ବଡ଼ ହୋଇଯିବ।

22 ସେହିଭଳି କେହି କେବେ ହେଲେ ନୂଆ ଦ୍ରାକ୍ଷାରସ ପୁରୁଣା ଚମଡ଼ା ପାତ୍ରରେ ରଖେ ନାହିଁ। ଯଦି ତାହା କରେ ତେବେ ନୂଆ ଦ୍ରାକ୍ଷାରସ ପୁରୁଣା ଚମଡ଼ା ପାତ୍ରକୁ ଫଟାଇ ଦେବ ଓ ଚମଡ଼ା ପାତ୍ର ସହିତ ଦ୍ରାକ୍ଷାରସ ମଧ୍ୟ ନଷ୍ଟ ହୋଇଯିବ। ସେଥିପାଇଁ ନୂଆ ଦ୍ରାକ୍ଷାରସ ନୂଆ ଚମଡ଼ା ପାତ୍ରରେ ହିଁ ରଖାଯାଇଥାଏ।”

23 କେତେକ ଯିହୂଦୀ ଯୀଶୁ ଓ ତାଙ୍କ ଶିଷ୍ୟମାନଙ୍କୁ ସମାଲୋଚନା କଲେ ବିଶ୍ରାମ ଦିବସରେ ଯୀଶୁ ଶସ୍ୟ-କ୍ଷେତ୍ର ଦେଇ ଯାଉଥିଲେ। ତାହାଙ୍କ ଶିଷ୍ୟମାନେ ମଧ୍ୟ ତାହାଙ୍କ ସହିତ ଯାଉଥିଲେ। ଯାଉ ଯାଉ ତାହାଙ୍କ ଶିଷ୍ୟମାନେ ଖାଇବା ପାଇଁ ଶସ୍ୟକ୍ଷେତ୍ରରୁ ଶସ୍ୟ-କେଣ୍ଡା ଛିଣ୍ତେଇଲେ।

24 ଫାରୂଶୀମାନେ ତାହା ଦେଖି ଯୀଶୁଙ୍କୁ କହିଲେ, “ତୁମ୍ଭ ଶିଷ୍ୟମାନେ ଏଭଳି କାହିଁକି କରୁଛନ୍ତି? ବିଶ୍ରାମ ଦିବସରେ ଏଭଳି କାମ ଯିହୂଦୀ ନିୟମର ବିରୁଦ୍ଧାଚରଣ ଅଟେ।”

25 ଯୀଶୁ କହିଲେ, “ତୁମ୍ଭେମାନେ ଦାଉଦଙ୍କ ବିଷୟରେ ପଢ଼ିଛ ଯେ, ସେ ଓ ତାହାଙ୍କ ସହିତ ଥିବା ଲୋକେ ଭୋକରେ ଥିଲାବେଳେ ଓ ଆହାରର ଆବଶ୍ୟକ ଥିଲାବେଳେ କ’ଣ କରିଥିଲେ?

26 ତୁମ୍ଭେମାନେ କ’ଣ ପଢ଼ି ନାହଁ ଯେ, ଅବିୟାଥର ମହାଯାଜକ ଥିବା ସମୟରେ ଦାଉଦ ପରମେଶ୍ୱରଙ୍କ ମନ୍ଦିରରେ ପ୍ରବେଶ କରି ପରମେଶ୍ୱରଙ୍କୁ ଅର୍ପଣ କରାଯାଇଥିବା ଖାଦ୍ୟ ଖାଇଥିଲେ? ମୋଶାଙ୍କ ନିୟମ ଅନୁସାରେ ଯାଜକମାନେ କେବଳ ସେହି ଖାଦ୍ୟ ଖାଇ ପାରିବେ। ତାହାଙ୍କ ବ୍ୟତୀତ ଆଉ କାହାରିକୁ ସେହି ଖାଦ୍ୟ ଖାଇବାର ଅଧିକାର ନାହିଁ। କିନ୍ତୁ ଦାଉଦ ସେ ଖାଦ୍ୟରୁ କିଛି ମଧ୍ୟ ତାହାଙ୍କ ସହିତ ଥିବା ଲୋକମାନଙ୍କୁ ଖାଇବାକୁ ଦେଇଥିଲେ।”

27 ତା’ପରେ ଯୀଶୁ ଫାରୂଶୀମାନଙ୍କୁ କହିଲେ, “ଲୋକଙ୍କୁ ସାହାଯ୍ୟ କରିବା ପାଇଁ ବିଶ୍ରାମ ଦିବସ ସୃଷ୍ଟି ହୋଇଛି। ବିଶ୍ରାମ ଦିବସ ଦ୍ୱାରା ପରିଗ୍ଭଳିତ ହେବା ପାଇଁ ମନୁଷ୍ୟ ସୃଷ୍ଟି ହୋଇ ନାହିଁ।

28 ଏଣୁ ମନୁଷ୍ୟପୁତ୍ର ପ୍ରତ୍ୟେକ ଦିନର ମାଲିକ, ଏପରିକି ବିଶ୍ରାମ ଦିନର ମଧ୍ୟ।”

3

1 ଯୀଶୁ ଜଣେ ଖଞ୍ଜ ଲୋକର ହାତ ସୁସ୍ଥ କଲେ ଆଉ ଥରେ ଯୀଶୁ ଯିହୂଦୀମାନଙ୍କ ସମାଜଗୃହକୁ ଯାଇଥିଲେ। ସେଠାରେ ଜଣେ ଖଞ୍ଜ ଲୋକ ଥିଲା।

2 ସେଠାରେ କେତେକ ଲୋକ ଜଗି ରହିଥିଲେ ଯେ, ଯଦି ଯୀଶୁ ସେ ଲୋକଟିକୁ ବିଶ୍ରାମ ଦିବସରେ ସୁସ୍ଥ କରିଦେବେ, ତେବେ ସେମାନେ ଯୀଶୁଙ୍କ ଦୋଷାରୋପ କରିବାକୁ ସୁଯୋଗ ପାଇବେ।

3 ଯୀଶୁ ସେଠାରେ ଥିବା ଖଞ୍ଜ ଲୋକଟିକୁ ଆଦେଶ ଦେଲେ, “ଏଠାରେ ଠିଆ ହୁଅ ଯେପରି ତୁମ୍ଭକୁ ସମସ୍ତେ ଦେଖି ପାରିବେ।”

4 ତା’ପରେ ଯୀଶୁ ଲୋକମାନଙ୍କୁ ପଗ୍ଭରିଲେ, “ବିଶ୍ରାମ ଦିବସରେ କେଉଁ କାମ କରିବା ଠିକ୍? ଭଲ କାମ ନା ମନ୍ଦ କାମ? ଜଣକର ଜୀବନ ରକ୍ଷା କରିବା ଠିକ୍ ନା ଜୀବନ ନଷ୍ଟ କରିବା ଠିକ୍?” କିନ୍ତୁ ସେମାନେ ନୀରବ ରହିଲେ।

5 ତା’ପରେ ଯୀଶୁ ଲୋକମାନଙ୍କ ଆଡ଼କୁ ରାଗରେ ଗ୍ଭହିଁଲେ, କିନ୍ତୁ ସେମାନଙ୍କ ହୃଦୟର କଠିନତା ଲକ୍ଷ୍ୟ କରି ବହୁତ ଦୁଃଖୀ ହେଲେ। ଯୀଶୁ ସେହି ଲୋକଟିକୁ କହିଲେ, “ତୁମ୍ଭ ହାତ ମୋତେ ଦେଖାଅ।” ଲୋକଟି ଯୀଶୁଙ୍କ ଆଡ଼କୁ ହାତଟି ବଢ଼ାଇ ଦେଲା ଓ

6 ତା’ ହାତ ଭଲ ହୋଇଗଲା। ତା’ପରେ ଫାରୂଶୀମାନେ ସେଠାରୁ ଗ୍ଭଲି ଗଲେ ଓ ହେରୋଦୀୟମାନଙ୍କ ସହିତ ମିଶି ଯୀଶୁଙ୍କୁ ମାରିବା ପାଇଁ ଷଡ଼ଯନ୍ତ୍ର କଲେ।

7 ଅନେକ ଲୋକ ଯୀଶୁଙ୍କୁ ଅନୁସରଣ କଲେ ଯୀଶୁ ନିଜ ଶିଷ୍ୟମାନଙ୍କ ସହିତ ଗାଲିଲୀ ହ୍ରଦ କୂଳକୁ ଗ୍ଭଲିଗଲେ। ତାହାଙ୍କ ପଛରେ ଗାଲିଲୀର ଅନେକ ଲୋକ ମଧ୍ୟ ଗଲେ।

8 ଯିହୂଦା, ଯିରୁଶାଲମ, ଇଦୋମ, ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱ ସୋର ଓ ସୀଦୋନର ଗ୍ଭରିଆଡ଼ୁ ଅନେକ ଲୋକ ମଧ୍ୟ ଆସି ପହଞ୍ଚିଲେ। ଏ ଲୋକମାନେ ଆସିବାର କାରଣ ହେଲା, ଯୀଶୁ ଯାହାସବୁ କରୁଥିଲେ, ସେ ସମସ୍ତ ଘଟଣା ସେମାନେ ଶୁଣି ସାରିଥିଲେ।

9 ଯୀଶୁ ଅନେକ ଲୋକଙ୍କୁ ଦେଖିଲେ, ଭିଡ଼ ହୋଇ ଯିବାରୁ ଲୋକମାନେ ଯେପରି ତାହାଙ୍କ ଆଡ଼କୁ ମାଡ଼ି ନ ଆସନ୍ତି ସେଥିପାଇଁ ସେ ନିଜ ଶିଷ୍ୟମାନଙ୍କୁ ଗୋଟିଏ ଛୋଟ ଡଙ୍ଗା ତାହାଙ୍କ ପାଇଁ ପ୍ରସ୍ତୁତ କରିବାକୁ କହିଲେ।

10 ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କଲେ। ତେଣୁ ସବୁ ରୋଗୀମାନେ ତାହାଙ୍କୁ ଛୁଇଁବା ପାଇଁ ତାହାଙ୍କ ଆଡ଼କୁ ମାଡ଼ି ଆସୁଥିଲେ।

11 କେତେକ ଲୋକଙ୍କ ଦେହରେ ଦୁଷ୍ଟାତ୍ମାମାନେ ପ୍ରବେଶ କରିଥିଲେ। ଯେତେବେଳେ ସେହି ଦୁଷ୍ଟାତ୍ମାମାନେ ଯୀଶୁଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ଆଗରେ ପଡ଼ିଯାଇ ଚିତ୍କାର କରି କହୁଥିଲେ, “ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର।”

12 କିନ୍ତୁ ଯୀଶୁ ସେମାନଙ୍କୁ ଦୃଢ଼ ଭାବରେ ଆଜ୍ଞା ଦେଲେ ଯେ ସେ କିଏ, ଏହା ସେମାନେ ଲୋକମାନଙ୍କୁ ଯେପରି ନ କୁହନ୍ତି।

13 ଯୀଶୁ ବାରଜଣ ପ୍ରେରିତ ଙ୍କୁ ମନୋନୀତ କଲେ ତା’ପରେ ଯୀଶୁ ଗୋଟିଏ ପାହାଡ଼ ଉପରକୁ ଗଲେ। ସେ ଯେଉଁ ଲୋକମାନଙ୍କୁ ଗ୍ଭହିଁଲେ, ସେମାନଙ୍କୁ ତାହାଙ୍କ ପାଖକୁ ଆସିବାକୁ କହିଲେ। ସେମାନେ ଯୀଶୁଙ୍କ ପାଖକୁ ଗଲେ।

14 ଯୀଶୁ ସେମାନଙ୍କ ମଧ୍ୟରୁ ବାରଜଣଙ୍କୁ ବାଛି ପ୍ରେରିତ ବୋଲି ନାମିତ କଲେ। ଯୀଶୁ ଗ୍ଭହୁଁଥିଲେ ଯେ ସେମାନେ ତାହାଙ୍କ ସହିତ ରହିବେ। ସେ ସେମାନଙ୍କୁ ପ୍ରଗ୍ଭର ଉଦ୍ଦେଶ୍ୟରେ ଅନ୍ୟ ସ୍ଥାନ ଗୁଡ଼ିକୁ ପଠାଇବେ ଓ

15 ଲୋକମାନଙ୍କ ଦେହରୁ ଭୁତମାନଙ୍କୁ ତଡ଼ିଦେବା ପାଇଁ ସେମାନଙ୍କର ଅଧିକାର ରହିବ।

16 ଯୀଶୁ ମନୋନୀତ କରିଥିବା ବାରଜଣଙ୍କ ନାମ ଏହିଭଳି; ଶିମୋନ (ଯାହାଙ୍କୁ ସେ ପିତର ବୋଲି ନାମ ଦେଲେ)।

17 ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ (ଯେଉଁମାନଙ୍କୁ ସେ ବିନେରିଗୋଷ୍ ଅର୍ଥାତ “ମେଘ ଗର୍ଜ୍ଜନର ପୁତ୍ର” ନାମ ଦେଲେ)।

18 ଆନ୍ଦ୍ରିୟ, ଫିଲି‌ପ୍‌ପ, ବାର୍ଥଲମି, ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ବା ଉ‌ଦ୍‌ଯୋଗୀ ଶିମୋନ ଜିଲୋଟ

19 ତଥା ଇଷ୍କାରିୟୋତ ଯିହୂଦା। ଏହି ଯିହୂଦା ପରେ ପ୍ରବଞ୍ଚନା କରି ଯୀଶୁଙ୍କୁ ଶତ୍ରୁ ହସ୍ତରେ ଅର୍ପଣ କରିଥିଲା।

20 ଯୀଶୁଙ୍କ ଦେହରେ ଦୁଷ୍ଟାତ୍ମା ରହିଛି ବୋଲି କେତେକ କହିଲେ ତା’ପରେ ଯୀଶୁ ଘରକୁ ଫେରିଗଲେ। ସେଠାରେ ମଧ୍ୟ ଅନେକ ଲୋକ ଜମା ହୋଇଗଲେ। ସେଠାରେ ଏତେ ଲୋକ ଥିଲେ ଯେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଖାଇ ମଧ୍ୟ ପାରିଲେ ନାହିଁ।

21 ଯୀଶୁଙ୍କ ପରିବାରର ଲୋକେ ଏସବୁ ଶୁଣିଲେ। ସେମାନେ ଯୀଶୁଙ୍କୁ ଆଣିବାକୁ ଗଲେ। କାରଣ ଲୋକେ କୁହାକୁହି ହେଉଥିଲେ ଯେ, ଯୀଶୁଙ୍କ ମତିଭ୍ରମ ହେଲାଣି।

22 ଯିରୁଶାଲମରୁ ଆସିଥିବା ଧର୍ମଶାସ୍ତ୍ରୀମାନେ କହିଲେ, “ଯୀଶୁଙ୍କ ଦେହରେ ବା‌ଲ୍‌ଜିବୂଲ୍ ପଶି ଯାଇଛି। ସେଥି ଯୋଗୁଁ ଯୀଶୁ ଭୂତମାନଙ୍କ ମୁଖିଆଙ୍କର ଶକ୍ତି ସାହାଯ୍ୟରେ ଭୂତମାନଙ୍କୁ ତଡ଼ି ଦେଉଛନ୍ତି।”

23 ତେଣୁ ଯୀଶୁ ସେମାନଙ୍କୁ ପାଖକୁ ଡାକିଲେ ଏବଂ ଦୃଷ୍ଟାନ୍ତ ମାଧ୍ୟମରେ ସେମାନଙ୍କୁ ବୁଝାଇଲେ, “ଶୟତାନ କିପରି ଶୟତାନକୁ ତଡ଼ି ଦେଇ ପାରିବ?”

24 ଯଦି କୌଣସି ରାଜ୍ୟ ନିଜ ଭିତରେ ଯୁଦ୍ଧ କରେ ତେବେ ତାହା ଆଉ ତିଷ୍ଠି ରହି ପାରିବ ନାହିଁ।

25 ଯଦି କୌଣସି ପରିବାର ନିଜ ଭିତରେ ଭାଗ ଭାଗ ହୋଇ ଯାଏ, ତେବେ ସେ ପରିବାର ତିଷ୍ଠି ରହି ପାରିବ ନାହିଁ।

26 ସେହିଭଳି ଯଦି ଜଣେ ଶୟତାନ ବିଭାଜିତ ହୋଇ ନିଜ ବିରୁଦ୍ଧରେ ଲଢ଼େଇ କରେ, ତେବେ ସେ ମଧ୍ୟ ତିଷ୍ଠି ରହି ପାରିବ ନାହିଁ ବରଂ ତାହାର ଅନ୍ତ ହୋଇଯିବ।

27 “ଯଦି ଜଣେ ଲୋକ ଗୋଟିଏ ଶକ୍ତିଶାଳୀ ଲୋକର ଘରେ ପଶି ତା’ର ସମ୍ପତ୍ତି ଲୁଟି ନେବାକୁ ଗ୍ଭହିଁବ, ତେବେ ପ୍ରଥମେ ସେ ଶକ୍ତିଶାଳୀ ଲୋକଟିକୁ ବାନ୍ଧିବା ଦରକାର। ତା’ପରେ ସେ ଶକ୍ତିଶାଳୀ ଲୋକଟିର ଘର ଲୁଟି କରି ସବୁ ଜିନିଷ ନେଇ ଯାଇପାରିବ।

28 “ମୁଁ ତୁମ୍ଭକୁ ସତ୍ୟ କହୁଛି, ଲୋକେ ଯେଉଁସବୁ ପାପ କରୁଛନ୍ତି, ସେଗୁଡ଼ିକୁ କ୍ଷମା କରି ଦିଆ ଯାଇ ପାରିବ। ଲୋକେ ପରମେଶ୍ୱରଙ୍କ ବିରୁଦ୍ଧରେ ଯେତେସବୁ ଖରାପ କଥା କହୁଛନ୍ତି, ସେସବୁକୁ ମଧ୍ୟ କ୍ଷମା କରି ଦିଆଯାଇ ପାରିବ।

29 କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ ଯେଉଁ ଲୋକ କିଛି କହିବ, ତାହାକୁ କେବେ ହେଲେ କ୍ଷମା ମିଳିବ ନାହିଁ। ସେ ସବୁବେଳେ ସେହି ପାପର ଦୋଷୀ ହେବ।”

30 ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କଠାରେ ଦୁଷ୍ଟାତ୍ମା ଅଛି ବୋଲି କହିଥିବାରୁ, ଯୀଶୁ ଏସବୁ କହିଲେ।

31 ଯୀଶୁଙ୍କ ଅନୁସରଣକାରୀମାନେ, ତାହାଙ୍କର ପ୍ରକୃତ ପରିବାର ତା’ପରେ ଯୀଶୁଙ୍କ ମା ଓ ଭାଇମାନେ ସେଠାକୁ ଆସିଲେ। ସେମାନେ ବାହାରେ ଠିଆ ହେଲେ ଓ ଗୋଟିଏ ଲୋକକୁ ଯୀଶୁଙ୍କୁ ବାହାରକୁ ଆସିବା ପାଇଁ ଡକାଇ ପଠେଇଲେ।

32 ସେତେବେଳେ ଯୀଶୁଙ୍କ ଗ୍ଭରିପଟେ ଲୋକମାନେ ଘରେ ବସିଥିଲେ। ସେମାନେ ତାହାଙ୍କୁ କହିଲେ, “ତୁମ୍ଭ ମା ଓ ଭାଇମାନେ ତୁମ୍ଭକୁ ବାହାରେ ଅପେକ୍ଷା କରିଛନ୍ତି।”

33 ଯୀଶୁ ପଗ୍ଭରିଲେ, “କିଏ ମୋର ମା? କେଉଁମାନେ ମୋର ଭାଇ?”

34 ତା’ପରେ ଯୀଶୁ ତାହାଙ୍କ ଗ୍ଭରି ପାଖରେ ବସିଥିବା ଲୋକମାନଙ୍କ ଆଡ଼େ ଗ୍ଭହିଁଲେ। ସେ କହିଲେ, “ଏ ଲୋକମାନେ ମୋର ମା ଓ ଭାଇ।

35 ଯେଉଁମାନେ ପରମେଶ୍ୱରଙ୍କ ଇଚ୍ଛାକୁ କାର୍ଯ୍ୟକାରୀ କରନ୍ତି, ସେମାନେ ହିଁ ମୋର ଭାଇ, ଭଉଣୀ ଓ ମା।”

4

1 କୃଷକ ବୀଜ ବୁଣିବା ବିଷୟରେ ଦୃଷ୍ଟାନ୍ତ କଥା ଯୀଶୁ ପୁଣି ହ୍ରଦ କୂଳରେ ଉପଦେଶ ଦେବା ଆରମ୍ଭ କଲେ। ସେଠାରେ ତାହାଙ୍କ ଗ୍ଭରିପଟେ ବହୁତ ଲୋକ ଜମା ହୋଇଗଲେ। ତେଣୁ ସେ ହ୍ରଦରେ ଥିବା ଗୋଟିଏ ଡଙ୍ଗାରେ ଯାଇ ବସିଲେ। ଅନ୍ୟ ସବୁ ଲୋକ ହ୍ରଦର କୂଳରେ ଠିଆ ହୋଇ ରହିଲେ।

2 ଯୀଶୁ ଡଙ୍ଗାରେ ଥାଇ ଲୋକମାନଙ୍କୁ ଶିକ୍ଷା ଦେଲେ। ସେ ସେମାନଙ୍କୁ ଉପଦେଶ ଦେବା ପାଇଁ ଅନେକଗୁଡ଼ିଏ ଦୃଷ୍ଟାନ୍ତ କଥାର ପ୍ରୟୋଗ କଲେ। ତାହାଙ୍କ ଶିକ୍ଷାରେ ସେ କହିଲେ,

3 “ଶୁଣ, ଜଣେ ଗ୍ଭଷୀ ବୀଜ ବୁଣିବାକୁ ବାହାରିଲା।”

4 ଯେତେବେଳେ ଗ୍ଭଷୀଟି ବୀଜ ବୁଣୁଥିଲା, ସେଥିରୁ କିଛି ବୀଜ ରାସ୍ତାରେ ପଡ଼ିଗଲା। ପକ୍ଷୀମାନେ ଆସି ସେତକ ଖାଇ ଦେଲେ।

5 ଆଉ କିଛି ବୀଜ ପଥୁରିଆ ଜମିରେ ପଡ଼ିଗଲା। ସେ ଜମିରେ ଯଥେଷ୍ଟ ମାଟି ନ ଥିଲା। ଯଥେଷ୍ଟ ମାଟି ନ ଥିବାରୁ ସେ ବୀଜଗୁଡ଼ିକ ଅତି ଶୀଘ୍ର ଗଜା ହୋଇଗଲା।

6 କିନ୍ତୁ ସୂର୍ଯ୍ୟ ଆକାଶରେ ଉଠିବା ପରେ ପରେ ଉତ୍ତାପ ହେତୁ ଗଜାଗୁଡ଼ିକ ଜଳି ଗଲା। ମାଟି ଭିତରକୁ ଚେର ଗଭୀର ଭାବରେ ଯାଇ ପାରି ନ ଥିବାରୁ ଗଛ ଗ୍ଭରାଗୁଡ଼ିକ ଶୁଖିଗଲା।

7 କିଛି ବୀଜ କଣ୍ଟାବୁଦାଗୁଡ଼ିକ ଭିତରେ ପଡ଼ିଗଲା। କଣ୍ଟାବୁଦାଗୁଡ଼ିକ ବଢ଼ୁ ଥିଲା, ତେଣୁ କଣ୍ଟାବୁଦା ଗୁଡ଼ିକ ଗଛଗ୍ଭରାଗୁଡ଼ିକୁ ଗ୍ଭପି ଦେଲା, ତା’ ଫଳରେ ସେଗୁଡ଼ିକ ଭଲ ଭାବରେ ବଢ଼ି ପାରିଲା ନାହିଁ। ତେଣୁ ସେଥିରେ ଫଳ ଫଳିଲା ନାହିଁ।

8 କେତେକ ବୀଜ ଭଲ ମାଟିରେ ପଡ଼ିଲା। ସେଥିରୁ ଗଛ ହେଲା। ଗଛ ଭଲ ବଢ଼ିଲା ଓ ଫଳ ଫଳିଲା କେତେକ ଗଛରେ ତିରିଶ୍ ଗୁଣ ବା ଷାଠିଏ ଗୁଣ ଏପରିକି କେତେକ ଗଛରେ ଶହେ ଗୁଣ ପର୍ଯ୍ୟନ୍ତ ଫଳ ଫଳିଲା।”

9 ତା’ପରେ ଯୀଶୁ କହିଲେ, “ତୁମ୍ଭମାନଙ୍କ ଭିତରୁ ଯିଏ ଶୁଣୁଛି, ଶୁଣୁ।”

10 ଯୀଶୁ କାହିଁକି ଦୃଷ୍ଟାନ୍ତ ପ୍ରୟୋଗ କରନ୍ତି ପରେ ଯେତେବେଳେ ଯୀଶୁ ଏକୁଟିଆ ଥିଲେ, ସେତେବେଳେ ତାହାଙ୍କର ବାରଜଣ ଯାକ ପ୍ରେରିତ ଓ ଅନ୍ୟ ଶିଷ୍ୟମାନେ ତାହାଙ୍କୁ ଦୃଷ୍ଟାନ୍ତ ସମ୍ବନ୍ଧରେ ପଗ୍ଭରିଲେ।

11 ଯୀଶୁ କହିଲେ, “କେବଳ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟର ନିଗୂଢ଼ତତ୍ତ୍ୱ ବୁଝି ପାରିବା ପାଇଁ ଶକ୍ତି ଦିଆଯାଇଛି। କିନ୍ତୁ ଅନ୍ୟମାନଙ୍କ ପାଇଁ ମୁଁ ଦୃଷ୍ଟାନ୍ତ ମାଧ୍ୟମରେ ସବୁକଥା କହୁଛି।

12 ମୁଁ ଏପରି କରେ କାରଣ: ‘ସେମାନେ ଖାଲି ଗ୍ଭହୁଁଥିବେ ସିନା କିନ୍ତୁ କିଛି ଦେଖି ପାରୁ ନ ଥିବେ। ସେମାନେ ଖାଲି ଶୁଣୁଥିବେ ସିନା କିଛି ବୁଝି ପାରୁ ନ ଥିବେ। ଯଦି ସେମାନେ ଦେଖି ପାରିବେ ଓ ବୁଝି ପାରିବେ, ତେବେ ସେମାନେ ବଦଳି ଯିବେ ଓ କ୍ଷମା ପାଇ ଯିବେ।’”

13 ଯୀଶୁ ବୀଜବୁଣା ଦୃଷ୍ଟାନ୍ତ କଥା ବୁଝାଇଲେ ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ଦୃଷ୍ଟାନ୍ତ ବୁଝି ପାରୁଛ କି? ତେବେ ଅନ୍ୟ ଦୃଷ୍ଟାନ୍ତଗୁଡ଼ିକ କିପରି ବୁଝିବ?”

14 ଗ୍ଭଷୀଟି ଲୋକମାନଙ୍କ ମନ ମଧ୍ୟରେ ପରମେଶ୍ୱରଙ୍କ ଉପଦେଶ ବୁଣୁଥିବା ଲୋକ ଭଳି।

15 ବେଳେବେଳେ ବାକ୍ୟ ରାସ୍ତାରେ ପଡ଼ିଯାଏ। କେତେକ ଲୋକ ଏହି ରାସ୍ତା ଭଳି, ସେହି ଲୋକମାନେ ପରମେଶ୍ୱରଙ୍କ ବାକ୍ୟ ଶୁଣନ୍ତି କିନ୍ତୁ ଶୟତାନ ତ‌ତ୍‌କ୍ଷଣାତ୍ ଆସି ସେମାନଙ୍କ ମଧ୍ୟରେ ବୁଣା ଯାଇଥିବା ବାକ୍ୟକୁ ନେଇ ଯାଏ।

16 “ଆଉ କେତେକ ଲୋକ ପଥୁରିଆ ବୁଣା ଯାଇଥିବା ବୀଜ ଭଳି, ସେମାନେ ବାକ୍ୟ ଶୁଣନ୍ତି ଏବଂ ଶୀଘ୍ର ଆନନ୍ଦରେ ତାହା ଗ୍ରହଣ କରି ନିଅନ୍ତି।

17 କିନ୍ତୁ ତାହାର ଚେର ତାହାଙ୍କ ହୃଦୟର ଗଭୀରତାରେ ପ୍ରବେଶ କରି ପାରେ ନାହିଁ। କେବଳ କିଛି କ୍ଷଣ ପାଇଁ ସେମାନେ ବାକ୍ୟକୁ ଧରି ରଖନ୍ତି। ପରେ ଯେତେବେଳେ ବାକ୍ୟ ଯୋଗୁଁ ବିପଦ ଆସେ ବା ସେମାନେ ନିର୍ଯ୍ୟାତିତ ହୁଅନ୍ତି, ସେତେବେଳେ ସେମାନେ ତୁରନ୍ତ ବିଶ୍ୱାସ ପରିତ୍ୟାଗ କରନ୍ତି।

18 “ଆଉ କେତେକ ଲୋକ କଣ୍ଟାବୁଦାଗୁଡ଼ିକରେ ପଡ଼ି ଯାଇଥିବା ବୀଜ ଭଳି। ଏମାନେ ବାକ୍ୟ ଶୁଣନ୍ତି।

19 କିନ୍ତୁ ତାହାଙ୍କ ମନରେ ଜୀବନର ଚିନ୍ତା, ଧନ-ସମ୍ପତ୍ତିର ମୋହ ଓ ଅନ୍ୟ ବସ୍ତୁ ଲାଭ କରିବାର ଲାଳସା ଆସେ ଓ ସେଗୁଡ଼ିକ ବାକ୍ୟକୁ ଗ୍ଭପି ପକାଏ। ଫଳରେ ତାହା ସେମାନଙ୍କ ଜୀବନରେ ଫଳହୀନ ହୁଏ।

20 “କେତେକ ଲୋକ ଭଲମାଟିରେ ବୁଣା ଯାଇଥିବା ବୀଜ ଭଳି, ସେମାନେ ବାକ୍ୟକୁ ଶୁଣନ୍ତି ଓ ତାହା ଗ୍ରହଣ କରନ୍ତି। ତା’ପରେ ସେମାନେ ବୃଦ୍ଧି ପାଇ ଫଳପ୍ରଦ ହୁଅନ୍ତି। ତାହା ବେଳେବେଳେ ତିରିଶ୍ ଗୁଣ, ଷାଠିଏ ଗୁଣ ବା ଶହେ ଗୁଣ ପର୍ଯ୍ୟନ୍ତ ଫଳ ଦେଇଥାଏ।”

21 ଯାହା ତୁମ୍ଭ ପାଖରେ ଅଛି ତାହାର ବିନିଯୋଗ କର ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେ କ’ଣ ହାଣ୍ଡି ତଳେ କି ଖଟ ତଳେ ଦୀପଟିଏ ରଖ କି? ତୁମ୍ଭ ଦୀପରୂଖା ଉପରେ ଦୀପ ରଖ।

22 ତେବେ ଯାହାକିଛି ଲୁଚି ରହିଛି, ତାହା ସ୍ପଷ୍ଟ ହୋଇଯିବ। ଯାହାକିଛି ରହସ୍ୟ ହୋଇ ରହିଛି, ତାହା ପ୍ରକାଶ ପାଇବ।

23 ମୋତେ ଶୁଣିଥିବା ଲୋକମାନେ ଶୁଣନ୍ତୁ।

24 “ତୁମ୍ଭେ ଯାହା ଶୁଣୁଛ, ତାହା ଉପରେ ସାବଧାନ ହୋଇ ବିଗ୍ଭର କର ତୁମ୍ଭେ ଯେଉଁଭଳି ଭାବରେ ଅନ୍ୟକୁ ଦେଉଛ, ପରମେଶ୍ୱର ତୁମ୍ଭକୁ ଠିକ୍ ସେହିଭଳି ଭାବରେ ଦେବେ। ବରଂ ପରମେଶ୍ୱର ତୁମ୍ଭକୁ ଆହୁରି ଅଧିକ ଦେବେ।

25 ଯାହା ପାଖରେ କିଛି ଅଛି, ତାହାକୁ ଆଉ ଅଧିକ ଦିଆଯିବ। କିନ୍ତୁ ଯାହା ପାଖରେ ଖୁବ୍ କମ୍ ଅଛି, ତାହା ମଧ୍ୟ ସେ ହରେଇ ବସିବ।”

26 ବୀଜର ଦୃଷ୍ଟାନ୍ତ ବିଷୟରେ ଯୀଶୁ ବ୍ୟାଖ୍ୟା କଲେ ଯୀଶୁ ପୁଣି କହିଲେ, “ପରମେଶ୍ୱରଙ୍କ ରାଜ୍ୟ, ବୀଜ ବୁଣୁଥିବା ଲୋକଟିଏ ଭଳି।

27 ବୀଜରୁ ଅଙ୍କୁର ବାହାରି ଦିନରାତି ବଢ଼ିବାକୁ ଲାଗେ। ସେହି ଲୋକ ଦିନରେ ଚେଇଁଥାଉ କି ରାତିରେ ଶୋଇଥାଉ, ସେଥିରେ କିଛି ଯାଏ ଆସେ ନାହିଁ। ତଥାପି ଅଙ୍କୁରଟି ଆପଣା ଛାଁଏ ବଢ଼ି ଗ୍ଭଲୁଥାଏ। ସେହ ଲୋକ ଜାଣି ପାରେ ନାହିଁ ଯେ ଅଙ୍କୁରଟି କିପରି ବଢ଼ୁଛି।

28 କାହାରି ସାହାଯ୍ୟ ବିନା ଭୂମି ଆପେ ଆପେ ଶସ୍ୟ ଉତ୍ପନ୍ନ କରେ। ପ୍ରଥମେ ଅଙ୍କୁର, ତା’ପରେ କେଣ୍ଡା ହୁଏ। ତା’ପରେ କେଣ୍ଡାରୁ ପରିପୂର୍ଣ୍ଣ ଶସ୍ୟ ହୁଏ,

29 ଯେତେବେଳେ ଶସ୍ୟ ପାଚିଯାଏ, ସେତେବେଳେ ସେହି ଲୋକ ଦାଆ ନେଇ ତାକୁ କାଟେ। କାରଣ ଏହା ହିଁ ଅମଳ କରିବାର ଉପଯୁକ୍ତ ସମୟ।”

30 ପରମେଶ୍ୱରଙ୍କ ରାଜ୍ୟ ଏକ ସୋରିଷଦାନା ଭଳି ସେ ପୁଣି କହିଲେ, “ପରମେଶ୍ୱରଙ୍କ ରାଜ୍ୟ ସମ୍ପର୍କରେ କ’ଣ କହି ମୁଁ ତୁମ୍ଭକୁ ବୁଝାଇବି? ମୁଁ କେଉଁ ଦୃଷ୍ଟାନ୍ତ ମାଧ୍ୟମରେ ଏହା ବୁଝେଇବି?

31 ପରମେଶ୍ୱରଙ୍କ ରାଜ୍ୟ ଗୋଟିଏ ସୋରିଷଦାନା ଭଳି। ଏହି ସୋରିଷଦାନା, ତୁମ୍ଭେ ବୁଣୁଥିବା ବୀଜଗୁଡ଼ିକ ଭିତରେ ସବୁଠାରୁ ଛୋଟ।

32 କିନ୍ତୁ ତୁମ୍ଭେ ବୁଣିବା ପରେ ଏହି ବୀଜ ବଢ଼ି ତୁମ୍ଭ ବଗିଗ୍ଭର ଅନ୍ୟ ଗଛମାନଙ୍କ ଭିତରେ ସବୁଠାରୁ ବଡ଼ ହୋଇଯାଏ। ତା’ର ଶାଖା ଗୁଡ଼ିକ ବଡ଼ ହୋଇଯାଏ। ପକ୍ଷୀମାନେ ଆସି ତା’ ଛାଇରେ ବସା ବାନ୍ଧି ରହନ୍ତି।”

33 ଯୀଶୁ ଏହିଭଳି ଅନେକ ଦୃଷ୍ଟାନ୍ତ ମାଧ୍ୟମରେ ସେମାନଙ୍କୁ ଉପଦେଶ ପ୍ରଦାନ କରୁଥିଲେ। ସେମାନଙ୍କର ବୁଝି ପାରିବା କ୍ଷମତା ଅନୁସାରେ ଯୀଶୁ ସେମାନଙ୍କୁ କହୁଥିଲେ।

34 ଯୀଶୁ ଲୋକଙ୍କୁ ଉପଦେଶ ଦେଲାବେଳେ ସବୁବେଳେ ଦୃଷ୍ଟାନ୍ତର ପ୍ରୟୋଗ କରୁଥିଲେ। କିନ୍ତୁ ଯୀଶୁଙ୍କ ସହିତ ତାହାଙ୍କ ଶିଷ୍ୟମାନେ ଏକୁଟିଆ ଥିବା ବେଳେ, ଯୀଶୁ ସେମାନଙ୍କୁ ସବୁଗୁଡ଼ିକର ଅର୍ଥ ସ୍ପଷ୍ଟ ଭାବରେ ବୁଝେଇ ଦେଉଥିଲେ।

35 ଯୀଶୁ ଝଡ଼ ବନ୍ଦ କରିଦେଲେ ସେହି ଦିନ ସନ୍ଧ୍ୟାବେଳେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଗ୍ଭଲ, ଆର ପଟକୁ ଯିବା।”

36 ତେଣୁ ସେମାନେ ସବୁ ଲୋକଙ୍କୁ ସେଠାରେ ଛାଡ଼ିଦେଲେ। ଯେଉଁ ଡଙ୍ଗାରେ ଯୀଶୁ ପୂର୍ବରୁ ବସି ସାରିଥିଲେ, ଶିଷ୍ୟମାନେ ମଧ୍ୟ ଯାଇ ସେଥିରେ ବସିଲେ। ସେଠାରେ ଅନ୍ୟ ଡଙ୍ଗାଗୁଡ଼ିକ ମଧ୍ୟ ଥିଲା।

37 ତା’ପରେ ହ୍ରଦରେ ଗୋଟିଏ ଭୟଙ୍କର ଝଡ଼ ସୃଷ୍ଟି ହେଲା। ଡଙ୍ଗା ଆଡ଼କୁ ଢେଉ ମାଡ଼ି ଆସିଲା। ଡଙ୍ଗାରେ ପାଣି ପ୍ରାୟ ଭର୍ତ୍ତି ହୋଇଗଲା।

38 ଯୀଶୁ ଡଙ୍ଗା ଭିତରେ ପଛ ମଙ୍ଗରେ ଗୋଟିଏ ତକିଆରେ ମୁଣ୍ଡ ଦେଇ ଶୋଇ ପଡ଼ିଥିଲେ। ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଯାଇ ତାହାଙ୍କୁ ଉଠାଇଲେ। ସେମାନେ କହିଲେ, “ଗୁରୁ, ତୁମ୍ଭେ କ’ଣ ଆମ୍ଭ କଥା କିଛି ଚିନ୍ତା କରୁ ନାହଁ, ବର୍ତ୍ତମାନ ଆମ୍ଭେ ବୁଡ଼ିଯିବା।”

39 ଯୀଶୁ ଉଠି ପଡ଼ିଲେ, ସେ ପବନକୁ ଧମକ ଦେଲେ ଓ ଢେଉକୁ କହିଲେ, “ଶାନ୍ତ ହୁଅ, ସ୍ଥିର ହୁଅ।” ତା’ପରେ ଝଡ଼ ବନ୍ଦ ହୋଇଗଲା। ହ୍ରଦ ଶାନ୍ତ ହୋଇଗଲା।

40 ତା’ପରେ ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଭୟ କରୁଛ? ଏ ପର୍ଯ୍ୟନ୍ତ କ’ଣ ତୁମ୍ଭମାନଙ୍କର ବିଶ୍ୱାସ ହୋଇ ନାହିଁ?”

41 ସେମାନେ କିନ୍ତୁ ବହୁତ ଡରି ଯାଇଥିଲେ। ସେମାନେ ନିଜ ଭିତରେ ପଚରା ଉଚରା ହେଲେ, “ଏ କେଉଁ ପ୍ରକାରର ଲୋକ? ଏପରିକି ପବନ ଓ ପାଣି ମଧ୍ୟ ତାହାଙ୍କୁ ମାନୁଛନ୍ତି।”

5

1 ଯୀଶୁ ଜଣେ ଲୋକକୁ ଦୁଷ୍ଟାତ୍ମା କବଳରୁ ମୁକ୍ତକଲେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ହ୍ରଦର ଅପର ପାର୍ଶ୍ୱର ଗରାଶୀୟମାନଙ୍କ ଦେଶରେ ପହଞ୍ଚିଲେ।

2 ଯୀଶୁ ଡଙ୍ଗାର ବାହାରକୁ ଆସିବା ମାତ୍ରେ ଗୋଟିଏ ଲୋକ କବର ମଧ୍ୟରୁ ବାହାରି ତାହାଙ୍କ ପାଖକୁ ଆସିଲା ତା’ ଦେହରେ ଦୁଷ୍ଟାତ୍ମା ପ୍ରବେଶ କରି ରହିଥିଲା।

3 ସେ ଲୋକଟି କବର ମଧ୍ୟରେ ରହୁଥିଲା। ତାହାକୁ କେହି ହେଲେ ବାନ୍ଧି ପାରୁ ନ ଥିଲେ। ଏପରିକି ଶିକୁଳିରେ ମଧ୍ୟ ତାକୁ ବାନ୍ଧି ପାରୁ ନ ଥିଲେ।

4 କାରଣ ତାହାକୁ ଅଧିକାଂଶ ସମୟରେ ହାତକଡ଼ି ଓ ବେଡ଼ି ଦ୍ୱାରା ବାନ୍ଧି ଦିଆଯାଉଥିଲା। କିନ୍ତୁ ସେ ହାତକଡ଼ିକୁ ଛିଣ୍ଡାଇ ଖୋଲି ଦେଉଥିଲା ଓ ଶିକୁଳିକୁ ଖଣ୍ଡ ଖଣ୍ଡ କରି ଛିଣ୍ଡାଇ ଦେଉଥିଲା। କେହି ହେଲେ ତାକୁ ନିୟନ୍ତ୍ରିତ କରି ପାରୁ ନ ଥିଲେ।

5 ସେ ଦିନରାତି ସଦାବେଳେ କବର ଓ ପାହାଡ଼ରେ ଥାଇ ଚିତ୍କାର କରୁଥିଲା ଓ ନିଜକୁ ପଥରରେ କ୍ଷତ ବିକ୍ଷତ କରି ପକାଉଥିଲା।

6 ଲୋକଟି ଯୀଶୁଙ୍କୁ ଦୂରରୁ ଦେଖି ତାହାଙ୍କ ପାଖକୁ ଧାଇଁ ଆସିଲା ଓ ପ୍ରଣାମ କରି ତାହାଙ୍କ ଆଗରେ ପଡ଼ିଗଲା।

7 ଯୀଶୁ ସେହି ଲୋକକୁ କହିଲେ, “ରେ ଦୁଷ୍ଟାତ୍ମା, ଏହି ଲୋକ ଦେହରୁ ବାହାରି ଆ।” ଯୀଶୁ ଏପରି କରିବା ଦ୍ୱାରା ସେହି ଲୋକ ବଡ଼ ପାଟିରେ ଚିତ୍କାର କରି କହିଲା, “ସବୁଠାରୁ ମହାନ ପରମେଶ୍ୱରଙ୍କ ପୁତ୍ର ହେ ଯୀଶୁ, ତୁମ୍ଭେ ମୋ’ଠାରୁ କ’ଣ ଗ୍ଭହୁଁଛ? ତୁମ୍ଭକୁ ମୁଁ ଅନୁରୋଧ କରୁଛି, ତୁମ୍ଭେ ମୋତେ ହଇରାଣ କର ନାହିଁ।”

8

9 ଯୀଶୁ ତାକୁ ପଗ୍ଭରିଲେ, “ତୁମ୍ଭ ନାମ କ’ଣ?” ଲୋକଟି କହିଲା, “ମୋ’ ନାମ ଲିଜନ ବା ବାହିନୀଭୂତ। କାରଣ ଆମ୍ଭେ ଅନେକ।”

10 ସେହି ଦୁଷ୍ଟାତ୍ମାମାନେ ବାରମ୍ବାର କାକୁତି ମିନତି ହୋଇ ଭିକ୍ଷା ମାଗିଲେ ଯେ ସେ ସେମାନଙ୍କୁ ସେହି ଅଞ୍ଚଳର ବାହାରକୁ ପଠେଇ ନ ଦିଅନ୍ତୁ।

11 ସେହି ପାହାଡ଼ କଡ଼ରେ ସେତେବେଳେ ଘୁଷୁରିଙ୍କର ଗୋଟିଏ ବଡ଼ ପଲ ଚରୁଥିଲା।

12 ଦୁଷ୍ଟାତ୍ମାମାନେ ଯୀଶୁଙ୍କୁ ଅନୁରୋଧ କଲେ, “ଆମ୍ଭକୁ ଘୁଷୁରିମାନଙ୍କ ପାଖକୁ ପଠେଇ ଦିଅ, ତାହାହାଲେ ଆମ୍ଭେ ସେମାନଙ୍କ ଦେହ ଭିତରେ ପ୍ରବେଶ କରିଯିବୁ।”

13 ଯୀଶୁ ସେମାନଙ୍କୁ ଏପରି କରିବାକୁ ଅନୁମତି ଦେଇଦେଲେ। ତା’ପରେ ଦୁଷ୍ଟାତ୍ମାମାନେ ସେହି ଲୋକଟି ଦେହରୁ ବାହାରି ଘୁଷୁରିମାନଙ୍କ ଦେହରେ ପଶିଗଲେ। ସେହି ଘୁଷୁରି ପଲରେ ପ୍ରାୟ ଦୁଇ ହଜାର ଘୁଷୁରି ଥିଲେ। ସେ ସବୁତକ ଘୁଷୁରି ପାହାଡ଼ କଡ଼କୁ ଖୁବ୍ ବେଗରେ ଧାଇଁଲେ ଓ ହ୍ରଦ ଭିତରେ ପଡ଼ି ଗଲେ। ସବୁତକ ଘୁଷୁରି ପାଣିରେ ବୁଡ଼ିଗଲେ।

14 ଘୁଷୁରି ପଲର ଜଗୁଆଳମାନେ ପଳେଇ ଯାଇ ସହରରେ ଏହି ଘଟଣା ବିଷୟରେ କହିଲେ। ଲୋକେ କ’ଣ ଘଟିଛି ବୋଲି ଦେଖିବାକୁ ଆସିଲେ।

15 ସେମାନେ ଯୀଶୁଙ୍କ ପାଖରେ ପହଞ୍ଚି ଦେଖିଲେ ଯାହା ଦେହରେ ବାହିନୀଭୂତ ପ୍ରବେଶ କରିଥିଲା, ସେ ଲୋକଟି ଲୁଗାପଟା ପିନ୍ଧି ଭଲ ଭାବରେ ବସିଛି। ତାହାର ମନ ଭଲ ହୋଇ ଯାଇଛି। ଏହା ଦେଖି ସେମାନେ ଭୟଭୀତ ହେଲେ।

16 ସେଠାରେ କେତେକ ଲୋକ ଥିଲେ, ଯେଉଁମାନେ ଯୀଶୁଙ୍କ କାର୍ଯ୍ୟ ଦେଖିଥିଲେ। ସେମାନେ ଅନ୍ୟ ଲୋକମାନଙ୍କ ଆଗରେ ଦୁଷ୍ଟାତ୍ମା ଭୂତଗ୍ରସ୍ତ ଲୋକଟିର ଓ ଘୁଷୁରିମାନଙ୍କର କ’ଣ ହେଲା, ସେ ସବୁ ବର୍ଣ୍ଣନା କଲେ।

17 ତା’ପରେ ସେ ଲୋକମାନେ ଯୀଶୁଙ୍କୁ ସେ ଅଞ୍ଚଳ ଛାଡ଼ି ଗ୍ଭଲିଯିବାକୁ ଅନୁରୋଧ କଲେ।

18 ଯୀଶୁ ଡଙ୍ଗାରେ ବସି ଗ୍ଭଲି ଯିବାକୁ ପ୍ରସ୍ତୁତ ହେଲେ। ଯିଏ ପୂର୍ବରୁ ଦୁଷ୍ଟାତ୍ମା ଦ୍ୱାରା ଆକ୍ରାନ୍ତ ହୋଇଥିଲା, ସେ ଯୀଶୁଙ୍କ ସହିତ ଯିବାକୁ ତାହାଙ୍କୁ ଅନୁରୋଧ କଲା।

19 କିନ୍ତୁ ଯୀଶୁ ତାହାକୁ ଯିବା ପାଇଁ ଅନୁମତି ଦେଲେ ନାହିଁ। ଯୀଶୁ କହିଲେ, “ତୁମ୍ଭେ ତୁମ୍ଭର ଘରକୁ, ଆତ୍ମୀୟ ସ୍ୱଜନଙ୍କ ପାଖକୁ ଯାଅ। ପ୍ରଭୁ ତୁମ୍ଭ ପାଇଁ ଯାହା କରିଛନ୍ତି, ସେ ସମସ୍ତ କଥା ସେମାନଙ୍କୁ କୁହ ଯେ ପ୍ରଭୁ ତୁମ୍ଭକୁ ଦୟା କରିଛନ୍ତି।”

20 ତେଣୁ ସେ ଗ୍ଭଲିଗଲା ଓ ଦେକାପଲି ଅଞ୍ଚଳର ଲୋକଙ୍କୁ କହିବାକୁ ଲାଗିଲା ଯେ, ଯୀଶୁ କିପରି ତା’ ପାଇଁ କେତେ ବଡ଼ କାମ କରିଛନ୍ତି। ସମସ୍ତ ଲୋକ ଏ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ।

21 ଯୀଶୁ ମୃତ ବାଳିକାକୁ ଜୀବନ ଦେଲେ ଓ ଏକ ଅସୁସ୍ଥ ସ୍ତ୍ରୀକୁ ସୁସ୍ଥ କଲେ ଯୀଶୁ ନୌକାରେ ବସି ହ୍ରଦର ଅପର ପାର୍ଶ୍ୱକୁ ଫେରିଗଲେ। ପୁଣି ହ୍ରଦ କୂଳରେ ତାହାଙ୍କ ଗ୍ଭରି ପଟେ ବହୁତ ଲୋକ ଜମିଗଲେ।

22 ଯିହୂଦୀ ସମାଜଗୃହର ଜଣେ ଅଧିକାରୀ ସେଠାକୁ ଆସିଲେ। ତାହାଙ୍କ ନାମ ଯାଈରସ ଥିଲା। ଯାଈରସ ଯୀଶୁଙ୍କୁ ଦେଖିବା ମାତ୍ରେ ତାହାଙ୍କ ପାଦ ତଳେ ପଡ଼ିଗଲେ।

23 ସେ କାକୁତି ମିନତି ହୋଇ ଯୀଶୁଙ୍କୁ ଭିକ୍ଷା ମାଗିଲେ, “ମୋର ଛୋଟ ଝିଅ ମରିବା ଉପରେ। ଦୟାକରି ଆପଣ ଆସି ତା’ ଉପରେ ହାତ ରଖନ୍ତୁ, ତା’ହେଲେ ସେ ସୁସ୍ଥ ହୋଇଯିବ ଓ ଜୀବନ ପାଇବ।”

24 ଯୀଶୁ ଯାଈରସଙ୍କ ସାଥୀରେ ବାହାରିଲେ। ଅନେକ ଲୋକ ଯୀଶୁଙ୍କ ପଛେ ପଛେ ଗଲେ। ଭିଡ଼ ହୋଇଥିବା ଯୋଗୁଁ ଲୋକେ ଯୀଶୁଙ୍କ ଆଡ଼କୁ ମାଡ଼ି ଆସୁ ଥିଲେ।

25 ସେଠାରେ ଲୋକଙ୍କ ଭିତରେ ଜଣେ ସ୍ତ୍ରୀଲୋକ ଥିଲା। ବିଗତ ବାରବର୍ଷ ଧରି ତା’ର ରକ୍ତସ୍ରାବ ହେଉଥିଲା।

26 ଅନେକ ଚିକିତ୍ସକଙ୍କ ଦ୍ୱାରା ଚିକିତ୍ସା କରାଇ ସାରିବା ପରେ ସେ ନିରାଶ ହୋଇ ପଡ଼ିଥିଲା। ସେ ବହୁତ କଷ୍ଟ ପାଉଥିଲା। ତା’ର ସମସ୍ତ ଟଙ୍କା ଖର୍ଚ୍ଚ ହୋଇଯାଇଥିଲା। ତଥାପି ତା’ର ସ୍ୱାସ୍ଥ୍ୟରେ କୌଣସି ଉନ୍ନତି ଘଟୁ ନ ଥିଲା। ବରଂ ତା’ର ଦେହ ଅତ୍ୟଧିକ ଖରାପ ହୋଇ ଯାଉଥିଲା।

27 ସେହି ସ୍ତ୍ରୀ ଲୋକଟି ଯୀଶୁଙ୍କ ବିଷୟରେ ଶୁଣିବା ପରେ ଲୋକଙ୍କ ସହିତ ତାହାଙ୍କର ଅନୁସରଣ କଲା। ସେ ପଛ ପଟରୁ ଆସି ଯୀଶୁଙ୍କ ନିକଟତର ହେଲା ଓ ତାହାଙ୍କ ବସ୍ତ୍ର ଛୁଇଁଦେଲା।

28 ସେ ମନେ ମନେ କହୁଥିଲା, “ଯଦି ମୁଁ ଖାଲି ଟିକିଏ ତାହାଙ୍କ ବସ୍ତ୍ର ଛୁଁଇ ପାରିବି ତେବେ ଭଲ ହୋଇଯିବି।”

29 ସେ ଯୀଶୁଙ୍କ ବସ୍ତ୍ର ଛୁଇଁବା ମାତ୍ରେ ତା’ର ରକ୍ତସ୍ରାବ ବନ୍ଦ ହୋଇଗଲା ଓ ତା’ର ଶରୀରର ରୋଗ ଭଲ ହୋଇଗଲା ବୋଲି ସେ ଅନୁଭବ କଲା।

30 ସେହି ସମୟରେ ଯୀଶୁ ଅନୁଭବ କଲେ ଯେ ତାହାଙ୍କଠାରୁ ଶକ୍ତି ବାହାରି ଯାଇଛି। ସେ ଅଟକି ଗଲେ ଓ ପଛକୁ ବୁଲି ପଡ଼ି ପଗ୍ଭରିଲେ, “ମୋର ବସ୍ତ୍ର କିଏ ଛୁଇଁଲା?”

31 ଶିଷ୍ୟମାନେ ଯୀଶୁଙ୍କୁ କହିଲେ, “ଏଠାରେ ତ ଅନେକ ଲୋକ ଆପଣଙ୍କ ଆଡ଼କୁ ଠେଲି ହୋଇ ଯାଉଛନ୍ତି। ପୁଣି ଆପଣ ପଗ୍ଭରୁଛନ୍ତି, “ମୋତେ କିଏ ଛୁଇଁଲା?”

32 କିନ୍ତୁ ଯୀଶୁ ତାହାଙ୍କୁ କେଉଁ ଲୋକ ଛୁଇଁଲା ବୋଲି ଗ୍ଭରିଆଡ଼କୁ ଦେଖିବାକୁ ଲାଗିଲେ।

33 ସେହି ସ୍ତ୍ରୀ ଲୋକଟି ଜାଣିଥିଲା ଯେ ସେ ଭଲ ହୋଇଯାଇଛି, ତେଣୁ ସେ ଆଗକୁ ଆସି ଯୀଶୁଙ୍କ ପାଦ ତଳେ ପଡ଼ିଗଲା। ସେ ଭୟରେ ଥରୁଥିଲା। ସେ ଯୀଶୁଙ୍କୁ ସବୁ କଥା କହିଲା।

34 ଯୀଶୁ ତାକୁ କହିଲେ, “ଆଗୋ ନାରୀ; ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରି ଦେଇଛି। ଶାନ୍ତିରେ ଯାଅ ଏବଂ ତୁମ୍ଭ ରୋଗରୁ ମୁକ୍ତ ହୁଅ।”

35 ଯୀଶୁ ସେଠାରେ ଏସବୁ କହୁଥିବା ସମୟରେ ଯିହୂଦୀ ସମାଜଗୃହର ଅଧିକାରୀ ଯାଈରସଙ୍କ ଘରୁ କେତେକ ଲୋକ ଆସି ତାହାଙ୍କୁ କହିଲେ, “ତୁମ୍ଭର ଝିଅ ମରିଗଲାଣି। ବର୍ତ୍ତମାନ ତୁମ୍ଭେ ଗୁରୁ (ଯୀଶୁ)ଙ୍କୁ ଅଯଥାରେ ଆଉ କାହିଁକି ହଇରାଣ କରିବ?”

36 କିନ୍ତୁ ଯୀଶୁ ସେମାନଙ୍କ କଥା ଶୁଣିସାରି ଯିହୂଦୀ ସମାଜଗୃହର ଅଧିକାରୀଙ୍କୁ କହିଲେ, “ଭୟ କର ନାହିଁ, କେବଳ ବିଶ୍ୱାସ କର।”

37 ତା’ପରେ ସେ ସମସ୍ତଙ୍କୁ ଛାଡ଼ି କେବଳ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ସାଙ୍ଗରେ ନେଲେ।

38 ସେମାନେ ଯିହୂଦୀ ସମାଜଗୃହର ଅଧିକାରୀଙ୍କ ଘରକୁ ଗଲେ। ସେ ସେଠାରେ ଲୋକମାନଙ୍କୁ ଉଚ୍ଚ ସ୍ୱରରେ ବିଳାପ କରୁଥିବାର ଦେଖିଲେ। ସେଠାରେ ବହୁତ କୋଳାହଳ ହେଉଥିଲା।

39 ଯୀଶୁ ଘର ଭିତରେ ପ୍ରବେଶ କରି ଲୋକମାନଙ୍କୁ କହିଲେ, “ତୁମ୍ଭେ ସବୁ କାହିଁକି ଏତେ ପାଟିତୁଣ୍ଡ ଓ କନ୍ଦାକଟା କରୁଛ? ଏ ପିଲାଟି ମରି ନାହିଁ, ସେ କେବଳ ଶୋଇ ଯାଇଛି।”

40 ଏହା ଶୁଣି ସବୁ ଲୋକ ଯୀଶୁଙ୍କୁ ପରିହାସ କଲେ। କିନ୍ତୁ ସେ ସମସ୍ତଙ୍କୁ ଘରର ବାହାରକୁ ପଠେଇ ଦେଲେ। କେବଳ ପିଲାଟିର ବାପାମା ଓ ତାହାଙ୍କ ସହିତ ଆସିଥିବା ଶିଷ୍ୟମାନଙ୍କୁ ସାଙ୍ଗରେ ନେଇ ପିଲାଟି ଯେଉଁ କୋଠରିରେ ଥିଲା, ସେହି କୋଠରିକୁ ଗଲେ।

41 ତା’ପରେ ଯୀଶୁ ଝିଅଟିର ହାତ ଧରି ତାହାକୁ କହିଲେ, “ଟଲିଥା, କୂମ୍” ଅର୍ଥାତ୍ ହେ ଝିଅ, ମୁଁ ତୋତେ କହୁଛି ଉଠ। ଝିଅଟି ସଙ୍ଗେ ସଙ୍ଗେ ଉଠି ଠିଆ ହେଲା ଓ ଗ୍ଭଲିବାକୁ ଆରମ୍ଭ କଲା। ଝିଅଟିର ବୟସ ବାର ବର୍ଷ ଥିଲା।

42 ତା’ର ବାପାମା ଓ ଶିଷ୍ୟମାନେ ଅତ୍ୟନ୍ତ ଆଶ୍ଚର୍ଯ୍ୟ ହୋଇଗଲେ।

43 ଯୀଶୁ ଏ କଥା ଲୋକମାନଙ୍କୁ ନ କହିବା ପାଇଁ ଝିଅର ବାପା-ମାଙ୍କୁ ଦୃଢ଼ ଭାବରେ ନିର୍ଦ୍ଦେଶ ଦେଲେ। ତା’ପରେ ଯୀଶୁ ଝିଅଟିର ବାପା-ମାଙ୍କୁ ଝିଅକୁ କିଛି ଖାଇବାକୁ ଦେବାକୁ କହିଲେ।

6

1 ଯୀଶୁ ନିଜ ଜନ୍ମ ସହରକୁ ଗଲେ ଯୀଶୁ ସେ ସ୍ଥାନ ଛାଡ଼ି ନିଜ ଜନ୍ମ ସହରକୁ ଗଲେ। ତାହାଙ୍କ ଶିଷ୍ୟମାନେ ତାହାଙ୍କ ସହିତ ଗଲେ।

2 ବିଶ୍ରାମ ଦିବସରେ ଯୀଶୁ ଯିହୂଦୀୟ ସମାଜଗୃହରେ ଶିକ୍ଷା ଦେଲେ। ବହୁତ ଲୋକ ତାହାଙ୍କ ଶିକ୍ଷା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଏ ଲୋକ ଏସବୁ ଶିକ୍ଷା କେଉଁଠାରୁ ପାଇଲା? ଏ ଲୋକକୁ ଏ ଉତ୍ତମ ବିଗ୍ଭରଶକ୍ତି (ବିଜ୍ଞତା) କିଏ ଦେଲା? ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ ସେ କେଉଁଠାରୁ ଶକ୍ତି ପାଇଲା?

3 ଏ କ’ଣ ସେହି ବଢ଼େଇ ନୁହନ୍ତି? ଏ କ’ଣ ମରିୟମଙ୍କ ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନଙ୍କ ଭାଇ ନୁହନ୍ତି? ତାହାଙ୍କର ଭଉଣୀମାନେ କ’ଣ ଏଠାରେ ଆମ୍ଭ ସହିତ ନାହାନ୍ତି?” ତେଣୁ ଯୀଶୁଙ୍କୁ ସ୍ୱୀକାର କରିବାରେ ଏହି ଲୋକମାନେ ବାଧା ପାଇଲେ।

4 ତେଣୁ ଯୀଶୁ ଲୋକମାନଙ୍କୁ କହିଲେ, “ଅନ୍ୟମାନେ ଜଣେ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ସମ୍ମାନ ଦେଇଥା’ନ୍ତି। କିନ୍ତୁ ତାହାଙ୍କ ନିଜ ସହର ଲୋକେ, ତାହାଙ୍କର ସମ୍ପର୍କୀୟମାନେ ଓ ତାହାଙ୍କ ନିଜ ପରିବାରର ଲୋକମାନେ ତାହାଙ୍କୁ ସମ୍ମାନ କରନ୍ତି ନାହିଁ।”

5 ଅତଏବ ସେଠାରେ ଯୀଶୁ କୌଣସି ଆଶ୍ଚର୍ଯ୍ୟକାର୍ଯ୍ୟ ପ୍ରଦର୍ଶନ କରି ପାରିଲେ ନାହିଁ। କେବଳ କେତେକ ରୋଗୀଙ୍କ ଉପରେ ହାତ ରଖି ସେ ସେମାନଙ୍କୁ ସୁସ୍ଥ କରିଲେ।

6 ଏ ଲୋକମାନଙ୍କର କୌଣସି ବିଶ୍ୱାସ ନ ଥିବାରୁ ଯୀଶୁ ଅତ୍ୟନ୍ତ ଆଶ୍ଚର୍ଯ୍ୟ ହୋଇଗଲେ। ତା’ପରେ ଯୀଶୁ ସେ ଅଞ୍ଚଳର ଅନ୍ୟ ସବୁ ଗାଁକୁ ଯାଇ ସେଠାରେ ଶିକ୍ଷା ଦେବାକୁ ଲାଗିଲେ।

7 ଯୀଶୁ ତାଙ୍କର ପ୍ରେରିତମାନଙ୍କୁ କର୍ତ୍ତବ୍ୟ ସମାପନ ପାଇଁ ପଠାଇଲେ ଯୀଶୁ ବାରଜଣ ଶିଷ୍ୟଙ୍କୁ ଏକାଠି ଡାକିଲେ। ସେ ସେମାନଙ୍କୁ ଦୁଇ ଦୁଇ ଜଣ କରି ବାହାରକୁ ପଠାଇଲେ। ସେ ସେମାନଙ୍କୁ ଦୁଷ୍ଟାତ୍ମାମାନଙ୍କ ଉପରେ କ୍ଷମତା ପ୍ରଦାନ କଲେ।

8 ସେ ଶିଷ୍ୟମାନଙ୍କୁ ନିର୍ଦ୍ଦେଶ ଦେଲେ, “ତୁମ୍ଭେ ଯାତ୍ରା କାଳରେ ବାଡ଼ିଟିଏ ଛଡ଼ା ଆଉ କିଛି ନେବ ନାହିଁ। ରୋଟୀ, ଝୁଲା କି ପକେଟରେ କିଛି ହେଲେ ଟଙ୍କା ମଧ୍ୟ ନେବ ନାହିଁ।

9 ତୁମ୍ଭେ ଚପଲ ପିନ୍ଧି ପାରିବ। କିନ୍ତୁ କେବଳ ପିନ୍ଧିଥିବା ଲୁଗାପଟା ଛଡ଼ା କୌଣସି ଅଧିକ ଲୁଗାପଟା ନେବ ନାହିଁ।

10 କୌଣସି ଘରେ ପ୍ରବେଶ କଲେ ସେ ସହର ଛାଡ଼ି ଗ୍ଭଲିଯିବା ପର୍ଯ୍ୟନ୍ତ ସେହି ଘରେ ରହିବ।

11 ଯଦି କୌଣସି ସହରରେ ସେମାନେ ତୁମ୍ଭକୁ ସ୍ୱାଗତ ନ କରନ୍ତି କିମ୍ବା ସେମାନେ ତୁମ୍ଭ କଥା ନ ଶୁଣନ୍ତି, ତେବେ ସେ ସହର ଛାଡ଼ି ଗ୍ଭଲି ଯାଅ। ଛାଡ଼ିଲା ବେଳେ ତୁମ ପାଦରୁ ସେଠାକାର ଧୂଳିଝାଡ଼ି ଦିଅ। ତାହା ସେମାନଙ୍କ ପାଇଁ ଚେତାବନୀ ହେବ।”

12 ଶିଷ୍ୟମାନେ ସେଠାରୁ ଅନ୍ୟ ସ୍ଥାନକୁ ଗ୍ଭଲିଗଲେ। ସେମାନେ ଘୋଷଣା କଲେ ଯେ, ଲୋକମାନେ ଅନୁତାପ କରନ୍ତୁ। ହୃଦୟ ପରିବର୍ତ୍ତନ କରନ୍ତୁ।

13 ସେମାନେ ଲୋକଙ୍କ ଦେହରୁ ଅନେକ ଭୂତଙ୍କୁ ତଡ଼ିଦେଲେ। ସେମାନେ ଅନେକ ରୋଗୀଙ୍କୁ ତୈଳ ଲଗାଇ ସୁସ୍ଥ କରିଦେଲେ।

14 ହେରୋଦ ଭାବନ୍ତି ଯୀଶୁ ହେଉଛନ୍ତି ବାପ୍ତିଜକ ଯୋହନ ରାଜା ହେରୋଦ ଯୀଶୁଙ୍କ ବିଷୟରେ ଶୁଣିଲେ। କାରଣ ବର୍ତ୍ତମାନ ଯୀଶୁଙ୍କ ଖ୍ୟାତି ଗ୍ଭରିଆଡ଼େ ବ୍ୟାପି ଯାଇଥିଲା। କେତେକ ଲୋକ କହୁଥିଲେ, “ଯୀଶୁ ହେଉଛନ୍ତି ବାପ୍ତିଜକ ଯୋହନ। ସେ ମୃତ୍ୟୁରୁ ପୁନରୁ‌ତ୍‌ଥିତ ହୋଇଛନ୍ତି। ସେଥି ଯୋଗୁଁ ସେ ଆଶ୍ଚର୍ଯ୍ୟକାର୍ଯ୍ୟ କରି ପାରୁଛନ୍ତି।”

15 ଅନ୍ୟମାନେ କହୁଥିଲେ, “ସେ ହେଉଛନ୍ତି ଏଲିୟ।” ଆଉ କେତେକ କହୁଥିଲେ, “ଯୀଶୁ ହେଉଛନ୍ତି ଭବିଷ୍ୟ‌ଦ୍‌ବକ୍ତା, ପ୍ରାଚୀନ କାଳର ଭବିଷ୍ୟ‌ଦ୍‌ବକ୍ତାଙ୍କ ଭଳି ସେ ମଧ୍ୟ ଜଣେ ଭବିଷ୍ୟ‌ଦ୍‌ବକ୍ତା।”

16 ହେରୋଦ ଯୀଶୁଙ୍କ ବିଷୟରେ ଏସବୁ ଶୁଣିଲେ। ସେ କହିଲେ, “ମୁଁ ଯୋହନଙ୍କ ମୁଣ୍ଡ କାଟ କରି ହତ୍ୟା କରିଛି। ବର୍ତ୍ତମାନ ଯୋହନ ମୃତ୍ୟୁରୁ ପୁଣି ବଞ୍ଚି ଉଠିଛନ୍ତି।”

17 ବାପ୍ତିଜକ ଯୋହନ କିପରି ହତ୍ୟା ହେଲେ ନିଜେ ହେରୋଦ ଯୋହନଙ୍କୁ ବନ୍ଦୀ କରିବା ପାଇଁ ତାହାଙ୍କ ସୈନ୍ୟମାନଙ୍କୁ ଆଦେଶ ଦେଇଥିଲେ। ଯୋହନଙ୍କୁ କାରାଗାରରେ ରଖାଯାଇଥିଲା। ହେରୋଦ ତାହାଙ୍କ ସ୍ତ୍ରୀ ହେରୋଦିଆଙ୍କୁ ଖୁସୀ କରିବା ପାଇଁ ଏହା କରିଥିଲେ। ପ୍ରଥମେ ହେରୋଦିଆ ହେରୋଦଙ୍କ ଭାଇ ଫିଲି‌ପ୍‌ପଙ୍କ ସ୍ତ୍ରୀ ଥିଲେ। ପରେ ହେରୋଦ ତାହାଙ୍କୁ ବିବାହ କରିଥିଲେ।

18 ଯୋହନ ହେରୋଦଙ୍କୁ କହିଥିଲେ, “ତୁମ୍ଭ ଭାଇଙ୍କ ସ୍ତ୍ରୀଙ୍କୁ ବିବାହ କରିବା ଠିକ୍ ନୁହେଁ।”

19 ତେଣୁ ହେରୋଦିଆ ଯୋହନଙ୍କୁ ଶତ୍ରୁ ଭାବରେ ଦେଖୁଥିଲେ। ସେ ଯୋହନଙ୍କୁ ହତ୍ୟା କରିବାକୁ ଗ୍ଭହୁଁଥିଲେ। କିନ୍ତୁ ସେ ଏଥିପାଇଁ ହେରୋଦଙ୍କୁ ପ୍ରବର୍ତ୍ତାଇବାରେ ଅସଫଳ ହୋଇଥିଲେ।

20 ହେରୋଦ ଯୋହନଙ୍କୁ ମାରିବାକୁ ଭୟ କରୁଥିଲେ। ସେ ଜାଣି ଥିଲେ ଯେ ସମସ୍ତ ଲୋକ ଯୋହନଙ୍କୁ ଜଣେ ଭଲ ଓ ପବିତ୍ର ଲୋକ ଭାବୁଥିଲେ। ତେଣୁ ହେରୋଦ ଯୋହନଙ୍କୁ ରକ୍ଷା କରୁଥିଲେ। ଯୋହନଙ୍କ ଉପଦେଶ ଶୁଣିବାକୁ ହେରୋଦ ଖୁବ୍ ଭଲ ପାଉଥିଲେ। ତଥାପି ଯୋହନଙ୍କ ଉପଦେଶ ହେରୋଦଙ୍କୁ ସବୁବେଳେ ବିଚଳିତ କରୁଥିଲା।

21 କିଛି ଦିନ ପରେ ହେରୋଦଙ୍କ ଜନ୍ମ ଦିନରେ ଯୋହନଙ୍କ ମୃତ୍ୟୁ ଘଟାଇବା ପାଇଁ ହେରୋଦିଆକୁ ଗୋଟିଏ ସୁଯୋଗ ମିଳିଗଲା। ତାହାଙ୍କର ଉଚ୍ଚ ଅଧିକାରୀ, ସେନାପତିଗଣ ଏବଂ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କୁ ହେରୋଦ ରାତ୍ରି ସମୟରେ ଭୋଜି ଦେଉଥା’ନ୍ତି।

22 ହେରୋଦିଆଙ୍କ ଝିଅ ଭିତରକୁ ଆସି ନାଚିଲା। ତା’ ନାଚରେ ଅତିଥିଗଣ ଓ ନିଜେ ହେରୋଦ ବହୁତ ଖୁସୀ ହେଲେ। ହେରୋଦ ଝିଅକୁ କହିଲେ, “ତୋର ଯାହା ଦରକାର ମୋତେ ମାଗ। ମୁଁ ତୋତେ ତାହା ଦେବି।”

23 ହେରୋଦ ଶପଥ ପୂର୍ବକ ମଧ୍ୟ କହିଲେ, “ତୁ ଯାହା ମାଗିବୁ ମୁଁ ତୋତେ ତାହା ଦେବି। ଏପରିକି ମୁଁ ମୋ’ ରାଜ୍ୟର ଅଧା ଭାଗ ତୋତେ ଦେଇପାରେ।”

24 ଝିଅଟି ତା’ ମା ପାଖକୁ ଯାଇ ପଗ୍ଭରିଲା, “ରାଜା ହେରୋଦଙ୍କୁ ମୁଁ କ’ଣ ମାଗିବି?” ତା’ ମା କହିଲେ, “ବାପ୍ତିଜକ ଯୋହନଙ୍କ ମୁଣ୍ଡ ମାଗ।”

25 ଝିଅଟି ଅତି ଶୀଘ୍ର ରାଜାଙ୍କ ପାଖକୁ ଗ୍ଭଲିଗଲା। ସେ ରାଜାଙ୍କୁ କହିଲା, “ମୋତେ ବାପ୍ତିଜକ ଯୋହନଙ୍କ ମୁଣ୍ଡ ଗୋଟିଏ ଥାଳିରେ ରଖି ବର୍ତ୍ତମାନ ଦିଅ।”

26 ରାଜା ହେରୋଦ ବହୁତ ଦୁଃଖ କଲେ। କିନ୍ତୁ ସେ ଝିଅର ଇଚ୍ଛା ଅନୁସାରେ ଦାନ ଦେବାକୁ ଶପଥ କରି ସାରିଥିଲେ। ସେଠାରେ ହେରୋଦଙ୍କ ସହିତ ଖାଉଥିବା ଅତିଥିମାନେ ମଧ୍ୟ ହେରୋଦଙ୍କ ଶପଥ ବିଷୟରେ ଶୁଣି ସାରିଥିଲେ। ତେଣୁ ଝିଅ ଯାହା ମାଗିଥିଲା, ତାହା ଦେବା ପାଇଁ ହେରୋଦ ମନା କରିବାକୁ ଇଚ୍ଛା କଲେ ନାହିଁ।

27 ଏଣୁ ରାଜା ଯୋହନଙ୍କ ମୁଣ୍ଡ ନେଇ ଆସିବାକୁ ଆଜ୍ଞା ଦେଇ ତୁରନ୍ତ ଜଣେ ସୈନ୍ୟକୁ ପଠାଇଲେ। ସେ ଯାଇ କାରାଗାରରେ ଯୋହନଙ୍କ ମୁଣ୍ଡ କାଟିଦେଲା।

28 ଯୋହନଙ୍କ ସେହି ମୁଣ୍ଡ ସେ ଗୋଟିଏ ଥାଳିରେ ଆଣି ଝିଅକୁ ତାହା ଦେଲା। ସେ ଝିଅ ସେହି ମୁଣ୍ଡ ନେଇ ତା’ ମାକୁ ଦେଲା।

29 ଏହିସବୁ ଘଟଣା ଯୋହନଙ୍କ ଶିଷ୍ୟମାନେ ଶୁଣିଲେ। ସେମାନେ ଆସି ଯୋହନଙ୍କ ମୃତ ଶରୀରକୁ ନେଇ କବର ଦେଲେ।

30 ଯୀଶୁ ପାଞ୍ଚ ହଜାରରୁ ଅଧିକ ଲୋକଙ୍କୁ ଖୁଆଇଲେ ଯେଉଁ ପ୍ରେରିତମାନଙ୍କୁ ଯୀଶୁ ପଠାଇଥିଲେ, ସେମାନେ ଫେରି ଆସିଲେ। ସେମାନେ ଯୀଶୁଙ୍କ ଗ୍ଭରିପଟେ ଏକାଠି ହୋଇ ସେମାନେ ଯାହାସବୁ କରିଥିଲେ ଓ ଲୋକଙ୍କୁ ଯାହାସବୁ ଶିକ୍ଷା ଦେଇଥିଲେ, ସେ ସବୁ ତାହାଙ୍କୁ କହିଲେ।

31 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ବହୁତ ଗହଳି ସ୍ଥାନରେ ଥିଲେ। ସେଠାରେ ବହୁତ ଲୋକ ଥିଲେ। ତେଣୁ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସେଠାରେ ଖାଇବାକୁ ମଧ୍ୟ ଟିକିଏ ସମୟ ପାଉ ନ ଥିଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ମୋ’ ସହିତ ଗୋଟିଏ ନିର୍ଜନ ସ୍ଥାନକୁ ଗ୍ଭଲ ଓ ସେଠାରେ ଆମ୍ଭେ ଟିକେ ବିଶ୍ରାମ ନେବା।”

32 ତେଣୁ ସେମାନେ ଗୋଟିଏ ଡଙ୍ଗାରେ ବସି ଗୋଟିଏ ନିର୍ଜନ ସ୍ଥାନକୁ ଗ୍ଭଲିଗଲେ।

33 କିନ୍ତୁ ବହୁତ ଲୋକ ସେମାନଙ୍କୁ ଗ୍ଭଲି ଯାଉଥିବାର ଦେଖିଲେ ଓ ଚିହ୍ନି ମଧ୍ୟ ପାରିଲେ। ତେଣୁ ସମସ୍ତ ନଗରରୁ ଲୋକେ ସ୍ଥଳପଥ ଦେଇ ଯୀଶୁଙ୍କ ଯାଉଥିବା ସ୍ଥାନରେ ଯାଇ ପହଞ୍ଚି ଗଲେ। ଯୀଶୁ ପହଞ୍ଚିବା ପୂର୍ବରୁ, ସେମାନେ ସେଠାରେ ପହଞ୍ଚିଗଲେ।

34 ଯୀଶୁ ଯେତେବେଳେ ସେଠାରେ ପହଞ୍ଚିଲେ, ସେ ଦେଖିଲେ ଯେ ବହୁତ ଲୋକ ଅପେକ୍ଷା କରିଛନ୍ତି। ଯୀଶୁ ସେମାନଙ୍କ ପାଇଁ ଦୁଃଖ ଅନୁଭବ କଲେ। କାରଣ ସେମାନେ ମେଷପାଳକ ବିହୀନ ଅରକ୍ଷିତ ମେଣ୍ଢାପଲ ଭଳି ଥିଲେ। ଯୀଶୁ ସେମାନଙ୍କୁ ଅନେକ ଉପଦେଶ ଦେଲେ।

35 ସେତେବେଳେ ଦିନ ଗଡ଼ି ଯାଇଥିଲା। ତେଣୁ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି କହିଲେ, “ଏହା ଗୋଟିଏ ଜନଶୂନ୍ୟ ଜାଗା। ଦିନ ଗଡ଼ିଗଲାଣି।

36 ତେଣୁ ଲୋକମାନଙ୍କୁ ଆଖ ପାଖ ପଲ୍ଲୀ ଓ ଗାଁଗୁଡ଼ିକୁ ପଠାଅ। ତା’ହେଲେ ସେଠାକୁ ଯାଇ ସେମାନେ ତାହାଙ୍କ ଖାଇବା ପାଇଁ କିଛି ଖାଦ୍ୟ କିଣି ଆଣି ପାରିବେ।”

37 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସେମାନଙ୍କୁ ଖାଇବାକୁ ଦିଅ।” ଶିଷ୍ୟମାନେ ପଗ୍ଭରିଲେ, “ଆମ୍ଭେ କ’ଣ ଯାଇ ରୋଟୀ କିଣି ଆଣି ସେମାନଙ୍କୁ ଖାଇବାକୁ ଦେବୁ? ରୋଟୀ କିଣିବାକୁ ସେତିକି ଅର୍ଥ ଯୋଗାଡ଼ କରିବାକୁ ହେଲେ ଆମ୍ଭ ସମସ୍ତଙ୍କୁ ମାସେ କାଳ କାମ କରିବାକୁ ହେବ।”

38 ଯୀଶୁ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ଯାଇ ଦେଖ, ତୁମ୍ଭ ପାଖରେ କେତେଖଣ୍ଡ ରୋଟୀ ଅଛି?” ଶିଷ୍ୟମାନେ ରୋଟୀ ଗଣିସାରି ଯୀଶୁଙ୍କୁ କହିଲେ, “ଆମ୍ଭ ପାଖରେ ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛ ଅଛି।”

39 ଯୀଶୁ ଆଜ୍ଞା ଦେଲେ, “ଲୋକମାନଙ୍କୁ ପଡ଼ିଆର ସବୁଜ ଘାସ ଉପରେ ଦଳ ଦଳ କରି ବସେଇ ଦିଅ।”

40 ଲୋକମାନେ ପ୍ରତି ଦଳରେ ପଗ୍ଭଶ ପଗ୍ଭଶ ବା ଶହେ ଶହେ ହୋଇ ବସିଗଲେ।

41 ତା’ପରେ ଯୀଶୁ ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛକୁ ଟେକି ସ୍ୱର୍ଗ ଆଡ଼କୁ ଗ୍ଭହିଁ ପରମେଶ୍ୱରଙ୍କୁ ରୋଟୀ ପାଇଁ ଧନ୍ୟବାଦ ଦେଲେ। ସେ ରୋଟୀ ଗୁଡ଼ିକୁ ଛିଣ୍ଡାଇ ଖଣ୍ଡ ଖଣ୍ଡ କରି ଶିଷ୍ୟମାନଙ୍କୁ ଲୋକମାନଙ୍କ ମଧ୍ୟରେ ପରଶିବାକୁ ଦେଲେ। ତା’ପରେ ମାଛକୁ ମଧ୍ୟ ସେ ଖଣ୍ଡ ଖଣ୍ଡ କଲେ ଓ ଲୋକଙ୍କ ମଧ୍ୟରେ ସେହିଭଳି ବାଣ୍ଟି ଦେଲେ।

42 ସମସ୍ତେ ପେଟପୁରା ଖାଇ ତୃପ୍ତ ହେଲେ।

43 ସମସ୍ତେ ଖାଇ ସାରିବା ପରେ ଶିଷ୍ୟମାନେ ବଳକା ରୋଟୀ ଖଣ୍ଡ ଓ ମାଛ ଖଣ୍ଡଗୁଡ଼ିକୁ ବାରଟି ଟୋକେଇରେ ସମ୍ପୂର୍ଣ୍ଣ କରି ଭର୍ତ୍ତିକଲେ।

44 ଯେଉଁମାନେ ରୋଟୀ ଖାଇଥିଲେ ସେମାନଙ୍କ ମଧ୍ୟରେ କେବଳ ପୁରୁଷଙ୍କ ସଂଖ୍ୟା ପାଞ୍ଚ ହଜାର ଥିଲା।

45 ଯୀଶୁ ପାଣି ଉପରେ ଗ୍ଭଲିଲେ ତା’ପରେ ଯୀଶୁ ଶିଷ୍ୟମାନଙ୍କୁ ଡଙ୍ଗା ଭିତରକୁ ଯିବାକୁ କହିଲେ। ଯୀଶୁ ଶିଷ୍ୟମାନଙ୍କୁ ହ୍ରଦର ଅପର ପାର୍ଶ୍ୱରେ ଥିବା ବେ‌ଥ୍‌ସାଇଦାକୁ ଆଗୁଆ ଯିବାକୁ କହିଲେ ଓ ସେ ନିଜେ ପରେ ଯିବେ ବୋଲି କହିଲେ। ସେଠାରେ ଥିବା ଲୋକମାନଙ୍କୁ ଘରକୁ ଫେରିଯିବା ପାଇଁ କହି ସେ ରହିଲେ।

46 ଯୀଶୁ ଲୋକମାନଙ୍କୁ ବିଦାୟ ଦେବା ପରେ ପ୍ରାର୍ଥନା କରିବା ଉଦ୍ଦେଶ୍ୟରେ ପାହାଡ଼ ଉପରକୁ ଗଲେ।

47 ସନ୍ଧ୍ୟା ହେବା ପରେ ମଧ୍ୟ ଡଙ୍ଗାଟି ହ୍ରଦ ମଝିରେ ଥିଲା ଓ ଯୀଶୁ ସ୍ଥଳ ଭାଗରେ ଏକୁଟିଆ ଥିଲେ।

48 ଯୀଶୁ ଦେଖିଲେ ଯେ ଶିଷ୍ୟମାନଙ୍କୁ ଡଙ୍ଗାରେ ଆହୁଲା ମାରିବା ପାଇଁ ବଡ଼ ଅସୁବିଧା ହେଉଛି। କାରଣ ସେତେବେଳେ ପବନ ତାହାଙ୍କର ବିପରୀତ ଦିଗରେ ବହୁଥିଲା। ପ୍ରାତଃକାଳର ପ୍ରାୟ ତିନିଟାରୁ ଛଅଟା ଭିତରେ ଯୀଶୁ ହ୍ରଦ ଉପରେ ଗ୍ଭଲି ଗ୍ଭଲି ଶିଷ୍ୟମାନଙ୍କ ପାଖକୁ ଆସିଲେ। ସେ ଶିଷ୍ୟମାନଙ୍କ ପାଖଦେଇ ଯେତେବେଳେ ଆଗେଇ ଯିବା ଉପରେ,

49 ସେତେବେଳେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ହ୍ରଦ ଉପରେ ଗ୍ଭଲୁଥିବାର ଦେଖି ତାହାଙ୍କୁ ଭୂତ ବୋଲି ଭାବିନେଲେ। ସେମାନେ ଚିତ୍କାର କରିବାକୁ ଲାଗିଲେ।

50 ସମସ୍ତ ଶିଷ୍ୟମାନେ ଯେମିତି ତାହାଙ୍କୁ ଦେଖିଲେ ସେମାନେ ଡରିଗଲେ। ଯୀଶୁ ତୁରନ୍ତ ସେମାନଙ୍କୁ କହିଲେ, “ସାହସ ଧର। ଏହି ମୁଁ, ଭୟ କର ନାହିଁ।”

51 ତା’ପରେ ସେ ଶିଷ୍ୟମାନଙ୍କ ସହିତ ଡଙ୍ଗାରେ ଚଢ଼ିଗଲେ। ପବନ ବନ୍ଦ ହୋଇଗଲା। ଏଥିରେ ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ।

52 ସେମାନେ ରୋଟୀ ସମ୍ବନ୍ଧୀୟ ଆଶ୍ଚର୍ଯ୍ୟକାର୍ଯ୍ୟକୁ ବୁଝି ପାରି ନ ଥିଲେ। ସେମାନଙ୍କ ବୁଦ୍ଧି ଜଡ଼ ହୋଇଯାଇଥିଲା।

53 ଯୀଶୁ ବହୁତ ଲୋକଙ୍କୁ ସୁସ୍ଥ କଲେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ହ୍ରଦପାରି ହୋଇ ଗିନ୍ନେସର‌ତ୍‌ରେ ପହଞ୍ଚିଲେ। ସେମାନେ ଡଙ୍ଗାଟି ସେଠାରେ ବାନ୍ଧି ଦେଲେ।

54 ଡଙ୍ଗାରୁ ଓହ୍ଲେଇ ବାହାରକୁ ଆସିବା ପରେ ଲୋକମାନେ ଯୀଶୁଙ୍କୁ ଦେଖି ଚିହ୍ନି ପାରିଲେ।

55 ତା’ପରେ ସେମାନେ ଯୀଶୁ ଆସିଥିବା ଖବର ଲୋକଙ୍କୁ ଦେବା ପାଇଁ ସେ ଅଞ୍ଚଳର ପ୍ରତ୍ୟେକ ସ୍ଥାନକୁ ଦୌଡ଼ିଗଲେ। ଯୀଶୁ ଯେଉଁ ସ୍ଥାନକୁ ଗଲେ, ସେଠାରେ ଖବର ବ୍ୟାପିଗଲା ଓ ସେଠାକୁ ଲୋକମାନେ ରୋଗୀମାନଙ୍କୁ ଖଟିଆରେ ନେଇ ଆସିଲେ।

56 ଯୀଶୁ ସେ ଅଞ୍ଚଳର ନଗର, ଗାଁ ଓ ପୁରପଲ୍ଲୀ ଯେଉଁଆଡ଼େ ଗଲେ, ଲୋକେ ରୋଗୀମାନଙ୍କୁ ସେଠାକାର ହାଟ ବଜାରରେ ଥୋଇ ଦେଇ ତାହାଙ୍କୁ ଅନୁରୋଧ କରୁଥିଲେ, ଯେ ସେ ତାହାଙ୍କ ପିନ୍ଧା ଲୁଗାରୁ ଟିକିଏ ସେମାନଙ୍କୁ ଛୁଇଁ ଦେବାକୁ ସୁଯୋଗ ଦିଅନ୍ତୁ। ଯେଉଁମାନେ ତାହାଙ୍କୁ ଛୁଇଁ ପାରିଲେ, ସେମାନେ ସମସ୍ତେ ସୁସ୍ଥ ହୋଇଗଲେ।

7

1 ପରମେଶ୍ୱରଙ୍କ ବ୍ୟବସ୍ଥା ଓ ମନୁଷ୍ୟକୃତ ନିୟମ କେତେକ ଫାରୂଶୀ ଓ କେତେକ ଧର୍ମଶାସ୍ତ୍ରୀ ଯିରୁଶାଲମରୁ ଆସି ଯୀଶୁଙ୍କ ଗ୍ଭରିପଟେ ରୁଣ୍ତ ହୋଇଗଲେ।

2 ସେମାନେ ଯୀଶୁଙ୍କର କେତେକ ଶିଷ୍ୟଙ୍କୁ ଅପବିତ୍ର ହାତରେ ଅର୍ଥାତ୍ ନିର୍ଦ୍ଧାରିତ ପଦ୍ଧତିରେ ହାତ ନ ଧୋଇ ଖାଉଥିବାର ଦେଖିଲେ।

3 ଫାରୂଶୀ ଓ ସମସ୍ତ ଯିହୂଦୀମାନେ ନିର୍ଦ୍ଧାରିତ ପଦ୍ଧତିରେ ହାତ ନ ଧୋଇ କେବେ ହେଲେ ଖାଉ ନ ଥିଲେ। ସେମାନେ ତାହାଙ୍କର ମହାନ ପୂର୍ବ ପୁରୁଷଙ୍କ ଦ୍ୱାରା ପ୍ରଚଳିତ ପରମ୍ପରା ପାଳନ କରିବା ପାଇଁ ଏହା କରୁଥିଲେ।

4 ଏପରିକି ବଜାରରୁ ଅଣାଯାଉଥିବା ଖାଦ୍ୟ ପଦାର୍ଥକୁ ସେମାନେ ନିର୍ଦ୍ଧାରିତ ପଦ୍ଧତିରେ ନ ଧୋଇ ଖାଆନ୍ତି ନାହିଁ। ଗିନା, କଳସ, ତମ୍ବାପାତ୍ର ଆଦି ମାଜିବା ଧୋଇବା ଭଳି ଅନେକ ପରମ୍ପରା ସେମାନେ ପାଳନ କରନ୍ତି।

5 ତେଣୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭର ଶିଷ୍ୟମାନେ ପୂର୍ବ ପୁରୁଷରୁ ପ୍ରଚଳିତ ପରମ୍ପରାଗୁଡ଼ିକୁ କାହିଁକି ପାଳୁ ନାହାନ୍ତି? ସେମାନେ ଅପବିତ୍ର ହାତରେ ଖାଆନ୍ତି, ସେମାନେ ଏଭଳି କାହିଁକି କରନ୍ତି?”

6 ଯୀଶୁ କହିଲେ, “ତୁମ୍ଭଭଳି କପଟୀମାନଙ୍କ ସମ୍ବନ୍ଧରେ ଯିଶାଇୟ ଯାହା ଭବିଷ୍ୟ‌ଦ୍‌ବାଣୀ କରିଥିଲେ ତାହା ଯଥାର୍ଥ, ଯିଶାଇୟ ଲେଖିଥିଲେ, ‘ଏ ଲୋକମାନେ କେବଳ ମୁଖରେ ମୋର ସମ୍ମାନ କରନ୍ତି, କିନ୍ତୁ ସେମାନଙ୍କ ମନ ମୋ’ଠାରୁ ବହୁ ଦୂରରେ।

7 ସେମାନଙ୍କର ମୋ’ ପାଇଁ ଉପାସନା ନିରର୍ଥକ, କାରଣ ସେମାନେ ଲୋକଙ୍କୁ ତାହାଙ୍କ ସିଦ୍ଧାନ୍ତ ଭାବରେ ମନୁଷ୍ୟକୃତ ନିୟମ ମାନିବାକୁ ଉପଦେଶ ଦିଅନ୍ତି।’

8 ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ତ୍ୟାଗ କରିଛ। ଏବେ ତୁମ୍ଭେମାନେ ମନୁଷ୍ୟକୃତ ପରମ୍ପରାକୁ ଧରି ବସିଛ।”

9 ଯୀଶୁ ପୁଣି ସେମାନଙ୍କୁ କହିଲେ, “ନିଜ ପରମ୍ପରା ପାଳନ କରିବା ପାଇଁ ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ତ୍ୟାଗ କରି ଦେଇ ନିଜକୁ ଚତୁର ବୋଲି ଭାବୁଛ।

10 ମୋଶା କହିଥିଲେ, ‘ତୁମ୍ଭେ ତୁମ୍ଭ ବାପା-ମାଙ୍କୁ ସମ୍ମାନ କର’। ସେ ମଧ୍ୟ କହିଥିଲେ, ‘ଯେଉଁ ଲୋକ ନିଜ ବାପା-ମାଙ୍କୁ ଖରାପ କଥା କହେ, ତାକୁ ମାରି ଦିଆଯିବା ଉଚିତ୍’।

11 କିନ୍ତୁ ତୁମ୍ଭେମାନେ ଉପଦେଶ ଦେଉଛ ଯେ, ଜଣେ ଲୋକ ତା’ର ବାପାମାଙ୍କୁ କହି ପାରିବ, ‘ମୋର ଯେଉଁ ପଦାର୍ଥଟିରେ ତୁମ୍ଭର ଲାଭ ହୋଇ ପାରିଥା’ନ୍ତା, ସେହି ପଦାର୍ଥ ମୁଁ ତୁମ୍ଭ ପାଇଁ ବ୍ୟବହାର କରି ପାରିବି ନାହିଁ, କାରଣ ତାହା ମୁଁ ପରମେଶ୍ୱରଙ୍କୁ ସମର୍ପଣ କରିବି।’

12 ଏହିଭଳି ସେହି ଲୋକକୁ ତା’ର ବାପାମାଙ୍କ ପାଇଁ କିଛି କରିବା ପାଇଁ ତୁମ୍ଭେମାନେ ଅନୁମତି ଦେଉ ନାହଁ।

13 ନିଜ ନିୟମ ପାଳିବା ଅଧିକ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରି ତୁମ୍ଭେମାନେ ଲୋକମାନଙ୍କୁ ତାହା ପାଳିବାକୁ ଉପଦେଶ ଦେଉଛ। ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ପାଳିବା ମହତ୍ତ୍ୱପୂର୍ଣ୍ଣ ନୁହେଁ ବୋଲି ଉପଦେଶ ଦେଇ ତାହା ଏଡ଼େଇ ଦେଉଛ। ଏହିଭଳି ଅନେକ କାମ ତୁମ୍ଭେମାନେ କରୁଛ।”

14 ଯୀଶୁ ଲୋକମାନଙ୍କୁ ପୁଣି ପାଖକୁ ଡାକିଲେ। ସେ କହିଲେ ପ୍ରତ୍ୟେକ ଲୋକ ମୋର କଥା ଶୁଣ ଓ ବୁଝ।

15 ଏଭଳି କୌଣସି ବସ୍ତୁ ନାହିଁ, ଯାହା ବାହାରୁ ମନୁଷ୍ୟ ଭିତରକୁ ପ୍ରବେଶ କରି ତାକୁ ଅଶୁଦ୍ଧ କରି ପକାଇବ। ବରଂ ଯେଉଁ ବସ୍ତୁ ମନୁଷ୍ୟର ଭିତରୁ ବାହାରି ଥାଏ, ତାହା ହିଁ ତାକୁ ଅଶୁଦ୍ଧ କରିପାରେ।’’

16

17 ତା’ପରେ ଯୀଶୁ ଲୋକମାନଙ୍କୁ ଛାଡ଼ି ଘର ଭିତରକୁ ଗଲେ। ଶିଷ୍ୟମାନେ ତାହାଙ୍କୁ ଏ ଦୃଷ୍ଟାନ୍ତ କଥା ବିଷୟରେ ପଗ୍ଭରିଲେ।

18 ଯୀଶୁ କହିଲେ, “ତୁମ୍ଭେମାନେ ମଧ୍ୟ, ଅନ୍ୟମାନଙ୍କ ଭଳି କ’ଣ ବୁଝି ପାରିଲ ନାହିଁ? ତୁମ୍ଭେମାନେ କ’ଣ ବୁଝି ପାରୁ ନ ଯେ, ଲୋକର ଭିତରକୁ ବାହାରୁ କୌଣସି ବସ୍ତୁ ଗଲେ ତାହା ସେହି ଲୋକକୁ ଦୂଷିତ କରିପାରେ ନାହିଁ।

19 କାରଣ ଖାଦ୍ୟ ତା’ର ହୃଦୟକୁ ନ ଯାଇ ପେଟ ଭିତରକୁ ଯାଏ ଓ ପୁଣି ମଳ ଆକାରରେ ବାହାରକୁ ବାହାରି ଯାଏ।” ଏହା କହି ଯୀଶୁ ସମସ୍ତ ଖାଦ୍ୟ-ପଦାର୍ଥ ଯେ ଶୁଦ୍ଧ ଅଟେ, ଏହା ପ୍ରମାଣିତ କଲେ।

20 ସେ ପୁଣି କହିଲେ, “ମନୁଷ୍ୟର ଭିତରୁ ଯାହା ବାହାରକୁ ଆସେ, ତାହା ତାହାକୁ ଅଶୁଦ୍ଧ କରିଥାଏ।

21 ମନୁଷ୍ୟ ଭିତରେ, ତା’ର ମନରେ, ଏହିସବୁ ଖରାପ ଜିନିଷ ଜନ୍ମ ଦିଏ, ମନ୍ଦ ବିଗ୍ଭର, ଯୌନଗତ ପାପ, ଗ୍ଭେରି, ହତ୍ୟା।

22 ବ୍ୟଭିଗ୍ଭର, ଲାଳସା ବା ଲୋଭ, ଦୁଷ୍ଟାତ୍ମା, ମନ୍ଦକାମ କରିବା, ପ୍ରବଞ୍ଚନା, ଈର୍ଷା, ଚୁଗୁଲି, ଅହଙ୍କାର ଏବଂ ମୂର୍ଖତା।

23 ଏହିସବୁ ଖରାପ ଜିନିଷ ମନୁଷ୍ୟର ଭିତରୁ ବାହାରକୁ ଆସିଥାଏ। ଏଗୁଡ଼ିକ ମନୁଷ୍ୟକୁ ଅଶୁଦ୍ଧ କରିପକାଏ।”

24 ଯୀଶୁ ଜଣେ ଅଣଯିହୂଦୀ ସ୍ତ୍ରୀଲୋକକୁ ସାହାଯ୍ୟ କଲେ ଯୀଶୁ ସେ ସ୍ଥାନ ଛାଡ଼ି ସୋରର ଆଖ ପାଖ ଅଞ୍ଚଳକୁ ଗଲେ। ସେଠାରେ ଯୀଶୁ ଗୋଟିଏ ଘର ଭିତରକୁ ଗଲେ। ସେ ଗ୍ଭହୁଁ ନ ଥିଲେ ଯେ, କୌଣସି ଲୋକ ତାହାଙ୍କର ଆସିଥିବା ଖବର ଜାଣନ୍ତୁ। କିନ୍ତୁ ସେ ସେଠାରେ ଲୁଚି ରହି ପାରିଲେ ନାହିଁ।

25 ଜଣେ ସ୍ତ୍ରୀଲୋକ ଯୀଶୁ ଆସିଥିବା ଖବର ଶୁଣି ପାରିଲା। ତା’ର ଝିଅ ଦେହରେ ଦୁଷ୍ଟାତ୍ମା ପ୍ରବେଶ କରି ରହିଥିଲା। ତେଣୁ ସେ ସଙ୍ଗେ ସଙ୍ଗେ ଯୀଶୁଙ୍କ ପାଖକୁ ଆସି ତାହାଙ୍କ ପାଦ ତଳେ ପଡ଼ିଗଲା।

26 ସେ ସ୍ତ୍ରୀ ଲୋକଟି ଗ୍ରୀକ୍ ଥିଲା। ସେ ସୁର ଫୈନୀକୀୟାଠାରେ ଜନ୍ମ ହୋଇଥିଲା। ସେ ତା’ ଝିଅଠାରୁ ଭୂତକୁ ବାହାର କରି ଦେବା ପାଇଁ ଯୀଶୁଙ୍କୁ ପ୍ରାର୍ଥନା କଲା।

27 ଯୀଶୁ ତାହାକୁ କହିଲେ, “ପ୍ରଥମେ ପିଲାମାନଙ୍କୁ ତୃପ୍ତ ହେବାକୁ ଦିଅ, କାରଣ ପିଲାମାନଙ୍କର ରୋଟୀ ନେଇ ଯାଇ କୁକୁରମାନଙ୍କ ଆଗରେ ଫିଙ୍ଗି ଦେବା ଠିକ୍ ନୁହେଁ।”

28 ସେ ସ୍ତ୍ରୀ ଲୋକଟି ଉତ୍ତର ଦେଲୋ, “ହେ ପ୍ରଭୁ, ତାହା ସତ୍ୟ, କିନ୍ତୁ ପିଲାମାନେ ଖାଉଥିବା ସମୟରେ ତଳକୁ ଖସି ପଡ଼ୁଥିବା ଖାଦ୍ୟର ଟିକି ଟିକି ଅଂଶତକ ଟେବୁଲ ତଳେ ଥିବା କୁକୁରମାନେ ମଧ୍ୟ ଖାଇ ଥା’ନ୍ତି।”

29 ତା’ପରେ ଯୀଶୁ ସେହି ସ୍ତ୍ରୀଲୋକଟିକୁ କହିଲେ, “ଏହା ହିଁ ଉପଯୁକ୍ତ ଉତ୍ତର। ଏବେ ତୁମ୍ଭେ ଘରକୁ ଯାଇ ପାର। ଭୂତ ତୁମ୍ଭର ଝିଅକୁ ଛାଡ଼ି ଗ୍ଭଲି ଗଲାଣି।”

30 ସେହି ସ୍ତ୍ରୀ ଲୋକଟି ଘରକୁ ଯାଇ ଦେଖିଲା ଯେ ତାହାର ଝିଅ ଖଟରେ ଶୋଇଛି। ଦୁଷ୍ଟାତ୍ମା ତା ଦେହରୁ ବାହାରି ଗ୍ଭଲି ଯାଇଛିା

31 ଯୀଶୁ ଜଣେ ମୂକ ବଧିର ଲୋକକୁ ସୁସ୍ଥ କଲେ ତା’ପରେ ଯୀଶୁ ସୋର ଆଖ ପାଖ ଅଞ୍ଚଳ ଛାଡ଼ି ଦେକାପଲି ରାସ୍ତାରେ ସୀଦୋନ ହୋଇ ଗାଲିଲୀ ହ୍ରଦ ପାଖକୁ ଆସିଲେ।

32 ସେଠାରେ କେତେକ ଲୋକ ଯୀଶୁଙ୍କ ପାଖକୁ ଗୋଟିଏ ଲୋକକୁ ଆଣିଲେ। ସେ ଲୋକଟି ମୂକ ଓ ବଧିର ଥିଲା। ଲୋକମାନେ ଯୀଶୁଙ୍କୁ ଅନୁରୋଧ କଲେ ଯେ, ସେ ତାହାଙ୍କ ହାତ ଲୋକଟି ଉପରେ ରଖି ତାକୁ ଭଲ କରି ଦିଅନ୍ତୁ।

33 ଯୀଶୁ ସେ ଲୋକଟିକୁ ଭିଡ଼ଠାରୁ ଟିକିଏ ଦୂରକୁ ଗୋଟିଏ ପାଖକୁ ନେଇଗଲେ। ସେ ସେହି ଲୋକଟିର କାନ ଭିତରେ ନିଜ ଅଙ୍ଗୁଳିଗୁଡ଼ିକୁ ରଖିଲେ। ତା’ପରେ ସେ ଛେପ ପକାଇଲେ ଓ ଲୋକଟିର ଜିଭକୁ ଛୁଇଁଲେ।

34 ଯୀଶୁ ପୁଣି ସ୍ୱର୍ଗ ଆଡ଼କୁ ଗ୍ଭହିଁ ଦୀର୍ଘ ନିଶ୍ୱାସ ପକାଇଲେ। ସେ ଲୋକଟିକୁ କହିଲେ,

35 “ଇ‌ପ୍‌ପଥଃ” ଅର୍ଥାତ ‘ଖୋଲିଯାଉ। ତ‌ତ୍‌କ୍ଷଣାତ୍ ତା’ର କାନ ଖୋଲିଗଲା। ଜିଭର ଗ୍ରନ୍ଥି ଖୋଲିଗଲା। ସେ ସ୍ପଷ୍ଟ ଭାବରେ କହି ପାରିଲା।

36 ଯୀଶୁ ସେମାନଙ୍କୁ ଆଜ୍ଞା ଦେଲେ ଯେ ଏ ବିଷୟରେ କାହାକୁ କିଛି ଯେପରି ନ କୁହନ୍ତି। ଯୀଶୁ ସଦାବେଳେ ଲୋକଙ୍କୁ ଆଜ୍ଞା ଦେଉଥିଲେ ଯେ ସେମାନେ ଅନ୍ୟ କାହାକୁ ତାହାଙ୍କ ବିଷୟରେ କିଛି ନ କୁହନ୍ତୁ। କିନ୍ତୁ ଏହାର ପରିଣାମରେ ଲୋକେ ତାହାଙ୍କ ବିଷୟରେ ଅଧିକରୁ ଅଧିକ ପ୍ରଗ୍ଭର କରୁଥିଲେ।

37 ଲୋକମାନେ ବାସ୍ତବରେ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ। ସେମାନେ କହୁଥିଲେ, “ଯୀଶୁ ସବୁକିଛି ସୁସ୍ଥ କରୁଛନ୍ତି, ଏପରିକି ସେ ବଧିରକୁ ଶ୍ରବଣ ଶକ୍ତି ଓ ମୂକକୁ ବାକ୍ ଶକ୍ତି ପ୍ରଦାନ କରୁଛନ୍ତି।”

8

1 ଯୀଶୁ ଗ୍ଭରି ହଜାରରୁ ଅଧିକ ଲୋକଙ୍କୁ ଖାଇବାକୁ ଦେଲେ ଆଉ ଥରେ ଯୀଶୁଙ୍କ ସହିତ ବହୁତ ଲୋକ ଥିଲେ। ସେମାନଙ୍କର କିଛି ଖାଇବାକୁ ନ ଥିଲା। ତେଣୁ ଯୀଶୁ ଶିଷ୍ୟମାନଙ୍କୁ ପାଖକୁ ଡକାଇ କହିଲେ,

2 “ଏ ଲୋକମାନଙ୍କ ପାଇଁ ମୋତେ ବଡ଼ ଦୁଃଖ ଲାଗୁଛି। ସେମାନେ ମୋ’ ସହିତ ତିନି ଦିନ ହେଲା ଅଛନ୍ତି। ଅଥଚ ବର୍ତ୍ତମାନ ସେମାନଙ୍କ ପାଖରେ ଖାଇବାକୁ କିଛି ନାହିଁ।

3 କିଛି ନ ଖୁଆଇ, ସେମାନଙ୍କୁ ଯଦି ମୁଁ ପଠାଇ ଦିଏ, ତେବେ ସେମାନେ ମୂର୍ଚ୍ଛା ହୋଇ ରାସ୍ତାରେ ଢଳି ପଡ଼ିବେ। କେତେକ ଲୋକ ବହୁତ ଦୂରରୁ ଆସିଛନ୍ତି।”

4 ଯୀଶୁଙ୍କ ଶିଷ୍ୟମାନେ କହିଲେ, “ଆମ୍ଭେମାନେ ଏ ଜନହୀନ ଅଞ୍ଚଳରେ ଏମାନଙ୍କୁ ଖୁଆଇବା ପାଇଁ ଯଥେଷ୍ଟ ଖାଦ୍ୟ କୁଆଡ଼ୁ ପାଇ ପାରିବୁ?”

5 ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭମାନଙ୍କ ପାଖରେ କେତେଖଣ୍ଡ ରୋଟୀ ଅଛି?” ସେମାନେ ଉତ୍ତର ଦେଲେ, “ଆମ୍ଭମାନଙ୍କ ପାଖରେ ସାତଖଣ୍ଡ ଅଛି।”

6 ତା’ପରେ ଯୀଶୁ ଲୋକମାନଙ୍କୁ ତଳେ ବସି ଯିବାକୁ କହିଲେ। ସେ ସାତଖଣ୍ଡ ରୋଟୀ ନେଲେ ଓ ସେଥିପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ରୋଟୀତକ ଖଣ୍ଡ ଖଣ୍ଡ କରି ଲୋକମାନଙ୍କ ମଧ୍ୟରେ ବାଣ୍ଟି ଦେବାକୁ ଶିଷ୍ୟମାନଙ୍କୁ ଦେଲେ। ସେମାନେ ସେଇଆ କଲେ।

7 ଶିଷ୍ୟମାନଙ୍କ ପାଖରେ ମଧ୍ୟ ଅଳ୍ପ କିଛି ଛୋଟ ମାଛ ଥିଲା। ଯୀଶୁ ମାଛ ପାଇଁ ଧନ୍ୟବାଦ ଦେଇ ଶିଷ୍ୟମାନଙ୍କୁ ତାହା ଲୋକଙ୍କ ଭିତରେ ବାଣ୍ଟି ଦେବାକୁ କହିଲେ।

8 ସବୁ ଲୋକ ଖାଇ ତୃପ୍ତ ହେଲେ। ତା’ପରେ ସେମାନେ ବଳକା ଟୁକୁରା ତକ ଏକାଠି କରି ସାତୋଟି ଟୋକେଇରେ ଭର୍ତ୍ତିକଲେ।

9 ସେଠାରେ ପ୍ରାୟ କେବଳ ଗ୍ଭରି ହଜାର ପୁରୁଷ ଖାଇଥିଲେ। ସେମାନେ ଖାଇଲା ପରେ ଯୀଶୁ ସେମାନଙ୍କୁ ବିଦାୟ କରିଦେଲେ।

10 ତା’ପରେ ଯୀଶୁ ଶିଷ୍ୟମାନଙ୍କ ସହ ଡଙ୍ଗାରେ ବସି ଦ‌ଲ୍‌ମନୂଥା ଅଞ୍ଚଳକୁ ଗ୍ଭଲିଗଲେ। ଫାରୂଶୀମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହିଁଲେ।

11 କିଛି ଲୋକ ଯୀଶୁଙ୍କର ଅଧିକାରକୁ ସନ୍ଦେହ କରନ୍ତି ଫୀରୂଶୀମାନେ ଯୀଶୁଙ୍କ ପାଖକୁ ଆସି ଯୀଶୁଙ୍କୁ ପରୀକ୍ଷା କରିବାକୁ ପ୍ରଶ୍ନ ପଗ୍ଭରିଲେ। ସେମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ତେଣୁ ସେମାନେ ଯୀଶୁଙ୍କୁ, ସେ ପରମେଶ୍ୱରଙ୍କ ପାଖରୁ ଆସିଛନ୍ତି ବୋଲି ପ୍ରମାଣିତ କରୀବା ପାଇଁ ଆଶ୍ଚର୍ଯ୍ୟକର୍ମ କରିବାକୁ କହିଲେ।

12 ଯୀଶୁ ଦୀର୍ଘନିଶ୍ୱାସ ନେଇ ଦୁଃଖ ପ୍ରକାଶ କରି କହିଲେ, “ତୁମ୍ଭେମାନେ କାହିଁକି ପ୍ରମାଣ ସ୍ୱରୂପ ଆଶ୍ଚର୍ଯ୍ୟକର୍ମ ଦେଖିବାକୁ ଗ୍ଭହୁଁଛ? ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭମାନଙ୍କୁ ସେଭଳି କୌଣସି ପ୍ରମାଣ ଦିଆ ଯିବ ନାହିଁ।”

13 ତା’ପରେ ଯୀଶୁ ଫାରୂଶୀମାନଙ୍କୁ ଛାଡ଼ି ପୁନଃ ଡଙ୍ଗା ଭିତରକୁ ଗ୍ଭଲି ଆସିଲେ। ସେ ଡଙ୍ଗାରେ ବସି ହ୍ରଦର ଅପର ପାରିକୁ ଗ୍ଭଲିଗଲେ।

14 ଯିହୂଦୀ ନେତାମାନଙ୍କ ବିରୁଦ୍ଧରେ ଯୀଶୁଙ୍କ ଚେତାବନୀ ସେମାନେ ଖାଇବା ପାଇଁ ଅଧିକ ଖାଦ୍ୟ ଆଣିବାକୁ ଭୁଲି ଯାଇଥିଲେ। ଯୀଶୁଙ୍କ ଶିଷ୍ୟମାନଙ୍କ ପାଖରେ ଖଣ୍ଡିଏ ମାତ୍ର ରୋଟୀ ଥିଲା।

15 ଯୀଶୁ ସେମାନଙ୍କୁ ଚେତାବନୀ ଦେଇ କହିଲେ, “ସାବଧାନ; ଫାରୂଶୀ ଓ ହେରୋଦଙ୍କ ଖମୀର ଠାରୁ ଦୂରରେ ରୁହ।”

16 ଶିଷ୍ୟମାନେ ଏହାର ଅର୍ଥ ବିଷୟରେ ଆଲୋଚନା କଲେ। ସେମାନେ କହିଲେ, “ଆମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି ଯୀଶୁ ଏ କଥା କହିଲେ।”

17 ସେମାନେ କ’ଣ କଥାବାର୍ତ୍ତା ହେଉଛନ୍ତି ତାହା ଯୀଶୁ ଜାଣି ପାରିଲେ, ତେଣୁ ସେ ସେମାନଙ୍କୁ କହିଲେ, “ରୋଟୀ ନାହିଁ ବୋଲି ତୁମ୍ଭେମାନେ କାହିଁକି ତର୍କ ବିତର୍କ କରୁଛ? ଏବେ ସୁଦ୍ଧା ତୁମ୍ଭେମାନେ ଦେଖି ପାରୁନ କି ବୁଝି ପାରୁନ?

18 ତୁମ୍ଭମାନଙ୍କର କ’ଣ ବୁଦ୍ଧି ହଜି ଯାଇଛି? ତୁମ୍ଭମାନଙ୍କର ଆଖି ଅଛି ତଥାପି ତୁମ୍ଭେମାନେ ଦେଖି ପାରୁ ନାହଁ? ତୁମ୍ଭମାନଙ୍କର କାନ ଅଛି, ତଥାପି ତୁମ୍ଭେମାନେ ଶୁଣି ପାରୁ ନାହଁ? ଆମ୍ଭ ପାଖରେ ଯେତେବେଳେ ଖାଇବାକୁ ଯଥେଷ୍ଟ ରୋଟୀ ନ ଥିଲା, ମୁଁ ସେତେବେଳେ କ’ଣ କରିଥିଲି ତୁମ୍ଭମାନଙ୍କର କ’ଣ ତାହା ମନେ ନାହିଁ?

19 ମୁଁ ଯେତେବେଳେ ପାଞ୍ଚ ହଜାର ଲୋକଙ୍କ ପାଇଁ ପାଞ୍ଚୋଟି ରୋଟୀ ଖଣ୍ଡ ଖଣ୍ଡ କରି ତୁମ୍ଭକୁ ଦେଇଥିଲି, ମନେ ପକେଇଲ, ତୁମ୍ଭେମାନେ କେତୋଟି ଟୋକେଇରେ ବଳକା ରୋଟୀ ଖଣ୍ଡତକ ଭର୍ତ୍ତି କରିଥିଲ?” ସେମାନେ କହିଲେ, “ବାରଟି ଟୋକେଇରେ।”

20 “ଆଉ ମୁଁ ଯେତେବେଳେ ଗ୍ଭରିହଜାର ଲୋକଙ୍କ ପାଇଁ ସାତୋଟି ରୋଟୀ ଖଣ୍ଡ ଖଣ୍ଡ କରି ଦେଇଥିଲି, ମନେ ପକେଇଲ, ତୁମ୍ଭେମାନେ କେତୋଟି ଟୋକେଇରେ ବଳକା ରୋଟୀ ଖଣ୍ଡତକ ଭର୍ତ୍ତି କରିଥିଲ?” “ସେମାନେ କହିଲେ, ସାତୋଟି ଟୋକେଇରେ।”

21 ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯାହା କରିଥିଲି, ସେ ସବୁ ତୁମ୍ଭେମାନେ ମନେ ରଖିଛ। ଅଥଚ ଏବେ ମଧ୍ୟ ତୁମ୍ଭେମାନେ କିଛି ବୁଝି ପାରୁ ନାହଁ?”

22 ବେ‌ଥ୍‌ସାଇଦାରେ ଯୀଶୁ ଜଣେ ଅନ୍ଧକୁ ଚକ୍ଷୁଦାନ କଲେ ତା’ପରେ ସେମାନେ ବେ‌ଥ୍‌ସାଇଦା ଗ୍ଭଲି ଆସିଲେ। ସେଠାରେ କେତେକ ଲୋକ ଯୀଶୁଙ୍କ ପାଖକୁ ଗୋଟିଏ ଅନ୍ଧକୁ ନେଇ ଆସିଲେ। ସେମାନେ ଯୀଶୁଙ୍କୁ ପ୍ରାର୍ଥନା କଲେ ଯେ ସେ ଅନ୍ଧକୁ କେବଳ ଛୁଇଁ ଦିଅନ୍ତୁ।

23 ଯୀଶୁ ଅନ୍ଧ ଲୋକଟିର ହାତ ଧରି ତାକୁ ଗାଁ ବାହାରକୁ କଢ଼ାଇ ନେଇଗଲେ। ସେ ଅନ୍ଧଟିର ଆଖିରେ ଛେପ ପକାଇଲେ। ତା’ ଉପରେ ହାତ ରଖି ତାକୁ ପଗ୍ଭରିଲେ, “ତୁମ୍ଭେ କିଛି ଦେଖି ପାରୁଛ କି?”

24 ସେହି ଲୋକଟି ଉପରକୁ ଗ୍ଭହିଁ କହିଲା, “ମୁଁ ଲୋକମାନଙ୍କୁ ଦେଖି ପାରୁଛି। ସେମାନେ ଗ୍ଭରିଆଡ଼େ ଗ୍ଭଲୁଥିବା ଗଛ ଭଳି ମୋତେ ଦେଖାଯାଉଛନ୍ତି।”

25 ଯୀଶୁ ପୁଣି ଥରେ ଅନ୍ଧଟିର ଆଖି ଉପରେ ହାତ ରଖିଲେ। ତା’ର ଆଖି ଭଲ ହୋଇଯାଇଥିଲା ଓ ସେ ସବୁକିଛି ସ୍ପଷ୍ଟ ଦେଖି ପାରୁଥିଲା।

26 ଯୀଶୁ ତାକୁ ଘରକୁ ପଠେଇ ଦେଲେ ଓ କହିଲେ, “ଗାଁ ଭିତରକୁ ତୁମ୍ଭେ ଏବେ ଆଦୌ ଯିବ ନାହିଁ।”

27 ପିତର କହନ୍ତି ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ତା’ପରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କାଇସରୀଆ ଫିଲି‌ପ୍‌ପୀ ଅଞ୍ଚଳର ଗାଁମାନଙ୍କୁ ଗଲେ। ବାଟରେ ସେ ତାହାଙ୍କ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ମୁଁ କିଏ ବୋଲି ଲୋକେ କ’ଣ କହୁଛନ୍ତି?”

28 ସେମାନେ କହିଲେ, “କେତେକ ଲୋକ କହୁଛନ୍ତି, ଆପଣ ବାପ୍ତିଜକ ଯୋହନ; ଅନ୍ୟମାନେ କହୁଛନ୍ତି ଆପଣ ଏଲିୟ; ଏବଂ ଆଉ କେତେକ କହୁଛନ୍ତି ଆପଣ ଭାବବାଦୀମାନଙ୍କ ମଧ୍ୟରୁ ଜଣେ।”

29 ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ମୁଁ କିଏ ବୋଲି ତୁମ୍ଭେମାନେ କ’ଣ କହୁଛ?” ପିତର ଉତ୍ତର ଦେଲେ, “ଆପଣ ଖ୍ରୀଷ୍ଟ।”

30 ତା’ପରେ ଯୀଶୁ ସେମାନଙ୍କୁ ଚେତାବନୀ ଦେଇ କହିଲେ, “ମୁଁ କିଏ ବୋଲି ତୁମ୍ଭେମାନେ କାହାରିକୁ କିଛି କୁହ ନାହିଁ।”

31 ନିଜ ମୃତ୍ୟୁ ବିଷୟରେ ଯୀଶୁଙ୍କ ଭବିଷ୍ୟ‌ଦ୍‌ବାଣୀ ତା’ପରେ ସେ ସେମାନଙ୍କୁ ଶିକ୍ଷା ଦେବାକୁ ଆରମ୍ଭ କଲେ, “ମନୁଷ୍ୟପୁତ୍ରଙ୍କୁ ବହୁତ ଯାତନା ଭୋଗ କରିବାକୁ ହେବ। ପ୍ରାଚୀନ ଓ ଯିହୂଦୀ ନେତା, ପ୍ରଧାନଯାଜକ ତଥା ଧର୍ମଶାସ୍ତ୍ରୀମାନେ ତାହାଙ୍କୁ ସ୍ୱୀକାର କରିବେ ନାହିଁ। ନିଶ୍ଚିତ ରୂପରେ ତାହାଙ୍କୁ ମାରି ଦିଆଯିବ ଓ ସେ ମୃତ୍ୟୁର ତୃତୀୟ ଦିନ ପୁଣି ମୃତ୍ୟୁରୁ ପୁନରୁ‌ତ୍‌ଥାନ ହେବେ।”

32 ଯାହାସବୁ ଘଟିବ ସେ ସମସ୍ତ କଥା ଯୀଶୁ ସେମାନଙ୍କୁ କହିଦେଲେ। ସେ କିଛି ହେଲେ ଲୁଗ୍ଭଇ ରଖିଲେ ନାହିଁ। ପିତର ଯୀଶୁଙ୍କୁ ଗୋଟିଏ ପାଖକୁ ଅଲଗା ନେଇ ସେ ଏସବୁ କହିଥିବା ଯୋଗୁଁ ତାହାଙ୍କୁ ସମାଲୋଚନା କଲେ।

33 ଯୀଶୁ ପଛ ପଟକୁ ବୁଲି ଶିଷ୍ୟମାନଙ୍କ ଉପରେ ଦୃଷ୍ଟି ପକାଇଲେ ଏବଂ ପିତରଙ୍କୁ ସମାଲୋଚନା କରି କହିଲେ, “ଶୟତାନ, ମୋ’ଠାରୁ ଦୂର ହୁଅ। ତୁମ୍ଭେ ପରମେଶ୍ୱରଙ୍କ ବିଗ୍ଭର ଭଳି ବିଗ୍ଭର କରୁ ନାହଁ, ଲୋକମାନେ ଯେଉଁଭଳି ବିଗ୍ଭର କରୁଛନ୍ତି, ତୁମ୍ଭେ ସେହିଭଳି ଭାବୁଛ।”

34 ତା’ପରେ ଯୀଶୁ ସବୁ ଲୋକଙ୍କୁ ପାଖକୁ ଡାକିଲେ। ତାହାଙ୍କ ସହିତ ଶିଷ୍ୟମାନେ ମଧ୍ୟ ସେଠାରେ ଥିଲେ। ଯୀଶୁ ସେମାନଙ୍କୁ କହିଲେ, “ଯେଉଁ ଲୋକ ମୋତେ ଅନୁସରଣ କରିବାକୁ ଗ୍ଭହୁଁଛି, ଯାହାକିଛି ସେ ଗ୍ଭହୁଁଛି, ସେ ସବୁକୁ ଛାଡ଼ି, ନିଜ କ୍ରୁଶକୁ ବହନ କରି ମୋ’ ପଛରେ ଆସୁ।

35 କାରଣ ଯେଉଁ ଲୋକ ନିଜ ଜୀବନକୁ ବଞ୍ଚାଇବାକୁ ଗ୍ଭହିଁବ, ସେ ତାହା ହରାଇବ। ଯେଉଁ ଲୋକ ମୋ’ ପାଇଁ ଓ ସୁସମାଗ୍ଭର ପାଇଁ ନିଜ ଜୀବନ ତ୍ୟାଗ କରିବ, ସେ ତା’ ଜୀବନକୁ ଚିର ଦିନ ଲାଗି ରକ୍ଷା କରିବ।

36 ଯଦି କୌଣସି ଲୋକ ସମସ୍ତ ପୃଥିବୀକୁ ଲାଭ କରେ କିନ୍ତୁ ନିଜର ଜୀବନ ହରେଇ ବସେ, ତେବେ ସେଥିରେ କ’ଣ ଲାଭ ଅଛି?

37 କାରଣ କୌଣସି ଲୋକ ଯେତେ ଅର୍ଥ ଦେଲେ ମଧ୍ୟ ତା ବଦଳରେ ନିଜ ଜୀବନ ପୁଣି ଥରେ ଫେରି ପାଇ ପାରିବ ନାହିଁ।

38 ଏହି ଯୁଗର ଲୋକେ ବର୍ତ୍ତମାନ ପାପ ଓ ବ୍ୟଭିଗ୍ଭରର ଖରାପ ସମୟରେ ବାସ କରୁଛନ୍ତି। ଯଦି କେହି ଲୋକ ମୋ’ ନାମ ଓ ମୋ’ ଉପଦେଶ ଯୋଗୁଁ ଲଜ୍ଜା ବୋଧ କରେ ତେବେ ମନୁଷ୍ୟପୁତ୍ର ଯେତେବେଳେ ସ୍ୱର୍ଗ ଦୂତମାନଙ୍କ ସହିତ ନିଜ ପରମପିତାଙ୍କ ମହିମା ସହିତ ଆସିବେ, ସେତେବେଳେ ସେ ମଧ୍ୟ ସେହି ଲୋକ ଯୋଗୁଁ ଲଜ୍ଜା ବୋଧ କରିବେ।”

9

1 ତା’ପରେ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଏଠାରେ ଯେଉଁମାନେ ଠିଆ ହୋଇଛ, ତୁମ୍ଭମାନଙ୍କ ମଧ୍ୟରୁ କେତେ ଜଣ ନିଜ ମୃତ୍ୟୁ ପୂର୍ବରୁ ପରମେଶ୍ୱରଙ୍କ ରାଜ୍ୟ ଏଠାକୁ ଆସିବାର ଦେଖିବ। ପରମେଶ୍ୱରଙ୍କ ରାଜ୍ୟ ତା’ର କ୍ଷମତା ନେଇ ଆସିବ।”

2 ଯୀଶୁଙ୍କ ସହିତ ମୋଶା ଓ ଏଲିୟ ଛଅ ଦିନ ପରେ, ଯୀଶୁ ପିତର, ଯାକୁବ ଓ ଯୋହନଙ୍କୁ ନିଜ ସାଙ୍ଗରେ ନେଇ ଗୋଟିଏ ଉଚ୍ଚ ପର୍ବତ ଉପରକୁ ଗଲେ। ସେଠାରେ କେବଳ ସେହିମାନେ ଥିଲେ। ସେଠାରେ ଶିଷ୍ୟମାନେ ଯୀଶୁଙ୍କୁ ଦେଖୁଥିବା ସମୟରେ ଯୀଶୁଙ୍କ ସ୍ୱରୂପ ପରିବର୍ତ୍ତନ ହୋଇ ଗଲା।

3 ଯୀଶୁଙ୍କ ବସ୍ତ୍ର ଧଳା ଚକ୍ ଚକ୍ ହୋଇଗଲା। ତାହା ଏତେ ଉଜ୍ଜ୍ୱଳ ଓ ଧଳା ଥିଲା ଯେ, ପୃଥିବୀର କୌଣସି ଲୋକ ଏତେ ଧଳା କରି ପାରିବ ନାହିଁ।

4 ଏଲିୟ ଓ ମୋଶା ଯୀଶୁଙ୍କ ସହିତ ପ୍ରକାଶିତ ହେଲେ। ସେମାନେ ଯୀଶୁଙ୍କ ସହିତ କଥାବାର୍ତ୍ତା କରୁଥିଲେ।

5 ପିତର ଯୀଶୁଙ୍କୁ କହିଲେ, “ଗୁରୁ, ବହୁତ ଭଲ ହେଲା ଯେ ଆମ୍ଭେ ଏଠାରେ ଅଛୁ। ଆମ୍ଭେ ଏଠାରେ ତିନୋଟି ତମ୍ବୁ ଟାଣି ଦେବୁ, ଗୋଟିଏ ତୁମ୍ଭ ପାଇଁ, ଗୋଟିଏ ମୋଶାଙ୍କ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।”

6 ପିତର ଜାଣି ପାରୁ ନ ଥିଲେ ଯେ କ’ଣ କହିବାକୁ ହେବ। କାରଣ ସେ ଓ ଅନ୍ୟ ଦୁଇଜଣ ଶିଷ୍ୟ ବହୁତ ଡରି ଯାଇଥିଲେ।

7 ତା’ପରେ ଖଣ୍ଡେ ମେଘ ଭାସି ଆସିଲା ଓ ସମସ୍ତଙ୍କୁ ଘୋଡ଼ାଇ ପକାଇଲା। ମେଘ ଭିତରୁ ଏହିଭଳି ବାଣୀ ଶୁଣା ଗଲା, “ଏ ମୋର ପୁତ୍ର, ମୁଁ ତାହାଙ୍କୁ ପ୍ରେମ କରେ। ତୁମ୍ଭେମାନେ ତାହାଙ୍କ କଥା ମାନ!”

8 ଏବଂ ସେହି ସମୟରେ ପିତର, ଯାକୁବ ଓ ଯୋହନ ଗ୍ଭରିଆଡ଼କୁ ଗ୍ଭହିଁଲେ କିନ୍ତୁ ସେଠାରେ ସେମାନେ ତାହାଙ୍କ ସହିତ କେବଳ ଯୀଶୁଙ୍କ ଛଡ଼ା ଆଉ କାହାରିକୁ ଦେଖିଲେ ନାହିଁ।

9 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ପର୍ବତ ଉପରୁ ତଳକୁ ଓହ୍ଲେଇ ଆସୁଥିଲେ। ଯୀଶୁ ଶିଷ୍ୟମାନଙ୍କୁ ଆଜ୍ଞା ଦେଲେ। ଯେ ସେମାନେ ପର୍ବତ ଉପରେ ଯାହାସବୁ ଦେଖିଲେ ତାହା କାହାରି ଆଗରେ ପ୍ରକାଶ କରିବେ ନାହିଁ ଓ ମନୁଷ୍ୟପୁତ୍ର ମୃତ୍ୟୁରୁ ପୁନରୁ‌ତ୍‌ଥିତ ନ ହେବା ପର୍ଯ୍ୟନ୍ତ ଅପେକ୍ଷା କରିବେ। ତା’ପରେ ସେମାନେ ଲୋକଙ୍କ ଆଗରେ ତାହା ପ୍ରକାଶ କରି ପାରିବେ।

10 ତେଣୁ ଶିଷ୍ୟମାନେ ଯୀଶୁଙ୍କ କଥା ମାନିଲେ ଓ ସେମାନେ ଯାହା ଦେଖିଲେ ତାହା କାହାରି ଆଗରେ ପ୍ରକାଶ କଲେ ନାହିଁ। କିନ୍ତୁ ସେମାନେ କଥାବାର୍ତ୍ତା କରୁଥିଲେ ଯେ, ମୃତ୍ୟୁରୁ ପୁନରୁ‌ତ୍‌ଥିତ ହେବାର ଅର୍ଥ କ’ଣ?

11 ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଧର୍ମଶାସ୍ତ୍ରୀମାନେ କାହିଁକି କହୁଛନ୍ତି ଯେ, ଏଲିୟ ନିଶ୍ଚିତ ଭାବରେ ପ୍ରଥମେ ଆସିବେ?”

12 ଯୀଶୁ ସେମାନଙ୍କୁ କହିଲେ, “ହଁ, ସେମାନେ ଠିକ୍ କହୁଛନ୍ତି। ସବୁ ବିଷୟ ସୁବ୍ୟବସ୍ଥିତ କରିବାକୁ ନିଶ୍ଚୟ ଏଲିୟ ହିଁ ପ୍ରଥମେ ଆସିବେ। କିନ୍ତୁ ମନୁଷ୍ୟପୁତ୍ରଙ୍କ ସମ୍ବନ୍ଧରେ ଶାସ୍ତ୍ରରେ କାହିଁକି ଲେଖା ଅଛି ଯେ, ସେ ବହୁତ ଯାତନା ଭୋଗ କରିବେ ଓ ଲୋକେ ତାହାଙ୍କ ସହିତ ତାଚ୍ଛଲ୍ୟପୂର୍ଣ୍ଣ ବ୍ୟବହାର କରିବେ।

13 ମୁଁ ତୁମ୍ଭକୁ କହୁଛି ଯେ ଏଲିୟ ଏବେ ଆସି ସାରିଛନ୍ତି, ଏବଂ ଲୋକମାନେ ଯାହା ଗ୍ଭହିଁଛନ୍ତି ତାହାଙ୍କ ପ୍ରତି ସେଭଳି ଖରାପ ବ୍ୟବହାର କରିଛନ୍ତି। ତାହାଙ୍କ ପ୍ରତି ଏଭଳି ବ୍ୟବହାର କରାଯିବ ବୋଲି ଶାସ୍ତ୍ରରେ ଲେଖା ଅଛି।”

14 ଯୀଶୁ ଗୋଟିଏ ଅସୁସ୍ଥ ବାଳକକୁ ସୁସ୍ଥ କଲେ ତା’ପରେ ଯୀଶୁ ପିତର, ଯାକୁବ ଓ ଯୋହନ ଅନ୍ୟ ଶିଷ୍ୟମାନଙ୍କ ପାଖକୁ ଗଲେ। ସେମାନେ ଦେଖିଲେ ଯେ, ଅନେକ ଲୋକ ସେମାନଙ୍କୁ ଘେରି ରହିଛନ୍ତି। ସେମାନଙ୍କ ସହିତ ଧର୍ମଶାସ୍ତ୍ରୀମାନେ ଯୁକ୍ତିତର୍କ କରୁଛନ୍ତି।

15 ଯେତେବେଳେ ଲୋକମାନେ ଯୀଶୁଙ୍କୁ ଦେଖିଲେ, ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ତାହାଙ୍କୁ ସ୍ୱାଗତ କରିବାକୁ ତାହାଙ୍କ ପାଖକୁ ଦୌଡ଼ିଗଲେ।

16 ଯୀଶୁ ପଗ୍ଭରିଲେ, “ତୁମ୍ଭେମାନେ ଧର୍ମଶାସ୍ତ୍ରୀମାନଙ୍କ ସହିତ କେଉଁ ବିଷୟରେ ଯୁକ୍ତିତର୍କ କରୁଥିଲ?”

17 ଭିଡ଼ ଭିତରୁ ଜଣେ ଲୋକ ଉତ୍ତର ଦେଲୋ, “ହେ ଗୁରୁ, ମୁଁ ମୋ’ ପୁଅକୁ ଆପଣଙ୍କ ପାଖକୁ ଆଣିଥିଲି। ତା ଦେହରେ ଦୁଷ୍ଟାତ୍ମାଟିଏ ପ୍ରବେଶ କରି ତାକୁ କଥା କହିବାକୁ ଦେଉ ନାହିଁ।

18 ଦୁଷ୍ଟାତ୍ମା ପୁଅକୁ ଆକ୍ରମଣ କରୁଛି। ସେ ଆକ୍ରମଣ କଲାବେଳେ ପୁଅକୁ ତଳେ କଗ୍ଭଡ଼ି ଦେଉଛି। ପୁଅ ମୁହଁରୁ ଫେଣ ବାହାରୁଛି ଓ ସେ ଦାନ୍ତ କଡ଼ମଡ଼ କରୁଛି ଓ ଶୁଖିଯାଉଛି, ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ସେହି ଦୁଷ୍ଟାତ୍ମାକୁ ବାହାର କରି ଦେବାକୁ ଅନୁରୋଧ କଲି, କିନ୍ତୁ ସେମାନେ ତାକୁ ବାହାର କରି ପାରିଲେ ନାହିଁ।”

19 ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କାହିଁକି ବିଶ୍ୱାସ କରୁ ନାହଁ? କେତେ କାଳ ମୁଁ ତୁମ୍ଭମାନଙ୍କ ସହିତ ଥିବି? କେତେ କାଳ ମୁଁ ତୁମ୍ଭମାନଙ୍କର ସବୁ ସହୁଥିବି? ସେହି ପିଲାକୁ ମୋ’ ପାଖକୁ ନେଇ ଆସ।”

20 ତେଣୁ ଶିଷ୍ୟମାନେ ପିଲାକୁ ଯୀଶୁଙ୍କ ପାଖକୁ ନେଇ ଆସିଲେ। ଦୁଷ୍ଟାତ୍ମା ଯୀଶୁଙ୍କୁ ଦେଖିବା ମାତ୍ରେ ପିଲାକୁ ଆକ୍ରମଣ କଲା। ସେହି ପିଲା ତଳେ ପଡ଼ିଯାଇ ଗଡ଼ିଗଲା। ତା’ ପାଟିରୁ ଫେଣ ବାହାରିଲା।

21 ଯୀଶୁ ପିଲାର ବାପାକୁ ପଗ୍ଭରିଲେ, “କେତେ ଦିନ ହେଲା ପିଲାର ଏମିତି ହେଉଛି?” ତା’ର ବାପା କହିଲେ, “ପିଲାଟିଦିନରୁ ଏମିତି ହେଉଛି।”

22 ଦୁଷ୍ଟାତ୍ମା ତାକୁ ମାରିବାକୁ ଅନେକ ଥର ପାଣିକୁ ଓ ଅନେକ ଥର ନିଆଁ ଭିତରକୁ ଫିଙ୍ଗି ଦେଉଛି। ଆପଣ ଯଦି ତା’ ପାଇଁ କିଛି କରି ପାରନ୍ତି, ତେବେ ଆମ୍ଭ ପ୍ରତି ଦୟା ହେବ ଓ ଆମ୍ଭକୁ ସାହାଯ୍ୟ ହେବ।”

23 ଯୀଶୁ କହିଲେ, “ତୁମ୍ଭେ କହିଲ, ‘ତୁମ୍ଭେ ଯଦି ପାରିବ ତେବେ ସାହାଯ୍ୟ ହେବ।’ ବିଶ୍ୱାସୀ ଲୋକପାଇଁ ସବୁକିଛି ସମ୍ଭବ।”

24 ପିଲାଟିର ବାପା ଉଚ୍ଚସ୍ୱର କରି କହିଲା, “ମୁଁ ବିଶ୍ୱାସ କରୁଛି। ମୋତେ ଅଧିକ ବିଶ୍ୱାସ କରିବା ପାଇଁ ସାହାଯ୍ୟ କରନ୍ତୁ।”

25 ଯୀଶୁ ଦେଖିଲେ ଯେ ଏହି ଘଟଣା ଦେଖିବା ପାଇଁ ଲୋକେ ତାହାଙ୍କ ପାଖକୁ ମାଡ଼ି ଆସୁଛନ୍ତି। ତେଣୁ ସେ ଦୁଷ୍ଟାତ୍ମାକୁ ଧମକ ଦେଇ କହିଲେ, “ହେ ଦୁଷ୍ଟାତ୍ମା, ତୁ ପିଲାଟିକୁ ମୂକ ଓ ବଧିର କରି ଦେଇଛୁ। ମୁଁ ତୋତେ ଆଜ୍ଞା ଦେଉଛି, ପିଲାର ଦେହ ଭିତରୁ ବାହାରିଯା। ଏହାର ଦେହରେ ପୁଣି ଆଉ କେବେ ହେଲେ ପ୍ରବେଶ କରିବୁ ନାହିଁ।”

26 ଦୁଷ୍ଟାତ୍ମା ଯନ୍ତ୍ରଣାରେ ଚିତ୍କାର କଲା, ପିଲାକୁ ଥରାଇ ତଳେ ପକାଇ ଦେଲା। ପୁଣି ଥରେ ପିଲାକୁ ତଳେ କଗ୍ଭଡ଼ି ଦେଇ ଦୁଷ୍ଟାତ୍ମା ତା’ ଦେହରୁ ବାହାରି ଆସିଲା। ଏହି ପିଲା ମରିଗଲା ଭଳି ଦେଖାଗଲା। ଅନେକ ଲୋକ କହିଲେ, “ସେ ମରି ଯାଇଛି।”

27 କିନ୍ତୁ ଯୀଶୁ ପିଲାର ହାତ ଧରି ତାହାକୁ ଉଠାଇ ଠିଆ କରାଇଲେ। ସେହି ପିଲା ଠିଆ ହେଲା।

28 ତା’ପରେ ଯୀଶୁ ଘର ଭିତରକୁ ଗଲେ। କେବଳ ତାହାଙ୍କ ଶିଷ୍ୟମାନେ ତାହାଙ୍କ ସହିତ ସେଠାରେ ଥିଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ଆମ୍ଭେମାନେ ଦୁଷ୍ଟାତ୍ମାକୁ କାହିଁକି ବାହାର କରି ପାରିଲୁନି?”

29 ଏହା ଶୁଣି ଯୀଶୁ ସେମାନଙ୍କୁ କହିଲେ, “ଏହି ପ୍ରକାରର ଦୁଷ୍ଟାତ୍ମାକୁ କେବଳ ପ୍ରାର୍ଥନା ମାଧ୍ୟମରେ ବାହାର କରାଯାଇପାରିବ।”

30 ନିଜ ମୃତ୍ୟୁ ସମ୍ବନ୍ଧରେ ଯୀଶୁଙ୍କ କଥନ ତା’ପରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେମାନେ ଗାଲିଲୀ ଦେଇ ଯାଉଥିଲେ। ସେମାନେ କେଉଁଠି ଅଛନ୍ତି ସେ କଥା ଲୋକେ ଜାଣନ୍ତୁ ବୋଲି ଯୀଶୁ ଗ୍ଭହୁଁ ନ ଥିଲେ।

31 କାରଣ ସେ ନିଜ ଶିଷ୍ୟମାନଙ୍କୁ ଏକୁଟିଆ ଅଲଗା ଉପଦେଶ ଦେବାକୁ ଗ୍ଭହୁଁଥିଲେ। ସେ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ରଙ୍କୁ ମନୁଷ୍ୟମାନଙ୍କ ହସ୍ତରେ ସମର୍ପଣ କରାଯିବ। ସେମାନେ ତାହାଙ୍କୁ ବଧ କରିବେ। କିନ୍ତୁ ମୃତ୍ୟୁର ତିନି ଦିନ ପରେ ସେ ପୁଣି ମୃତ୍ୟୁରୁ ପୁନରୁ‌ତ୍‌ଥିତ ହେବେ।”

32 ଯୀଶୁଙ୍କ ଏହି କଥା କହିବାର ଅର୍ଥ ଶିଷ୍ୟମାନେ ବୁଝି ପାରିଲେ ନାହିଁ। ସେମାନେ ତାହାଙ୍କୁ ଏହାର ଅର୍ଥ ପଗ୍ଭରି ବୁଝିବାକୁ ଭୟ କଲେ।

33 ଯୀଶୁ କହନ୍ତି ସବୁଠାରୁ ଶ୍ରେଷ୍ଠ କିଏ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଆସିଲେ। ସେମାନେ ଗୋଟିଏ ଘର ଭିତରକୁ ଗଲେ। ତା’ପରେ ଯୀଶୁ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ଆଜି ରାସ୍ତାରେ ଆସିବା ବେଳେ କେଉଁ ବିଷୟରେ ତୁମ୍ଭେମାନେ ଯୁକ୍ତିତର୍କ କରୁଥିଲ?”

34 କିନ୍ତୁ ଶିଷ୍ୟମାନେ ଚୁପ୍ ରହିଲେ। କାରଣ ସେମାନେ ବାଟରେ ଯୁକ୍ତିତର୍କ କରୁଥିଲେ ଯେ, ତାହାଙ୍କ ଭିତରେ ସବୁଠାରୁ ଶ୍ରେଷ୍ଠ କିଏ?

35 ଯୀଶୁ ବସିପଡ଼ିଲେ ଓ ବାରଜଣ ପ୍ରେରିତଙ୍କୁ ପାଖକୁ ଡାକିଲେ। ଯୀଶୁ କହିଲେ, “ଯଦି କେହି ସବୁଠାରୁ ବଡ଼ ହେବାକୁ ଗ୍ଭହେଁ ତେବେ ସେ ଅନ୍ୟ ସମସ୍ତଙ୍କୁ ତା’ ନିଜ ଅପେକ୍ଷା ବଡ଼ ମନେ କରୁ ଓ ସମସ୍ତଙ୍କର ସେବା କରୁ।”

36 ତା’ପରେ ଯୀଶୁ ଗୋଟିଏ ଛୋଟ ପିଲାକୁ ନେଇ ସେମାନଙ୍କ ଆଗରେ ଠିଆ କରାଇଲେ। ସେହି ପିଲାକୁ କୋଳରେ ନେଇ ସେ କହିଲେ,

37 “ମୋ’ ନାମରେ ଯେଉଁ ଲୋକ ଗୋଟିଏ ପିଲାକୁ ଏହିଭଳି ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ। ଯେଉଁ ଲୋକ ମୋତେ ଗ୍ରହଣ କରେ, ସେ ଯେ, କେବଳ ମୋତେ ଗ୍ରହଣ କରେ, ତା’ ନୁହେଁ, ବରଂ ସେ ମୋର ପ୍ରେରଣକର୍ତ୍ତାଙ୍କୁ ମଧ୍ୟ ଗ୍ରହଣ କରେ।”

38 ଆମକୁ ବିରୋଧ କରୁ ନ ଥିବା ଲୋକ ଆମ ନିଜର ଲୋକ ଯୋହନ ଯୀଶୁଙ୍କୁ କହିଲେ, “ହେ ଗୁରୁ, ତୁମ୍ଭ ନାମ ନେଇ ଲୋକଙ୍କ ଦେହରୁ ଦୁଷ୍ଟାତ୍ମାମାନଙ୍କୁ ବାହାର କରୁଥିବା ଜଣେ ଲୋକଙ୍କୁ ଆମ୍ଭେମାନେ ଦେଖିଲୁ। ଆମ୍ଭେମାନେ ତାକୁ ମନା କରିଲୁ, କାରଣ ସେ ଆମ୍ଭମାନଙ୍କ ଭିତରର ଲୋକ ନୁହେଁ।”

39 କିନ୍ତୁ ଯୀଶୁ କହିଲେ, “ତାକୁ ମନାକର ନାହିଁ। କାରଣ ଯେଉଁ ଲୋକ ମୋ’ ନାମ ନେଇ ଶକ୍ତିର କାର୍ଯ୍ୟ କରିପାରେ, ସେ ମୋ’ ନାମରେ ଆଉ ଖରାପ କଥା କହି ପାରିବ ନାହିଁ।”

40 ଯେଉଁ ଲୋକ ଆମ୍ଭର ବିରୋଧ କରେ ନାହିଁ, ସେ ଆମ୍ଭର ସପକ୍ଷର ଲୋକ।

41 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯଦି କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦିଏ, ତେବେ ତାକୁ ଏଥିପାଇଁ ନିଶ୍ଚୟ ପୁରସ୍କାର ମିଳିବ।

42 ଯୀଶୁ ପାପର କାରଣ ବିଷୟରେ ସତର୍କ କଲେ “ଯଦି ଏହି ଛୋଟ ଅବୋଧ ପିଲାମାନଙ୍କ ମଧ୍ୟରୁ ମୋତେ କେହି ବିଶ୍ୱାସ କରୁଥାଏ ଏବଂ ଆଉ ଜଣେ ଲୋକ ସେହି ପିଲାଟିକୁ ପାପ କର୍ମରେ ଲିପ୍ତ କରାଏ, ତେବେ ସେ ଲୋକଟି ପାଇଁ ଏହା ଅତ୍ୟନ୍ତ ଖରାପ ହେବ। ସେ ଲୋକ ବେକରେ ଚକି ପଥରଟିଏ ବାନ୍ଧି ଦେଇ ତାକୁ ସମୁଦ୍ରରେ ଫିଙ୍ଗି ଦେବା ତା’ ପାଇଁ ଭଲ ହୋଇଥା’ନ୍ତା।

43 ଯଦି ତୁମ୍ଭର ହାତ ତୁମ୍ଭକୁ ପାପ କରାଏ, ତେବେ ତାକୁ କାଟିଦିଅ। କାରଣ ଦୁଇ ହାତ ଥାଇ ଅନନ୍ତ କାଳ ଧରି ଜଳୁଥିବା ନର୍କର ନିଆଁ ଭିତରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ତୁମ୍ଭେ ପଙ୍ଗୁ ହୋଇ ଅନନ୍ତ ଜୀବନ ଲାଭ କରିବା ଭଲ।

44

45 ଯଦି ତୁମ୍ଭର ପାଦ ତୁମ୍ଭକୁ ପାପ କରାଏ, ତେବେ ତାକୁ କାଟିଦିଅ। ଦୁଇ ପାଦ ଥାଇ ନର୍କରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ଛୋଟା ହୋଇ ଅନନ୍ତ ଜୀବନ ଲାଭ କରିବା ଭଲ।

46

47 ଯଦି ତୁମ୍ଭର ଆଖି ତୁମ୍ଭକୁ ପାପ କରାଏ, ତେବେ ତାକୁ ବାହାର କରି ଦିଅ। ଦୁଇ ଆଖି ଥାଇ ନର୍କରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ତୁମ୍ଭେ ଗୋଟିଏ ଆଖି ଥାଇ ଅନନ୍ତ ଜୀବନ ଲାଭ କରିବା ଭଲ।

48 ମନୁଷ୍ୟକୁ ଖାଉଥିବା ନର୍କର କୀଟ କେବେ ମରେ ନାହିଁ କି ନର୍କର ନିଆଁ କେବେ ଲିଭେ ନାହିଁ।

49 “ନିଆଁରେ ପ୍ରତ୍ୟେକ ଲୋକକୁ ଦଣ୍ଡିତ କରାଯିବ।

50 “ଲୁଣ ଭଲ ପଦାର୍ଥ। କିନ୍ତୁ ଲୁଣ ଯଦି ତା’ର ଲୁଣିଆ ଗୁଣ ହରାଇ ବସିବ, ତାକୁ ପୁଣି ଥରେ କିପରି ଲୁଣିଆ କରାଯାଇ ପାରିବ? ତେଣୁ ତୁମ୍ଭେ ଭଲ ଗୁଣରେ ପରିପୂର୍ଣ୍ଣ ହୁଅ। ସମସ୍ତେ ମିଳିମିଶି ଶାନ୍ତିରେ ରୁହ।”

10

1 ବିବାହ ବିଚ୍ଛେଦ ସମ୍ପର୍କରେ ଯୀଶୁଙ୍କ ଶିକ୍ଷା ତା’ପରେ ଯୀଶୁ ସେ ସ୍ଥାନ ଛାଡ଼ିଦେଲେ। ସେ ଯିହୂଦା ଅଞ୍ଚଳ ଓ ଯର୍ଦ୍ଦନ ନଦୀର ଅପର ପାରିକୁ ଗଲେ। ପୁଣି ବହୁତ ଲୋକ ତାହାଙ୍କ ପାଖରେ ଜମା ହୋଇଗଲେ। ସବୁ ସମୟ ଭଳି ଯୀଶୁ ଲୋକମାନଙ୍କୁ ଶିକ୍ଷା ଦେଲେ।

2 କେତେକ ଫାରୂଶୀ ଯୀଶୁଙ୍କ ପାଖକୁ ଆସିଲେ। ସେମାନେ ଯୀଶୁଙ୍କ ଭୁଲ୍ ଧରିବା ପାଇଁ ଚେଷ୍ଟା କଲେ। ସେମାନେ ଯୀଶୁଙ୍କୁ ପରୀକ୍ଷା କରିବା ପାଇଁ ତାହାଙ୍କୁ ପଗ୍ଭରିଲେ, “ଜଣେ ପୁରୁଷ ତା’ର ସ୍ତ୍ରୀକୁ ଛାଡ଼ପତ୍ର ଦେବା କ’ଣ ଆଇନ ସଙ୍ଗତ କାର୍ଯ୍ୟ?”

3 ଯୀଶୁ କହିଲେ, “ମୋଶା ତୁମ୍ଭମାନଙ୍କୁ କ’ଣ ଆଜ୍ଞା ଦେଇଛନ୍ତି?”

4 ସେମାନେ କହିଲେ, “ଜଣେ ପୁରୁଷ ଛାଡ଼ପତ୍ର ପାଇଁ ପ୍ରମାଣପତ୍ର ଲେଖିଦେଇ ତା’ପରେ ନିଜ ସ୍ତ୍ରୀକୁ ଛାଡ଼ି ଦେଇ ପାରିବ ବୋଲି, ମୋଶା କହିଥିଲେ।”

5 ଯୀଶୁ ସେମାନଙ୍କୁ କହିଲେ, “ମୋଶା ତୁମ୍ଭମାନଙ୍କ ପାଇଁ ଏହି ଆଜ୍ଞା ଲେଖିଥିଲେ, କାରଣ ତୁମ୍ଭେମାନେ ପରମେଶ୍ୱରଙ୍କ ଉପଦେଶ ମାନିବାକୁ ମନାକଲ।

6 କିନ୍ତୁ ପରମେଶ୍ୱର ଯେତେବେଳେ ଜଗତ ସୃଷ୍ଟି କଲେ, ‘ସେ ଲୋକଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।’

7 “ଏଣୁ ଜଣେ ପୁରୁଷ ନିଜ ବାପା-ମାଙ୍କୁ ଛାଡ଼ି ନିଜ ସ୍ତ୍ରୀ ସହିତ ମିଳିତ ହେବ

8 ଏବଂ ସେମାନେ ଏକ ହୋଇଯିବେ।’ ତେଣୁ ସେମାନେ ଦୁଇଜଣ ନୁହନ୍ତି ବରଂ ଏକ।

9 ପରମେଶ୍ୱର ଯଦି ଏହି ଦୁଇଜଣ ମନୁଷ୍ୟଙ୍କୁ ଏକାଠି କରିଛନ୍ତି, ତାହାଙ୍କୁ କୌଣସି ବ୍ୟକ୍ତି ଅଲଗା କରିଦେବା ଉଚିତ୍ ନୁହେଁ।”

10 ଯୀଶୁ ଓ ଶିଷ୍ୟମାନେ ଘରକୁ ଫେରିବା ପରେ ଶିଷ୍ୟମାନେ ଯୀଶୁଙ୍କୁ ପୁଣି ଥରେ ଛାଡ଼ପତ୍ର ବିଷୟରେ ପଗ୍ଭରିଲେ।

11 ଯୀଶୁ କହିଲେ, “ଯେଉଁ ପୁରୁଷ ନିଜ ପତ୍ନୀକୁ ଛାଡ଼ପତ୍ର ଦେଇ ଅନ୍ୟ ଜଣେ ସ୍ତ୍ରୀକୁ ବିବାହ କରେ, ସେହି ପୁରୁଷ ତା ପତ୍ନୀ ପ୍ରତି ପାପ କରିବା କାରଣରୁ ଦୋଷୀ ହୁଏ। ସେ ବ୍ୟଭିଗ୍ଭର ପାପ ପାଇଁ ଦୋଷୀ ହୁଏ।

12 ଏବଂ ଯଦି ଜଣେ ସ୍ତ୍ରୀ ନିଜ ସ୍ୱାମୀଙ୍କୁ ଛାଡ଼ପତ୍ର ଦେଇ ଅନ୍ୟ ଜଣେ ପୁରୁଷକୁ ବିବାହ କରେ ତେବେ ସେ ମଧ୍ୟ ବ୍ୟଭିଗ୍ଭର ପାପରେ ଦୋଷୀ ହୁଏ।”

13 ପିଲାମାନଙ୍କୁ ଯୀଶୁ ଗ୍ରହଣ କଲେ ପୁଣି ଲୋକମାନେ ଯୀଶୁଙ୍କ ପାଖକୁ ସେମାନଙ୍କର ଛୋଟ ଛୋଟ ପିଲାମାନଙ୍କୁ ଆଣିଲେ ଯେପରି ଯୀଶୁ ପିଲାମାନଙ୍କୁ ଛୁଇଁ ଦେଇ ଆଶୀର୍ବାଦ କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ୟମାନେ ଲୋକମାନଙ୍କୁ ବାରଣ କଲେ ଯେ, ସେମାନେ ସେମାନଙ୍କର ପିଲାମାନଙ୍କୁ ଯୀଶୁଙ୍କ ପାଖକୁ ନ ଆଣନ୍ତୁ।

14 ଏହା ଦେଖି ଯୀଶୁ ବହୁତ ରାଗିଗଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ଛୋଟ ଛୋଟ ପିଲାମାନେ ମୋ’ ପାଖକୁ ଆସନ୍ତୁ। ସେମାନଙ୍କୁ ଅଟକାଅ ନାହିଁ। କାରଣ ପରମେଶ୍ୱରଙ୍କ ରାଜ୍ୟ ଏହି ପିଲାମାନଙ୍କ ଭଳି ସରଳ ଲୋକମାନଙ୍କର ଅଟେ।

15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଗୋଟିଏ ଛୋଟ ପିଲା ସରଳ ମନରେ ସବୁ ବିଷୟ ଗ୍ରହଣ କଲାଭଳି ତୁମ୍ଭେମାନେ ପରମେଶ୍ୱରଙ୍କ ରାଜ୍ୟ ଗ୍ରହଣ କରିବା ଉଚିତ୍, ନଚେତ୍ ତୁମ୍ଭେ ସେଠାରେ କେବେ ହେଲେ ପ୍ରବେଶ କରି ପାରିବ ନାହିଁ।”

16 ତା’ପରେ ଯୀଶୁ ପିଲାମାନଙ୍କୁ କୋଳକୁ ଉଠେଇ ନେଲେ। ସେ ସେମାନଙ୍କ ଉପରେ ହାତ ରଖି ଆଶୀର୍ବାଦ କଲେ।

17 ଯୀଶୁଙ୍କୁ ଅନୁସରଣ କରିବାକୁ ଜଣେ ଧନୀ ଲୋକର ଅସ୍ୱୀକାର ଯୀଶୁ ଯାଉଥିବା ବେଳେ ଜଣେ ଲୋକ ଦୌଡ଼ି ଦୌଡ଼ି ତାହାଙ୍କ ପାଖକୁ ଆସିଲା ଓ ଯୀଶୁଙ୍କ ଆଗରେ ଆଣ୍ଠୁମାଡ଼ି ବସି ପଡ଼ିଲା। ସେ ପଗ୍ଭରିଲା, “ହେ ଉତ୍ତମ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ପାଇଁ ମୁଁ କ’ଣ କରିବି?”

18 ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ମୋତେ ଉତ୍ତମ ବୋଲି କାହିଁକି କହୁଛ? କେବଳ ପରମେଶ୍ୱରଙ୍କ ଛଡ଼ା ଆଉ କେହିହେଲେ ଉତ୍ତମ ନୁହନ୍ତି।

19 କିନ୍ତୁ ମୁଁ ତୁମ୍ଭ ପ୍ରଶ୍ନର ଉତ୍ତର ଦେଉଛି। ତୁମ୍ଭେ ଆଜ୍ଞା ଗୁଡ଼ିକ ଜାଣିଛ: ହତ୍ୟା କର ନାହିଁ, ବ୍ୟଭିଗ୍ଭର କର ନାହିଁ, ଗ୍ଭେରି କର ନାହିଁ, ମିଥ୍ୟାସାକ୍ଷ୍ୟ ଦିଅ ନାହିଁ, ଠକ ନାହିଁ, ଆପଣା ବାପା-ମାଙ୍କୁ ଆଦର କର।”

20 ସେହି ଲୋକ ଯୀଶୁଙ୍କୁ କହିଲା, “ଗୁରୁ, ମୁଁ ମୋ’ ପିଲାଦିନୁ ଏହିସବୁ କଥା ମାନି ଚଳୁଛି।”

21 ଯୀଶୁ ତାହାଙ୍କୁ ଗ୍ଭହିଁଲେ ଓ ସ୍ନେହ କଲେ। ସେ ତାହାଙ୍କୁ କହିଲେ, “ତୁମ୍ଭର ଏବେ ବି ଗୋଟିଏ କଥାର ଅଭାବ ଅଛି। ତୁମ୍ଭେ ଯାଅ, ଯାହାକିଛି ତୁମ୍ଭ ପାଖରେ ଅଛି ସେତକ ବିକି ଦେଇ ଗରିବଙ୍କୁ ସେ ଧନ ବାଣ୍ଟି ଦିଅ। ସ୍ୱର୍ଗରେ ତୁମ୍ଭକୁ ଧନ ମିଳିବ। ତା’ପରେ ଆସ ଓ ମୋର ଅନୁସରଣ କର।”

22 ଯୀଶୁଙ୍କ କଥା ଶୁଣି ଲୋକଟିର ମନ ଦୁଃଖ ହୋଇଗଲା। ସେ ମନ ଦୁଃଖରେ ଫେରିଗଲା। କାରଣ ସେ ବହୁତ ଧନୀ ଥିଲା ଓ ତା’ର ଧନ ନିଜ ପାଖରେ ରଖିବାକୁ ଗ୍ଭହୁଁଥିଲା।

23 ଯୀଶୁ ଗ୍ଭରିଆଡ଼େ ଗ୍ଭହିଁ ଶିଷ୍ୟମାନଙ୍କୁ କହିଲେ, “ଧନୀ ଲୋକମାନଙ୍କ ପକ୍ଷରେ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ବଡ଼ କଠିନ ବିଷୟ।”

24 ଯୀଶୁଙ୍କ କଥା ଶୁଣି ଶିଷ୍ୟମାନେ ଆଶ୍ଚର୍ଯ୍ୟ ହୋଇଗଲେ, କିନ୍ତୁ ଯୀଶୁ ସେମାନଙ୍କୁ ପୁଣି କହିଲେ, “ହେ ମୋର ପିଲାମାନେ, ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ପ୍ରକୃତରେ କେଡ଼େ କଠିନ।

25 ଜଣେ ଧନୀ ଲୋକର ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ଅପେକ୍ଷା, ଗୋଟିଏ ଓଟ, ଗୋଟିଏ ଛୁଞ୍ଚି କଣାରେ ଗଳି ଯାଇ ପାରିବା ସହଜ।”

26 ସେମାନେ ଆହୁରି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ପରସ୍ପର କୁହାକୁହି ହେଲେ, “ତେବେ କିଏ ଉଦ୍ଧାର ପାଇ ପାରିବ?”

27 ଯୀଶୁ ସେମାନଙ୍କୁ ଗ୍ଭହିଁ କହିଲେ, “ଏହା ମନୁଷ୍ୟମାନଙ୍କ ପାଇଁ ଅସମ୍ଭବ। କିନ୍ତୁ ପରମେଶ୍ୱରଙ୍କ ପାଇଁ ନୁହେଁ। ପରମେଶ୍ୱର ସବୁକିଛି କରି ପାରିବୋ”

28 ପିତର ଯୀଶୁଙ୍କୁ କହିଲେ, “ଆପଣଙ୍କୁ ଅନୁସରଣ କରିବା ପାଇଁ ଆମ୍ଭେମାନେ ସବୁକିଛି ତ୍ୟାଗ କରିଛୁ।”

29 ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଯେ ମୋ’ ପାଇଁ ଓ ସୁସମାଗ୍ଭର ପାଇଁ ଘରଦ୍ୱାର, ଭାଇ ଭଉଣୀ, ବାପା-ମା, ପିଲାଛୁଆ ଓ ଜମିବାଡ଼ି ଛାଡ଼ି ଦେଇ ପାରିଛି,

30 ସେ ନିଶ୍ଚୟ ଆପଣାର ସେହି ଛାଡ଼ିଥିବା ବସ୍ତୁଠାରୁ ଶହେ ଗୁଣ ଅଧିକ ଇହକାଳରେ ପାଇ ପାରିବ। ସେ ଅଧିକ ଘରଦ୍ୱାର, ଭାଇ ଭଉଣୀ, ମା, ପିଲା ପିଲି, ଓ ଜମି ବାଡ଼ି ପାଇବ ଏବଂ ନିର୍ଯ୍ୟାତନା ସହିତ ସେ ଏହିସବୁ ଜିନିଷ ପାଇବ କିନ୍ତୁ ପରକାଳରେ ସେ ଅନନ୍ତ ଜୀବନ ଲାଭ କରିବ।

31 ବର୍ତ୍ତମାନ ଯେଉଁ ଲୋକମାନେ ପ୍ରଥମ ସ୍ଥାନରେ ଅଛନ୍ତି, ସେମାନେ ଭବିଷ୍ୟତରେ ଶେଷ ସ୍ଥାନକୁ ଗ୍ଭଲିଯିବେ, ଏବଂ ବର୍ତ୍ତମାନ ଯେଉଁମାନେ ଶେଷ ସ୍ଥାନରେ ଅଛନ୍ତି, ସେମାନେ ଭବିଷ୍ୟତରେ ପ୍ରଥମ ସ୍ଥାନକୁ ଗ୍ଭଲିଯିବେ।”

32 ଯୀଶୁ ତାଙ୍କ ମୃତ୍ୟୁ ବିଷୟରେ ପୁଣି ଥରେ କହନ୍ତି ଯୀଶୁ ଓ ତାହାଙ୍କ ସହିତ ଲୋକମାନେ ଯିରୁଶାଲମକୁ ଯାଉଥିଲେ। ଯୀଶୁ ସେମାନଙ୍କ ଆଗେ ଆଗେ ଯାଉଥିଲେ। ତାହାଙ୍କ ଶିଷ୍ୟମାନେ ଆଶ୍ଚର୍ଯ୍ୟାନ୍ୱିତ ହୋଇ ଯାଉଥିଲେ। କିନ୍ତୁ ତାହାଙ୍କୁ ଅନୁସରଣ କରି ଆସୁଥିବା ଲୋକେ ସବୁ ଡରି ଯାଇଥିଲେ। ଯୀଶୁ ତାହାଙ୍କର ବାରଜଣ ପ୍ରେରିତଙ୍କୁ ଅଲଗା ଡାକି ଯିରୁଶାଲମରେ ଯାହାସବୁ ଘଟିବ, ସେ ବିଷୟରେ କହିବାକୁ ଲାଗିଲେ।

33 ଯୀଶୁ କହିଲେ, “ଶୁଣ, ଆମ୍ଭେମାନେ ଯିରୁଶାଲମକୁ ଯାଉଛୁ। ମନୁଷ୍ୟପୁତ୍ରଙ୍କୁ ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନଙ୍କ ହାତରେ ଦେଇ ଦିଆଯିବ ଏବଂ ସେମାନେ ତାହାଙ୍କୁ ମୃତ୍ୟୁ ଦଣ୍ଡ ଦେବା ପାଇଁ ଅଣଯିହୂଦୀମାନଙ୍କୁ ସମର୍ପି ଦେବେ।

34 ସେମାନେ ତାହାଙ୍କୁ ଉପହାସ କରିବେ ଓ ତାହାଙ୍କ ଉପରେ ଛେପ ପକାଇବେ। ତାହାଙ୍କୁ କୋରଡ଼ାରେ ପିଟିବେ ଓ ଶେଷରେ ମାରି ପକାଇବେ। କିନ୍ତୁ ମୃତ୍ୟୁଠାରୁ ତୃତୀୟ ଦିନରେ ସେ ପୁନରୁ‌ତ୍‌ଥାନ ହେବେ।”

35 ଯାକୁବ ଓ ଯୋହନଙ୍କର ଅନୁଗ୍ରହର ଅନୁରୋଧ ଜେବଦୀଙ୍କ ପୁତ୍ର ଯାକୁବ ଓ ଯୋହନ ଯୀଶୁଙ୍କ ପାଖକୁ ଆସି କହିଲେ, “ହେ ଗୁରୁ, ତୁମ୍ଭେ ଆମ୍ଭ ପାଇଁ କିଛି କର ବୋଲି ଆମ୍ଭେ ଗ୍ଭହୁଁଛୁ।”

36 ଯୀଶୁ ପଗ୍ଭରିଲେ, “ତୁମ୍ଭେମାନେ ମୋ’ ଦ୍ୱାରା ତୁମ୍ଭ ପାଇଁ କ’ଣ ପାଇବାକୁ ଗ୍ଭହୁଁଛ?”

37 ସେମାନେ କହିଲେ, “ଆପଣଙ୍କ ରାଜ୍ୟରେ ଆପଣ ମହିମା ପ୍ରାପ୍ତ ହେବା ବେଳେ ଆମ୍ଭ ଭିତରୁ ଜଣେ ତୁମ୍ଭର ଡାହାଣ ପଟେ ଓ ଆଉ ଜଣେ ବାମ ପଟେ ବସିବା ପାଇଁ ଆମ୍ଭକୁ ଅଧିକାର ପ୍ରଦାନ କରନ୍ତୁ।”

38 ଯୀଶୁ କହିଲେ, “ତୁମ୍ଭେ କ’ଣ ମାଗୁଛ, ତାହା ତୁମ୍ଭେ ଜାଣି ପାରୁ ନାହଁ। ମୁଁ ଯେଉଁ ଯାତନା ଭୋଗ କରିବି, ତୁମ୍ଭେ ମଧ୍ୟ କ’ଣ ସେହିଭଳି ଯାତନା ଭୋଗ କରି ପାରିବ? ମୁଁ ଯେଉଁଭଳି ବାପ୍ତିଜିତ ହେବି, ତୁମ୍ଭେ କ’ଣ ସେହିଭଳି ବାପ୍ତିଜିତ ହୋଇ ପାରିବ?”

39 ସେମାନେ ତାହାଙ୍କୁ କହିଲେ, “ହଁ ଆମ୍ଭେ ପାରିବୁ।” ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେଉଁ ଯାତନା ଭୋଗ କରିବି, ତୁମ୍ଭେ ତାହା ଭୋଗ କରିବ। ମୁଁ ଯାହା ଦ୍ୱାରା ବାପ୍ତିଜିତ ହେବି, ତୁମ୍ଭେମାନେ ମଧ୍ୟ ତା ଦ୍ୱାରା ବାପ୍ତିଜିତ ହେବ।

40 କିନ୍ତୁ ମୋର ଡାହାଣ ବା ବାମ ପଟରେ କିଏ ବସିବ, ତାହା ବାଛିବାର ଅଧିକାର ମୋର ନାହିଁ। ଯେଉଁମାନଙ୍କ ପାଇଁ ଏହା ପ୍ରସ୍ତୁତ କରାଯାଇଛି, କେବଳ ସେହିମାନେ ସେଥିରେ ବସି ପାରିବେ।”

41 ଅନ୍ୟ ଦଶ ଜଣ ପ୍ରେରିତ ଏହା ଶୁଣିଲେ। ସେମାନେ ଯାକୁବ ଓ ଯୋହନଙ୍କ ଉପରେ ରାଗିଗଲେ।

42 ଯୀଶୁ ସମସ୍ତ ପ୍ରେରିତମାନଙ୍କୁ ଏକାଠି ଡାକିଲେ। ସେ ସେମାନଙ୍କୁ କହିଲେ, “ଅଣଯିହୂଦୀମାନଙ୍କ ଭିତରେ ଅନେକ ଲୋକ ଅଛନ୍ତି, ଯେଉଁମାନଙ୍କୁ ସେମାନେ ଶାସକ କହନ୍ତି। ତୁମ୍ଭେ ଜାଣ ଯେ, ଏହି ଶାସକମାନେ ଲୋକଙ୍କ ଉପରେ ପ୍ରଭୁତ୍ୱ ଦେଖାଇବାକୁ ଭଲ ପାଆନ୍ତି। ତାହାଙ୍କର ମହତ୍ତ୍ୱପୂର୍ଣ୍ଣ ନେତାମାନେ ମଧ୍ୟ ଲୋକଙ୍କ ଉପରେ ତାହାଙ୍କର ଅଧିକାର ସାବ୍ୟସ୍ତ କରିବାକୁ ଭଲ ପାଆନ୍ତି।

43 କିନ୍ତୁ ତୁମ୍ଭ ମଧ୍ୟରେ ଏଭଳି କିଛି ହେବା ଅନୁଚିତ୍। ଯଦି ତୁମ୍ଭ ଭିତରୁ କେହି ବଡ଼ ହେବାକୁ ଗ୍ଭହୁଁଥାଏ, ତେବେ ସେ ଜଣେ ସେବକ ଭଳି ତୁମ୍ଭ ସମସ୍ତଙ୍କର ସେବା କରୁ।

44 ଯଦି ତୁମ୍ଭ ଭିତରୁ କେହି ମହତ୍ତ୍ୱପୂର୍ଣ୍ଣ ହେବାକୁ ଗ୍ଭହୁଁଥାଏ, ତେବେ ସେ ତୁମ୍ଭ ସମସ୍ତଙ୍କର ଜଣେ କ୍ରୀତଦାସ ଭଳି ସେବା କରୁ।

45 ସେହିଭଳି ମନୁଷ୍ୟପୁତ୍ର ଅନ୍ୟଠାରୁ ସେବା ପାଇବା ପାଇଁ ଆସି ନାହାନ୍ତି, ବରଂ ସେ ସେବା କରିବା ପାଇଁ ଆସିଛନ୍ତି। ସେ ବହୁତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ନିଜର ଜୀବନ ଦେବା ପାଇଁ ଆସିଛନ୍ତି।”

46 ଯୀଶୁ ଜଣେ ଅନ୍ଧକୁ ଚକ୍ଷୁଦାନ କଲେ ତା’ପରେ ସେମାନେ ଯିରୀହୋକୁ ଆସିଲେ। ଯୀଶୁ ତାହାଙ୍କ ଶିଷ୍ୟ ଓ ଅନେକ ଲୋକଙ୍କ ସହିତ ସେହି ସହର ଛାଡ଼ିଯିବା ସମୟରେ ଟୀମାୟର ପୁଅ ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକାରୀ ରାସ୍ତା କଡ଼ରେ ବସିଥିଲା। ସେ ସଦାବାଳେ ଲୋକଙ୍କୁ ଭିକ ମାଗୁଥିଲା।

47 ସେ ଶୁଣିଲା ଯେ, ନାଜରିତୀୟ ଯୀଶୁ ସେହି ବାଟ ଦେଇ ଯାଉଛନ୍ତି। ସେ ଚିତ୍କାର କରି କହିଲା, “ହେ ଦାଉଦଙ୍କ ପୁତ୍ର ଯୀଶୁ: ମୋ’ ଉପରେ କୃପାକର।”

48 ଅନେକ ଲୋକ ତାକୁ ତୁନି ହେବା ପାଇଁ ଧମକ ଦେଲେ। କିନ୍ତୁ ସେହି ଅନ୍ଧ ଭିକାରୀଟି ଅଧିକରୁ ଅଧିକ ଚିତ୍କାର କରି କହିଲା, “ହେ ଦାଉଦଙ୍କ ପୁତ୍ର ଯୀଶୁ, ମୋ’ ଉପରେ କୃପାକର।”

49 ଯୀଶୁ ଅଟକି ଗଲେ ଓ କହିଲେ, “ତାହାକୁ କୁହ ମୋ’ ପାଖକୁ ଆସୁ।” ଲୋକମାନେ ଅନ୍ଧ ଲୋକଟିକୁ ଡାକି କହିଲେ, “ସାହସ ଧର, ଉଠ। ଯୀଶୁ ତୁମ୍ଭକୁ ଡାକୁଛନ୍ତି।”

50 ଅନ୍ଧ ଲୋକଟି ତ‌ତ୍‌କ୍ଷଣାତ୍ ତା’ର ଗ୍ଭଦରଟି ଫିଙ୍ଗିଦେଲା ଓ ଡେଇଁ ପଡ଼ିଲା। ସେ ଯୀଶୁଙ୍କ ନିକଟକୁ ଆସିଲା।

51 ଯୀଶୁ ଅନ୍ଧ ଲୋକଟିକୁ ପଗ୍ଭରିଲେ, “ମୁଁ ତୁମ୍ଭ ପାଇଁ କ’ଣ କରିବି ବୋଲି ତୁମ୍ଭେ ଗ୍ଭହୁଁଛ?” ଅନ୍ଧଟି ଉତ୍ତର ଦେଲୋ, “ଗୁରୁ, ମୁଁ ଦେଖିବାକୁ ଗ୍ଭହୁଁଛି।”

52 ଯୀଶୁ କହିଲେ, “ଯାଅ, ତୁମ୍ଭେ ଭଲ ହୋଇଗଲ, କାରଣ ତୁମ୍ଭେ ବିଶ୍ୱାସ କଲ।” ତା’ପରେ ଲୋକଟି ସବୁକିଛି ଦେଖି ପାରିଲା ଓ ସେ ପଥରେ ଯୀଶୁଙ୍କୁ ଅନୁସରଣ କଲା।

11

1 ଯୀଶୁ ଜଣେ ରାଜା ଭଳି ଯିରୁଶାଲମରେ ପ୍ରବେଶ କଲେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିରୁଶାଲମର ନିକଟବର୍ତ୍ତୀ ହେଲେ। ସେମାନେ ଜୀତପର୍ବତ ପାଖ ବେ‌ଥ୍‌ଫାଗୀ ଓ ବେଥନୀୟା ସହରରେ ପହଞ୍ଚିଲେ। ଯୀଶୁ ନିଜ ଶିଷ୍ୟମାନଙ୍କ ଭିତରୁ ଦୁଇଜଣକୁ ଏହା କହି ପଠାଇଲେ,

2 “ଆଗରେ ଦେଖାଯାଉଥିବା ଗାଆଁକୁ ଯାଅ। ଗାଁଆ ଭିତରେ ପ୍ରବେଶ କରିବା ମାତ୍ରେ ତୁମ୍ଭେମାନେ ଗୋଟିଏ ଗଧଛୁଆ ବନ୍ଧା ହୋଇଥିବାର ଦେଖିବ। ସେହି ଗଧ ଛୁଆ ଉପରେ କେହି ଏ ପର୍ଯ୍ୟନ୍ତ ଚଢ଼ି ନାହାନ୍ତି। ତାକୁ ଖୋଲି ମୋ’ ପାଖକୁ ନେଇ ଆସ।

3 ଯଦି କୌଣସି ଲୋକ ତୁମ୍ଭମାନଙ୍କୁ ଗଧଛୁଆକୁ କାହିଁକି ନେଇ ଯାଉଛ ବୋଲି ପଗ୍ଭରେ, ତେବେ ତୁମ୍ଭେମାନେ ତାହାକୁ କହିବ, ‘ପ୍ରଭୁଙ୍କର ଏହା ଦରକାର ଅଛି। ତା’ପରେ ତାହାକୁ ଶୀଘ୍ର ଫେରାଇ ଦେବେ।’”

4 ସେମାନେ ଗ୍ଭଲିଗଲେ। ସେମାନେ ଗୋଟିଏ ଦ୍ୱାର ପାଖ ଦାଣ୍ଡରେ ଏକ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିଲେ। ସେମାନେ ତାହାକୁ ଖୋଲିଦେଲେ।

5 କେତେକ ଲୋକ ସେଠାରେ ଠିଆ ହୋଇଥିଲେ। ସେମାନେ ଏହା ଦେଖି ପଗ୍ଭରିଲେ, “ତୁମ୍ଭେମାନେ ଏ ଗଧଛୁଆକୁ କାହିଁକି ଖୋଲୁଛ?”

6 ଶିଷ୍ୟମାନଙ୍କୁ ଯୀଶୁ ଯାହା କହିବା ପାଇଁ କହିଥିଲେ, ଶିଷ୍ୟମାନେ ଲୋକମାନଙ୍କୁ ତାହା କହିଲେ। ତା’ପରେ ଲୋକମାନେ ଗଧଛୁଆ ସହ ସେମାନଙ୍କୁ ଛାଡ଼ିଦେଲେ।

7 ଶିଷ୍ୟମାନେ ଗଧକୁ ଯୀଶୁଙ୍କ ପାଖକୁ ଆଣିଲେ ଓ ଗଧ ପିଠି ଉପରେ ନିଜ ଲୁଗା ପକାଇ ଦେଲେ। ଯୀଶୁ ତା’ ଉପରେ ବସିଲେ।

8 ଅନେକ ଲୋକ ଯୀଶୁଙ୍କ ପାଇଁ ସେମାନଙ୍କ ଲୁଗା ରାସ୍ତାରେ ବିଛେଇ ଦେଲେ। ଅନ୍ୟମାନେ ଡାଳ କାଟି ଆଣି ରାସ୍ତାରେ ବିଛେଇ ଦେଲେ।

9 କେତେକ ଲୋକ ଯୀଶୁଙ୍କ ଆଗେ ଆଗେ ଯାଉଥିଲେ ଓ ଅନ୍ୟ କେତେକ ତାହାଙ୍କ ପଛେ ପଛେ ଯାଉଥାଲେ। ସମସ୍ତେ ପାଟି କରି କହୁଥିଲେ, “‘ହୋଶାନ୍ନା ‘ପ୍ରଭୁଙ୍କ ନାମରେ ଯେଉଁ ବ୍ୟକ୍ତି ଆସୁଛନ୍ତି, ସେ ଧନ୍ୟ।’

10 “ଆମ୍ଭର ପିତା ଦାଉଦଙ୍କର ଆଗାମୀ ରାଜ୍ୟ ଧନ୍ୟ, ସ୍ୱର୍ଗରେ ରହୁଥିବା ପରମ ପିତା ହେଉଛନ୍ତି ଧନ୍ୟ।”

11 ଯୀଶୁ ଯିରୁଶାଲମ ଆସି ମନ୍ଦିର ଭିତରେ ପ୍ରବେଶ କଲେ। ଯୀଶୁ ମନ୍ଦିରରେ ପ୍ରତ୍ୟେକ ବିଷୟ ପ୍ରତି ଦୃଷ୍ଟି ପକାଇଲେ। ସେତେବେଳକୁ ବହୁତ ଡେରି ହୋଇଯାଇଥିଲା। ତେଣୁ ଯୀଶୁ ବାରଜଣ ପ୍ରେରିତଙ୍କ ସହିତ ବେଥନୀୟାକୁ ଗ୍ଭଲିଗଲେ।

12 ଯୀଶୁ କହିଲେ ଡିମ୍ବିରି ବୃକ୍ଷଟି ମରିଯିବ ତହିଁ ଆରଦିନ ଯେତେବେଳେ ସେମାନେ ବେଥନୀୟାରୁ ବାହାରୁଥିଲେ, ତାହାଙ୍କୁ ବହୁତ ଭୋକ ଲାଗିଲା।

13 ଯୀଶୁ ପତ୍ରରେ ପରିପୂର୍ଣ୍ଣ ଗୋଟିଏ ଡିମ୍ବିରିଗଛ ଦେଖିଲେ। ଗଛରେ କିଛି ଡିମ୍ବିରି ଫଳ ଥିବ ଭାବି ସେ ଗଛ ମୂଳକୁ ଗଲେ। କିନ୍ତୁ ସେଠାରେ ପହଞ୍ଚି ସେ ଗଛରେ ଗୋଟିଏ ହେଲେ ଡିମ୍ବିରି ଫଳ ପାଇଲେ ନାହିଁ। ଗଛରେ ପତ୍ର ଛଡ଼ା ଆଉ କିଛି ନ ଥିଲା। ଏହା ଡିମ୍ବିରି ଫଳ ଫଳିବା ଋତୁ ନ ଥିଲା।

14 ତେଣୁ ଯୀଶୁ ଗଛଟିକୁ କହିଲେ, “ଲୋକେ ତୁମ୍ଭର ଫଳ ଆଉ ଏଣିକି କେବେ ହେଲେ ଖାଇବେ ନାହିଁ।” ଶିଷ୍ୟମାନେ ଯୀଶୁଙ୍କର ଏହି କଥା ଶୁଣିଲେ।

15 ଯୀଶୁଙ୍କର ମନ୍ଦିରରେ ପ୍ରବେଶ ତା’ପରେ ସେ ଯିରୁଶାଲମକୁ ଗଲେ। ଯୀଶୁ ମନ୍ଦିରରେ ପ୍ରବେଶ କଲାମାତ୍ରେ ସେଠାରେ କିଣାବିକା କରୁଥିବା ଲୋକମାନଙ୍କୁ ବାହାରକୁ ତଡ଼ି ଦେବାକୁ ଲାଗିଲେ। ସେ ବିଭିନ୍ନ ପ୍ରକାର ମୁଦ୍ରା ବିନିମୟ କରୁଥିବା ଲୋକଙ୍କ ମେଜ ଓଲଟେଇ ଦେଲେ। ଯେଉଁମାନେ କପୋତ ବିକୁଥିଲେ ସେମାନଙ୍କର ମେଜସବୁ ମଧ୍ୟ ସେ ଓଲଟେଇ ଦେଲେ।

16 ସେ ମଧ୍ୟ କାହାରିକୁ ମନ୍ଦିର ପରିସରରୁ କିଛି ହେଲେ ନେଇ ଯିବାକୁ ଅନୁମତି ଦେଲେ ନାହିଁ।

17 ତା’ପରେ ସେ ସେମାନଙ୍କୁ ଉପଦେଶ ଦେଇ କହିଲେ, “ଶାସ୍ତ୍ରରେ ଏ କଥା ଲେଖା ଅଛି ଯେ, ‘ମୋ’ ଘରକୁ ସବୁ ଜାତିର ଲୋକମାନଙ୍କ ପାଇଁ ପ୍ରାର୍ଥନା ଘର କୁହାଯିବ। କିନ୍ତୁ ତୁମ୍ଭେମାନେ ତ ତାକୁ ଗ୍ଭେର ମାନଙ୍କର ଆଶ୍ରୟ ସ୍ଥଳରେ ପରିଣତ କରି ଦେଉଛ’

18 ପ୍ରଧାନଯାଜକ ଓ ଧର୍ମଯାଜକମାନେ ଏ କଥା ଶୁଣିଲେ। ସେମାନେ ଯୀଶୁଙ୍କୁ ମାରିବା ପାଇଁ ବାଟ ଖୋଜିଲେ। କିନ୍ତୁ ସେଠାରେ ଜମା ହୋଇଥିବା ସବୁ ଲୋକେ ଯୀଶୁଙ୍କ ଉପଦେଶ ଶୁଣି ବିସ୍ମିତ ହୋଇଯାଇଥିବାରୁ ଧର୍ମଯାଜକମାନେ ଯୀଶୁଙ୍କୁ ଡରିଗଲେ।

19 ସନ୍ଧ୍ୟା ହୋଇଗଲା। ସନ୍ଧ୍ୟା ହେବାରୁ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ନଗରରୁ ବାହାରି ଗ୍ଭଲିଗଲେ।

20 ଯୀଶୁ ବିଶ୍ୱାସର ଶକ୍ତି ଦେଖାଇଲେ ତା’ ପରଦିନ ସକାଳେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କ ସହିତ ସେହି ଡିମ୍ବିରିଗଛ ଥିବା ବାଟ ଦେଇ ଆସିଲେ। ସେମାନେ ଡିମ୍ବିରିଗଛକୁ ମୂଳରୁ ଶୁଖି ମରି ଯାଇଥିବାର ଦେଖିଲେ।

21 ସେତେବେଳେ ପିତର ଡିମ୍ବିରିଗଛକୁ ମନେ ପକେଇଲେ ଓ ଯୀଶୁଙ୍କୁ କହିଲେ, “ହେ ଗୁରୁ, ଦେଖ; ଗତ କାଲି ତୁମ୍ଭେ ଯେଉଁ ଡିମ୍ବିରିଗଛକୁ ଅଭିଶାପ ଦେଇଥିଲ, ସେ ଗଛ ଆଜି ଶୁଖି ମରି ଯାଇଛି।”

22 ଯୀଶୁ ଉତ୍ତର ଦେଲେ, “ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖ।

23 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି: ଯଦି କେହି ଲୋକ ଏହି ପର୍ବତକୁ କହିବ, ‘ତୁ ଉପୁଡ଼ି ସମୁଦ୍ରରେ ଯାଇ ପଡ଼ିଯା,’ ଏବଂ ଯଦି ଲୋକଟିର ମନରେ କୌଣସି ପ୍ରକାର ସନ୍ଦେହ ନ ଥାଇ ବିଶ୍ୱାସ କରିବ ଯେ, ସେ ଯାହା କହିଛି ତାହା ଘଟିବ, ତେବେ ପରମେଶ୍ୱର ତା’ ପାଇଁ ତାହା କରି ଦେବେ।

24 ଏଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ପ୍ରାର୍ଥନା କଲାବେଳେ ଯାହା ମାଗୁଛ, ବିଶ୍ୱାସ କର ଯେ, ତାହା ତୁମ୍ଭକୁ ମିଳିଯାଇଛି ତେବେ ପ୍ରକୃତରେ ତାହା ତୁମ୍ଭେ ପାଇବ।

25 ତୁମ୍ଭେମାନେ ଯେତେବେଳେ ପ୍ରାର୍ଥନା କରିବାକୁ ଠିଆ ହୋଇଥିବ, ସେତେବେଳେ ଯଦି ତୁମ୍ଭମାନଙ୍କର ମନେ ପଡ଼ିଯାଏ ଯେ, ତୁମ୍ଭେମାନେ କାହାରି ଉପରେ କୌଣସି କାରଣରୁ ରାଗିଛ, ତେବେ ସେହି ଲୋକକୁ କ୍ଷମା କରି ଦିଅ। ତା’ହେଲେ ସ୍ୱର୍ଗରେ ରହୁଥିବା ତୁମ୍ଭମାନଙ୍କର ପରମପିତା ମଧ୍ୟ ତୁମ୍ଭମାନଙ୍କର ପାପ ଗୁଡ଼ିକୁ କ୍ଷମା କରିଦେବେ।”

26

27 ଯିହୂଦୀ ନେତାମାନଙ୍କର ଯୀଶୁଙ୍କ କ୍ଷମତା ପ୍ରତି ସନ୍ଦେହ ଯୀଶୁ ଓ ତାହଙ୍କ ଶିଷ୍ୟମାନେ ପୁଣି ଯିରୁଶାଲମକୁ ଗଲେ। ଯୀଶୁ ମନ୍ଦିର ଭିତରେ ବୁଲୁଥିଲେ। ପ୍ରଧାନଯାଜକ ଧର୍ମଶାସ୍ତ୍ରୀ ପ୍ରାଚୀନ ଓ ଯିହୂଦୀ ନେତାମାନେ ତାହାଙ୍କ ପାଖକୁ ଆସିଲେ।

28 ସେମାନେ ଯୀଶୁଙ୍କୁ କହିଲେ, “ଆମ୍ଭଙ୍କୁ କୁହ, କେଉଁ ଅଧିକାରରେ ତୁମ୍ଭେ ଏସବୁ କାମ କରୁଛ? ଏ ସବୁ କରିବାକୁ ତୁମ୍ଭକୁ କିଏ ଅଧିକାର ଦେଲା?”

29 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିବି। ମୋ’ ପ୍ରଶ୍ନର ଉତ୍ତର ଦେଲେ ମୁଁ ତୁମ୍ଭମାନଙ୍କୁ କହିବି ଯେ, କେଉଁ ଅଧିକାରରେ ମୁଁ ଏସବୁ କାର୍ଯ୍ୟ କରୁଛି।

30 ମୋତେ କୁହ, ଯେତେବେଳେ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିଲେ, ତାହା ପରମେଶ୍ୱରଙ୍କଠାରୁ ଆସିଥିଲା ନା ମନୁଷ୍ୟଠାରୁ? ମୋର ପ୍ରଶ୍ନର ଉତ୍ତର ଦିଅ।”

31 ଯିହୂଦୀ ନେତାମାନେ ଯୀଶୁଙ୍କ ପ୍ରଶ୍ନ ଉପରେ ଆଲୋଚନା କଲେ। ସେମାନେ କୁହାକୁହି ହେଲେ, “ଆମ୍ଭେମାନେ ଯଦି କହିବା ଯେ, ‘ଯୋହନଙ୍କ ବାପ୍ତିସ୍ମ ପରମେଶ୍ୱରଙ୍କଠାରୁ ଆସିଥିଲା’, ତେବେ ଯୀଶୁ କହିବେ, ‘ତେବେ ତୁମ୍ଭେମାନେ ଯୋହନଙ୍କୁ କାହିଁକି ବିଶ୍ୱାସ କଲ ନାହିଁ?’

32 କିନ୍ତୁ ଯଦି ଆମ୍ଭେମାନେ କହିବା, ‘ଯୋହନଙ୍କ ବାପ୍ତିସ୍ମ ମନୁଷ୍ୟଠାରୁ ଆସିଥିଲା, ତେବେ ଲୋକମାନେ ଆମ୍ଭ ଉପରେ ରାଗିଯିବେ।” ସେମାନେ ଲୋକମାନଙ୍କୁ ଖୁବ୍ ଡରୁଥିଲେ। କାରଣ ସବୁ ଲୋକ ବିଶ୍ୱାସ କରୁଥିଲେ ଯେ, ଯୋହନ ପ୍ରକୃତରେ ଜଣେ ଭବିଷ୍ୟ‌ଦ୍‌ବକ୍ତା।

33 ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, “ଆମ୍ଭେମାନେ ଜାଣି ନାହୁଁ।” ତେଣୁ ଯୀଶୁ ସେମାନଙ୍କୁ କହିଲେ, “ତା’ହେଲେ ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ ଯେ, କେଉଁ ଅଧିକାରରେ ମୁଁ ଏ ସବୁ କାର୍ଯ୍ୟ କରୁଛି।”

12

1 ପରମେଶ୍ୱର ନିଜ ପୁତ୍ରଙ୍କୁ ପଠାଇଲେ ଯୀଶୁ ଦୃଷ୍ଟାନ୍ତ ମାଧ୍ୟମରେ ଲୋକମାନଙ୍କୁ ଶିକ୍ଷା ଦେଲେ; ସେ କହିଲେ, “ଜଣେ ଲୋକ ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଲଗାଇଲା। ତାହାର ଗ୍ଭରିପଟେ ପାଚେରୀ କରିଦେଲା। ଦ୍ରାକ୍ଷାରସ ସଂଗ୍ରହ କରିବା ପାଇଁ ଗୋଟିଏ କୁଣ୍ଡ ତିଆରି କଲା। ସେ ପ୍ରହରୀ ଗୃହଟି ମଧ୍ୟ ତିଆରି କଲା। ସେ କେତେକ କୃଷକଙ୍କୁ ସେହି ବଗିଗ୍ଭକୁ ଭାଗରେ ଦେଲା, ତା’ପରେ ସେ ପରିଭ୍ରମଣ ଉଦ୍ଦେଶ୍ୟରେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲା।

2 “ପରେ ଯେତେବେଳେ ଦ୍ରାକ୍ଷା ତୋଳିବା ବେଳ ଆସିଲା, ସେତେବେଳେ ସେ ତାହାଙ୍କର ଜଣେ ଗ୍ଭକରକୁ ଦ୍ରାକ୍ଷାରୁ ତାହାଙ୍କର ନିଜ ଭାଗ ଆଣିବା ପାଇଁ କୃଷକମାନଙ୍କ ପାଖକୁ ପଠାଇଲା।

3 କିନ୍ତୁ କୃଷକମାନେ ଗ୍ଭକରଟିକୁ ଧରି ପ୍ରହାର କଲେ ଓ ତାକୁ କିଛି ନ ଦେଇ ଘୋଉଡ଼େଇ ଦେଲେ।

4 ତା’ପରେ ସେହି ଲୋକଟି ଆଉ ଜଣେ ଗ୍ଭକରକୁ ସେମାନଙ୍କ ପାଖକୁ ପଠାଇଲା। ସେମାନେ ଏହି ଗ୍ଭକରର ମୁଣ୍ଡକୁ ପିଟିଲେ ଓ ତାକୁ ଅପମାନ ଦେଲେ।

5 ତା’ପରେ ସେ ଆଉ ଜଣେ ଗ୍ଭକରକୁ ପଠାଇଲା। କୃଷକମାନେ ଏହି ଗ୍ଭକରଟିକୁ ଜୀବନରେ ମାରିଦେଲେ। ସେ ଲୋକଟି ଆଉ ଅଧିକ ଗ୍ଭକରଙ୍କୁ ପଠାଇଲା, କିନ୍ତୁ କୃଷକମାନେ କେତେକଙ୍କୁ ପିଟିଲେ ଓ ଅନ୍ୟ କେତେଙ୍କୁ ଜୀବନରେ ମାରିଦେଲେ।

6 “ଲୋକଟି ପାଖରେ କୃଷକମାନଙ୍କ ପାଖକୁ ପାଠାଇବା ପାଇଁ ଆଉ ଜଣେ ମାତ୍ର ବାକି ଥିଲା। ସେ ଜଣକ ତାହାର ପୁଅ। ସେହି ଲୋକଟି ପୁଅକୁ ଖୁବ୍ ଭଲ ପାଉଥିଲା। କିନ୍ତୁ ସେ କୃଷକମାନଙ୍କ ପାଖକୁ ପୁଅକୁ ପଠାଇବାକୁ ସ୍ଥିର କଲା। କାରଣ କୃଷକମାନଙ୍କ ପାଖକୁ ପଠାଇବା ପାଇଁ ପୁଅ ହିଁ ଶେଷ ବ୍ୟକ୍ତି ଥିଲା। ସେ କହିଲା, ‘କୃଷକମାନେ ମୋର ପୁଅକୁ ନିଶ୍ଚୟ ସମ୍ମାନ ଦେବେ।’

7 “କିନ୍ତୁ କୃଷକମାନେ କୁହାକୁହି ହେଲେ, ‘ଏହି ଲୋକଟି ବଗିଗ୍ଭ ମାଲିକର ପୁଅ। ବଗିଗ୍ଭର ସେ ଉତ୍ତରାଧିକାରୀ। ଆମ୍ଭେମାନେ ତାକୁ ମାରିଦେଲେ ବଗିଗ୍ଭଟି ଆମ୍ଭର ହୋଇଯିବ’।

8 ତେଣୁ କୃଷକମାନେ ମାଲିକର ପୁଅକୁ ଧରି ନେଇ ଜୀବନରେ ମାରିଦେଲେ ଓ ଦ୍ରାକ୍ଷାକ୍ଷେତ୍ର ବାହାରକୁ ଫିଙ୍ଗିଦେଲେ।

9 “ଏବେ ଦ୍ରାକ୍ଷାକ୍ଷେତ୍ରର ମାଲିକ କ’ଣ କରିବ? ସେ ଆସି ସେହି କୃଷକମାନଙ୍କୁ ମାରି ପକାଇବ ଓ ଦ୍ରାକ୍ଷାକ୍ଷେତ୍ରକୁ ଅନ୍ୟ କୃଷକମାନଙ୍କୁ ଦେଇଦେବ।

10 ତୁମ୍ଭେମାନେ କ’ଣ ଏହି ଶାସ୍ତ୍ର ପଢ଼ି ନାହଁ? “ଯେଉଁ ପଥରକୁ କାରିଗରମାନେ ଅଦରକାରୀ ମନେ କଲେ, ସେହି ପଥର ‘କିନ୍ତୁ କୋଣର ପ୍ରଧାନ ମୂଳଦୁଆ ପଥର ହୋଇଗଲା।

11 ପ୍ରଭୁ ତାହା କଲେ, ଏବଂ ଏହା ଆମ୍ଭ ପାଇଁ ଆଶ୍ଚର୍ଯ୍ୟଜନକ।’”

12 ଏହି ଯିହୂଦୀନେତାମାନେ ଯୀଶୁଙ୍କ ଦୃଷ୍ଟାନ୍ତ ଶୁଣିଲେ। ଏହା ସେମାନଙ୍କ ଉଦ୍ଦେଶ୍ୟରେ ଥିଲା ବୋଲି ସେମାନେ ଜାଣି ପାରିଲେ। ତେଣୁ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ସେମାନେ ଉପାୟ ଖୋଜି ବସିଲେ। କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ। ତେଣୁ ସେମାନେ ଯୀଶୁଙ୍କୁ ଛାଡ଼ି ଗ୍ଭଲିଗଲେ।

13 ଯୀଶୁଙ୍କୁ ଫାନ୍ଦରେ ପକାଇବାକୁ ଯିହୂଦୀ ନେତାମାନଙ୍କ ଚକ୍ରାନ୍ତ ପରେ ଯିହୂଦୀ ନେତାମାନେ କେତେକ ଫାରୂଶୀ ଓ ହେରୋଦୀୟମାନଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ସେମାନେ ଯୀଶୁଙ୍କ ଭୁଲ୍ ଧରି ଫାନ୍ଦରେ ପକାଇବାକୁ ଗ୍ଭହୁଁଥିଲେ।

14 ଫାରୂଶୀ ଓ ହେରୋଦୀୟମାନେ ଯୀଶୁଙ୍କ ପାଖକୁ ଯାଇ କହିଲେ, “ଗୁରୁ, ଆମ୍ଭେମାନେ ଜାଣିଛୁ ଯେ, ତୁମ୍ଭେ ବହୁତ ଭଲ ଲୋକ। ଅନ୍ୟମାନେ ତୁମ୍ଭ ବିଷୟରେ କ’ଣ ଭାବୁଛନ୍ତି, ସେଥିପାଇଁ ତୁମ୍ଭେ କେବେ ଚିନ୍ତା କର ନାହିଁ। ସବୁ ଲୋକ ତୁମ୍ଭ ପାଇଁ ସମାନ। ତୁମ୍ଭେ ପରମେଶ୍ୱର ଗ୍ଭହୁଁଥିବା ଜୀବନର ମାର୍ଗ ବିଷୟରେ ଠିକ୍ ଉପଦେଶ ଦେଉଛ। ଆମ୍ଭମାନଙ୍କୁ କୁହ, କାଇସରଙ୍କୁ କର ଦେବା ଉଚିତ୍ କି ନୁହେଁ?”

15 ଯୀଶୁ ସେମାନଙ୍କ ଗ୍ଭ‌ଲ୍‌ବାଜି ବୁଝିଗଲେ। ସେ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ମୋତେ ଭଲ କଥା କହି କାହିଁକି ଫାନ୍ଦରେ ପକାଇବାକୁ ଚେଷ୍ଟା କରୁଛ? ମୋ’ ପାଖକୁ ରୂପାଟଙ୍କାଟିଏ ଆଣ, ମୁଁ ତାକୁ ଦେଖେ।”

16 ସେମାନେ ରୂପାଟଙ୍କାଟିଏ ନେଇ ଆସିଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ମୁଦ୍ରାଟି ଉପରେ କାହାର ଛବି ଅଙ୍କିତ ହୋଇଛି? ତା’ ଉପରେ କାହାର ନାମ ଲେଖା ଯାଇଛି?” ସେମାନେ କହିଲେ, “ଏହା କାଇସରଙ୍କ ଛବି ଓ କାଇସରଙ୍କ ନାମ।”

17 ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ ଓ ଯାହା ପରମେଶ୍ୱରଙ୍କର, ତାହା ପରମେଶ୍ୱରଙ୍କୁ ଦିଅ।” ଏହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ।

18 ଯୀଶୁଙ୍କୁ ଫାନ୍ଦରେ ପକାଇବାକୁ କେତେକ ସାଦ୍ଦୂକୀଙ୍କର ଚକ୍ରାନ୍ତ ତା’ପରେ କେତେକ ସାଦ୍ଦୂକୀ ତାହାଙ୍କ ପାଖକୁ ଆସିଲେ। ସାଦ୍ଦୂକୀମାନେ ଦାବୀ କରନ୍ତି ଯେ, ମଣିଷ ମୃତ୍ୟୁପରେ ପୁନରୁ‌ତ୍‌ଥାନ ହେବ ନାହିଁ।

19 ସେମାନେ କହିଲେ, “ଗୁରୁ, ମୋଶା ଆମ୍ଭମାନଙ୍କ ପାଇଁ ଲେଖିଛନ୍ତି ଯେ, ଯଦି କୌଣସି ବିବାହିତ ଲୋକ ପିଲାପିଲି ନ ଥାଇ ମରି ଯାଏ, ତେବେ ତା’ର ଭାଇ ସେହି ସ୍ତ୍ରୀଟିକୁ ବିବାହ କରିବା ଉଚିତ୍। ତା’ହେଲେ ସେହି ମୃତ ଭାଇଟି ପାଇଁ ବଂଶ ବୃଦ୍ଧି କରି ପାରିବ।

20 ଥରେ ସାତ ଭାଇ ଥିଲେ। ସବୁଠାରୁ ବଡ଼ ଭାଇ ବିବାହ କଲା। କିନ୍ତୁ କୌଣସି ପିଲାପିଲି ନ ଥାଇ ସେ ମରିଗଲା।

21 ତେଣୁ ଦ୍ୱିତୀୟ ଭାଇ ସେ ସ୍ତ୍ରୀଟିକୁ ବିବାହ କଲା। ସେ ମଧ୍ୟ କୌଣସି ପିଲାପିଲି ନ ଥାଇ ମରିଗଲା। ତୃତୀୟ ଭାଇ ପ୍ରତି ମଧ୍ୟ ତାହା ଘଟିଲା।

22 ସାତ ଜଣ ଭାଇ ସେହି ସ୍ତ୍ରୀ ଲୋକକୁ ଜଣକ ପରେ ଜଣେ ବିବାହ କଲେ ଓ ଶେଷରେ ମରିଗଲେ। ସେମାନଙ୍କ ମଧ୍ୟରୁ କାହାରି ହେଲେ କୌଣସି ପିଲାପିଲି ନ ଥିଲେ। ଶେଷରେ ସେହି ସ୍ତ୍ରୀଟି ମଧ୍ୟ ମରିଗଲା।

23 କିନ୍ତୁ ସାତ ଭାଇଯାକ ତାକୁ ବିବାହ କରିଥିଲେ। ତେବେ ପୁନରୁ‌ତ୍‌ଥାନ ସମୟରେ, ସେହି ସ୍ତ୍ରୀଟି କାହାର ପତ୍ନୀ ହେବ?”

24 ଯୀଶୁ କହିଲେ, “ସବୁ ଶାସ୍ତ୍ର କ’ଣ କହେ, ପରମେଶ୍ୱରଙ୍କ ଶକ୍ତି ବିଷୟରେ ତାହା ତୁମ୍ଭେମାନେ ଜାଣି ନାହଁ କି? ତେଣୁ ତୁମ୍ଭେମାନେ ଭ୍ରମରେ ପଡ଼ିଥାଅ।

25 ଲୋକମାନେ ଯେତେବେଳେ ମୃତ୍ୟୁରୁ ପୁନରୁ‌ତ୍‌ଥାନ ହେବେ ସେତେବେଳେ କୌଣସି ବିବାହ ହେବ ନାହିଁ ସେମାନେ କେହି କାହାରିକୁ ବିବାହ କରିବେ ନାହିଁ, ବରଂ ପ୍ରତ୍ୟେକ ସ୍ୱର୍ଗଦୂତଙ୍କ ଭଳି ହୋଇଯିବେ।

26 ପୁନରୁ‌ତ୍‌ଥିତ ଲୋକଙ୍କ ବିଷୟରେ ତୁମ୍ଭେମାନେ କ’ଣ ମୋଶାଙ୍କ ପୁସ୍ତକରେ ଲିଖିତ ବୁଦାବୃତ୍ତାନ୍ତଟି ପଢ଼ି ନାହଁ? ସେଥିରେ ପରମେଶ୍ୱର ମୋଶାଙ୍କୁ କହିଛନ୍ତି, ‘ମୁଁ ଅବ୍ରହାମଙ୍କ ପରମେଶ୍ୱର, ଇ‌‌ସ୍‌‌ହାକର ପରମେଶ୍ୱର, ଯାକୁବର ପରମେଶ୍ୱର’।

27 ଯଦି ପରମେଶ୍ୱର କହିଛନ୍ତି ଯେ, ସେ ସେମାନଙ୍କର ପରମେଶ୍ୱର, ତେବେ ପ୍ରକୃତରେ ଏ ଲୋକମାନେ ମୃତ ନୁହନ୍ତି। କାରଣ ସେ ମୃତମାନଙ୍କର ପରମେଶ୍ୱର ନୁହନ୍ତି ବରଂ ସେ ଜୀବିତମାନଙ୍କର ପରମେଶ୍ୱର। ହେ ସାଦ୍ଦୂକୀମାନେ, ତୁମ୍ଭେମାନେ ବଡ଼ ଭ୍ରମରେ ପଡ଼ିଛ।”

28 କେଉଁ ଆଦେଶ ବହୁତ ମହତ୍ତ୍ୱପୂର୍ଣ୍ଣ ଜଣେ ଧର୍ମଶାସ୍ତ୍ରୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀ ଓ ଫାରୂଶୀମାନଙ୍କ ସହିତ ଯୀଶୁଙ୍କୁ ଯୁକ୍ତିତର୍କ କରୁଥିବାର ସେ ଶୁଣିଲେ। ସେ ଦେଖିଲେ ଯେ, ଯୀଶୁ ସେମାନଙ୍କ ପ୍ରଶ୍ନର ଯଥାର୍ଥ ଉତ୍ତର ଦେଇଛନ୍ତି। ତେଣୁ ସେ ଯୀଶୁଙ୍କୁ ପଗ୍ଭରିଲେ, “କେଉଁ ଆଦେଶଟି ସବୁଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ?”

29 ଯୀଶୁ ଉତ୍ତର ଦେଲେ, “ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ଆଦେଶଟି ଏହି ପ୍ରକାରର: ‘ହେ ଇସ୍ରାଏଲ, ଶୁଣ। ଆମ୍ଭ ପ୍ରଭୁ ପରମେଶ୍ୱର ଏକମାତ୍ର ପ୍ରଭୁ।

30 ସମସ୍ତ ହୃଦୟରେ ସମସ୍ତ ଆତ୍ମାରେ, ସମସ୍ତ ମନରେ ଓ ସମସ୍ତ ଶକ୍ତିରେ ତୁମ୍ଭେ ଆପଣା ପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କର।’

31 ଦ୍ୱିତୀୟ ମହତ୍ତ୍ୱପୂର୍ଣ୍ଣ ଆଦେଶଟି ହେଉଛି ଏହି ପ୍ରକାରର: ‘ତୁମ୍ଭେ ନିଜକୁ ଯେପରି ପ୍ରେମ କର, ନିଜର ପଡ଼ୋଶୀକୁ ସେହିପରି ପ୍ରେମ କର’ ଏହି ଦୁଇଟି ଆଦେଶ ଛଡ଼ା ଆଉ ବଡ଼ ଆଦେଶ କିଛି ନାହିଁ।”

32 ଏହା ଶୁଣି ଧର୍ମଶାସ୍ତ୍ରୀ ଜଣକ କହିଲେ, “ଗୁରୁ, ପ୍ରଭୁ ପରମେଶ୍ୱର ଯେ, ଏକ ଓ ତାହାଙ୍କ ଛଡ଼ା ଆଉ ଅନ୍ୟ କେହି ନାହିଁ, ଏହା ତୁମ୍ଭେ ଠିକ୍ କହିଛ।

33 ପ୍ରକୃତରେ ଜଣେ ଲୋକକୁ ସମସ୍ତ ହୃଦୟ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ହେବ। ସେ ଯେପରି ନିଜକୁ ଭଲ ପାଏ, ତାକୁ ଅନ୍ୟକୁ ମଧ୍ୟ ସେହିପରି ଭଲ ପାଇବାକୁ ହେବ। ଆମ୍ଭେ ପରମେଶ୍ୱରଙ୍କୁ ଯେତେ ପଶୁ ବଳି ଓ ଉତ୍ସର୍ଗ ଦାନ ଅର୍ପଣ କରୁ, ସେହି ଗୁଡ଼ିକଠାରୁ ଏହି ଦୁଇଟି ଆଦେଶ ଅଧିକ ମହତ୍ତ୍ୱପୂର୍ଣ୍ଣ।”

34 ଯୀଶୁ ଦେଖିଲେ ଯେ, ଲୋକଟି ବୁଝିବିଗ୍ଭରି ଜ୍ଞାନୀ ଭଳି ଉତ୍ତର ଦେଇଛି। ସେ ତାହାକୁ କହିଲେ, “ତୁମ୍ଭେ ପରମେଶ୍ୱରଙ୍କ ରାଜ୍ୟଠାରୁ ଦୂରରେ ନାହଁ।” ଏହା ପରେ ଆଉ କେହିହେଲେ ଯୀଶୁଙ୍କୁ କୌଣସି ଅଧିକ ପ୍ରଶ୍ନ ପଗ୍ଭରିବାକୁ ସାହସ କଲେ ନାହିଁ।

35 ଖ୍ରୀଷ୍ଟ ଦାଉଦଙ୍କର ପୁତ୍ର ଯୀଶୁ ମନ୍ଦିରରେ ଉପଦେଶ ଦେଲାବେଳେ ପଗ୍ଭରିଲେ, “ଧର୍ମଶାସ୍ତ୍ରୀମାନେ କିପରି କହୁଛନ୍ତି ଯେ ଖ୍ରୀଷ୍ଟ ଦାଉଦଙ୍କ ପୁତ୍ର?

36 ସ୍ୱୟଂ ଦାଉଦ ପବିତ୍ରଆତ୍ମାଙ୍କ ସାହାଯ୍ୟରେ କହିଥିଲେ, ‘ପ୍ରଭୁ ପରମେଶ୍ୱର ମୋର ପ୍ରଭୁଙ୍କୁ କହିଥିଲେ: ତୁମ୍ଭେ ମୋ’ ପାଖରେ, ମୋହର ଡାହାଣ ପଟେ ବସ, ମୁଁ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ଅଧୀନକୁ ନେଇ ଆସିବି।’

37 ଦାଉଦ ନିଜେ ଖ୍ରୀଷ୍ଟଙ୍କୁ ‘ପ୍ରଭୁ’ ବୋଲି କହିଥିଲେ। ତେବେ ଖ୍ରୀଷ୍ଟ କିଭଳି ଦାଉଦଙ୍କ ପୁତ୍ର ହୋଇ ପାରିବେ?” ଜମା ହୋଇଥିବା ଲୋକମାନେ ଯୀଶୁଙ୍କ ଉପଦେଶ ଖୁସୀ ମନରେ ଶୁଣୁଥିଲେ।

38 ଯୀଶୁ ବିଧି ପ୍ରଗ୍ଭରକମାନଙ୍କୁ ସମାଲୋଚନା କଲେ ଯୀଶୁ ଶିକ୍ଷା ଦେଇ ଗ୍ଭଲିଥିଲେ। ସେ କହିଲେ, “ଧର୍ମଶାସ୍ତ୍ରୀମାନଙ୍କଠାରୁ ସାବଧାନ ରୁହ। ସେମାନେ ଲମ୍ବା ଲମ୍ବା ରାଜକୀୟ ପୋଷାକ ପିନ୍ଧି ଏଣେ ତେଣେ ବୁଲିବାକୁ ଭଲ ପାଆନ୍ତି। ସେମାନେ ଭଲ ପାଆନ୍ତି ଯେ, ଲୋକେ ତାହାଙ୍କୁ ହାଟ ବଜାରରେ ସମ୍ମାନ ଦେଖାନ୍ତୁ।

39 ସମାଜଗୃହରେ ସେମାନେ ମହତ୍ତ୍ୱପୂର୍ଣ୍ଣ ଆସନରେ ବସିବାକୁ ଭଲ ପାଆନ୍ତି। ଭୋଜିରେ ସେମାନେ, ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ସ୍ଥାନ ପାଇବାକୁ ଭଲ ପାଆନ୍ତି।

40 ସେମାନେ ବିଧବାମାନଙ୍କ ପ୍ରତି ଅତ୍ୟନ୍ତ ନୀଚ ବ୍ୟବହାର ଦେଖାନ୍ତି। ସେମାନେ ବିଧବାମାନଙ୍କର ସମ୍ପତ୍ତି ଅପହରଣ କରି ନିଅନ୍ତି। ଭଲ ଦେଖେଇ ହେବା ପାଇଁ ସେମାନେ ଲମ୍ବା ପ୍ରାର୍ଥନା କରନ୍ତି। ଏଭଳି ଲୋକମାନଙ୍କୁ ପରମେଶ୍ୱର କଠିନ ଶାସ୍ତି ଦେବେ।”

41 ଏକ ବିଧବାର ପ୍ରକୃତ ଦାନ ଯୀଶୁ ମନ୍ଦିରର ଦାନ ବାକ୍ସ ପାଖରେ ବସିଥିଲେ। ଲୋକମାନେ କିଭଳି ଭାବରେ ଦାନ ବାକ୍ସରେ ଟଙ୍କା ଭର୍ତ୍ତି କରୁଛନ୍ତି, ତାହା ସେ ଲକ୍ଷ୍ୟ କରୁଥିଲେ। ବହୁତ ଧନୀ ଲୋକ ଦାନ ବାକ୍ସରେ ପ୍ରଚୁର ଟଙ୍କା ପକାଉଥିଲେ।

42 ପରେ ଗରିବ ବିଧବାଟିଏ ସେଠାକୁ ଆସିଲା ଓ ସେଥିରେ ସେ ମାତ୍ର ଦୁଇଟି ତମ୍ବା-ମୁଦ୍ରା ପକେଇଲା। ଏହି ମୁଦ୍ରା ଦୁଇଟିର ମୂଲ୍ୟ ପଇସାଟିଏ ସାଙ୍ଗରେ ବି ସମାନ ନୁହେଁ।

43 ତା’ପରେ ଯୀଶୁ ନିଜ ଶିଷ୍ୟମାନଙ୍କୁ ପାଖକୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଏହି ସମସ୍ତ ଧନୀ ଲୋକମାନେ ଦେଇଥିବା ଦାନଠାରୁ ଏହି ଗରିବ ବିଧବାଟି ପ୍ରକୃତରେ ବହୁତ ଅଧିକ ଦେଇଛି।

44 କାରଣ ଧନୀ ଲୋକମାନଙ୍କ ପାଖରେ ପ୍ରଚୁର ଅଛି। ସେମାନେ ତାହାଙ୍କର ଦରକାର ନ ଥିବା ବଳକା ଅର୍ଥରୁ ହିଁ ଦାନ ଦେଇଛନ୍ତି। କିନ୍ତୁ ଏହି ବିଧବାଟି ବହୁତ ଗରିବ। ଏହି ଗରିବଟି ନିକଟରେ ଯାହା ଥିଲା, ସେ ସବୁତକ ଦାନ ସ୍ୱରୂପ ଦେଇ ଦେଇଛି। ତା’ର ଚଳିବା ପାଇଁ ସେତିକି ମାତ୍ର ସମ୍ବଳ ଥିଲା।”

13

1 ମନ୍ଦିର ଧ୍ୱଂସ ସମ୍ପର୍କରେ ଯୀଶୁଙ୍କ ଭବିଷ୍ୟ‌ଦ୍‌ବାଣୀ ଯୀଶୁ ମନ୍ଦିର ମଧ୍ୟରୁ ବାହାରି ଯାଉଥିବା ସମୟରେ ତାହାଙ୍କର ଜଣେ ଶିଷ୍ୟ ତାହାଙ୍କୁ କହିଲା, “ଗୁରୁ, ଦେଖନ୍ତୁ, ଏ ମନ୍ଦିରର ସୁନ୍ଦର ଭବନଗୁଡ଼ିକ ଓ ତା’ର ବିଶାଳ ପଥରଗୁଡ଼ିକ କେତେ ସୁନ୍ଦର ହୋଇଛି।”

2 ଯୀଶୁ କହିଲେ, “ତୁମ୍ଭେ ଏହି ବିଶାଳ ଭବନଗୁଡ଼ିକ ଦେଖୁଛ? ଏହି ସମସ୍ତ ଭବନ ଧ୍ୱଂସ ପାଇଯିବ। ସବୁତକ ପଥର ଭୂମି ଉପରେ ଓଜାଡ଼ି ହୋଇ ପଡ଼ିବ। ଗୋଟିଏ ହେଲେ ପଥର ଅନ୍ୟ ପଥର ଉପରେ ରହି ପାରିବ ନାହିଁ।”

3 ପରେ ଯୀଶୁ ମନ୍ଦିର ସାମନାରେ ଥିବା ଜୀତପର୍ବତ ଉପରେ ବସିଥିଲେ। ତାହାଙ୍କ ସହିତ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ଥିଲେ। ସେମାନେ ଯୀଶୁଙ୍କୁ ବ୍ୟକ୍ତିଗତଭାବେ ପଗ୍ଭରିଲେ,

4 “ଏ ସବୁ କେବେ ଘଟିବ, ଆମ୍ଭକୁ କୁହ? ଏ ସବୁ ଘଟିବା ସମୟ ହୋଇଗଲା ବୋଲି, କ’ଣ କ’ଣ ଚିହ୍ନମାନ ଦେଖାଯିବ?”

5 ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ସାବଧାନ! ତୁମ୍ଭକୁ କେହି ଯେପରି ପ୍ରତାରଣା କରି ନ ପାରେ।

6 ଅନେକ ଲୋକ ଆସିବେ ଏବଂ ସେମାନେ ମୋର ନାମ ବ୍ୟବହାର କରିବେ। ସେମାନେ ଦାବି କରିବେ, ‘ମୁଁ ସେହି’। ସେମାନେ ବହୁତ ଲୋକଙ୍କୁ ପ୍ରତାରଣା କରିବେ।

7 ତୁମ୍ଭେ ଯୁଦ୍ଧ ବିଷୟରେ କିମ୍ବା ଯୁଦ୍ଧ ଗ୍ଭଲିଥିବା ବିଷୟରେ ଉଡ଼ା ଖବର ଶୁଣି ଭୟଭୀତ ହୋଇ ଯିବ ନାହିଁ। ଅନ୍ତିମକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ।

8 ଗୋଟିଏ ଜାତି ଅନ୍ୟ ଜାତି ବିରୁଦ୍ଧରେ, ଗୋଟିଏ ରାଜ୍ୟ ଅନ୍ୟ ରାଜ୍ୟ ବିରୁଦ୍ଧରେ ଲଢ଼େଇ କରିବ। ବହୁତ ସ୍ଥାନରେ ଭୂମିକମ୍ପ ହେବ। ଲୋକଙ୍କୁ ଖାଇବାକୁ ମିଳିବ ନାହିଁ। ଏହାସବୁ କୌଣସି ନୂତନ ଶିଶୁର ଜନ୍ମ ପୂର୍ବର ପ୍ରସବ ବେଦନା ଭଳି।

9 “ତୁମ୍ଭେମାନେ ସତର୍କ ରହିବ। ଲୋକମାନେ ତୁମ୍ଭମାନଙ୍କୁ ବନ୍ଦୀ କରି ବିଗ୍ଭରାଳୟରେ ସମର୍ପି ଦେବେ। ସେମାନେ ତୁମ୍ଭମାନଙ୍କୁ ସେମାନଙ୍କର ସମାଜଗୃହଗୁଡ଼ିକରେ ପିଟିବେ। ମୋର ଶିଷ୍ୟ ହୋଇଥିବା ଯୋଗୁଁ ତୁମ୍ଭମାନଙ୍କୁ ଶାସକ ଓ ରାଜାମାନଙ୍କ ଆଗରେ ଠିଆ ହେବାକୁ ବାଧ୍ୟ କରାଯିବ। ତୁମ୍ଭେମାନେ ମୋ’ ବିଷୟରେ ପ୍ରମାଣ ଦେବ।

10 କିନ୍ତୁ ଏସବୁ ଘଟଣା ଘଟିବା ପୂର୍ବରୁ ସବୁ ଜାତିର ଲୋକଙ୍କଠାରେ ସୁସମାଗ୍ଭର ପ୍ରକାଶ୍ୟରେ ପ୍ରଗ୍ଭରିତ କରାହେବ।

11 ସେମାନେ ତୁମ୍ଭମାନଙ୍କୁ ବନ୍ଦୀକରି ତୁମ୍ଭମାନଙ୍କୁ ଜେରା କରିବେ। ସେମାନେ ତୁମ୍ଭମାନଙ୍କୁ ବିଗ୍ଭର ପାଇଁ ଯଦି ନିଅନ୍ତି, ତେବେ ତୁମ୍ଭେ ସେଠାରେ କ’ଣ କହିବ, ସେ ବିଷୟରେ ଆଗରୁ କେବେ ହେଲେ ଚିନ୍ତା କର ନାହିଁ। ସେ ସମୟରେ ତୁମ୍ଭକୁ ପରମେଶ୍ୱର ଯାହାକିଛି କହିବା ପାଇଁ ଦେବେ, ତୁମ୍ଭେ ତାହା କହିବ, କାରଣ ସେତେବେଳେ ପ୍ରକୃତରେ ତୁମ୍ଭେ କଥା କହିବ ନାହିଁ ମାତ୍ର ପବିତ୍ରଆତ୍ମା କଥା କହିବେ।

12 “ଭାଇ, ଭାଇକୁ ମରଣ ମୁଖକୁ ଠେଲି ଦେବ। ବାପା ତା’ ସନ୍ତାନକୁ ମରିବା ପାଇଁ ଦେଇ ଦେବ। ପିଲାମାନେ ବାପାମାଙ୍କ ବିରୁଦ୍ଧରେ ଠିଆ ହେବେ ଓ ସେମାନଙ୍କୁ ମାରି ଦେବେ।

13 ତୁମ୍ଭେମାନେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ସମସ୍ତେ ତୁମ୍ଭମାନଙ୍କୁ ଘୃଣା କରିବେ। କିନ୍ତୁ ଯେଉଁ ଲୋକ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ଦୃଢ଼ ହୋଇ ରହିବ, ସେ ରକ୍ଷା ପାଇବ।

14 “ତୁମ୍ଭେମାନେ, ‘ଧ୍ୱଂସ ଘଟାଉଥିବା ଭୟଙ୍କର ବସ୍ତୁକୁ’ ଯେଉଁଠାରେ ନ ରହିବା ଉଚିତ୍, ସେହି ସ୍ଥାନରେ ଥିବାର ଦେଖିବ।” ଯେଉଁମାନେ ଏହା ପଢ଼ିବେ, ସେମାନେ ବୁଝିନେବା ଉଚିତ୍ ଯେ ଏହାର ଅର୍ଥ କ’ଣ? “ସେତେବେଳେ ଯିହୂଦାର ଲୋକମାନେ ପାହାଡ଼ ଉପରକୁ ପଳେଇବା ଉଚିତ୍।

15 ଯେଉଁ ଲୋକ ଘରର ଛାତ ଉପରେ ଥିବ, ସେ ଘର ଭିତରକୁ ଯାଇ କିଛି ହେଲେ ପାଇବାକୁ ତଳକୁ ନ ଆସିବା ଉଚିତ୍।

16 ଯଦି କେହି ବାହାରେ ପଡ଼ିଆରେ ଥାଏ, ସେ ନିଜ ଗ୍ଭଦର ଆଣିବା ପାଇଁ ଘରକୁ ଫେରି ନ ଯାଉ।

17 “ସେହି ସମୟ ଗର୍ଭବତୀ ମହିଳା ଓ କୋଳରେ ଛୋଟ ପିଲାଥିବା ମହିଳାମାନଙ୍କ ପାଇଁ ବହୁତ ଶୋଚନୀୟ ହେବ।

18 ପ୍ରାର୍ଥନା କର, ଯେପରି ଏ ସବୁ ଶୀତ ଦିନରେ ନ ହୁଏ।

19 କାରଣ ସେହି ଦିନ ଗୁଡ଼ିକ ବିପଦରେ ପରିପୂର୍ଣ୍ଣ ରହିବ। ସେତେବେଳେ ଏତେ ବଡ଼ ବିପଦ ମାଡ଼ି ଆସିବ ଯେ, ସେଭଳି ବଡ଼ ବିପଦ ପରମେଶ୍ୱରଙ୍କ ସୃଷ୍ଟି ରଚନା କାଳରୁ ଆଜି ପର୍ଯ୍ୟନ୍ତ କେବେ ଆସି ନାହିଁ କି ଭବିଷ୍ୟତରେ କେବେ ଆସିବ ନାହିଁ।

20 ସେହି ଭୟଙ୍କର ସମୟକୁ କମେଇ ଦେବା ପାଇଁ ପରମେଶ୍ୱର ସ୍ଥିର କରିଛନ୍ତି। ଯଦି ସେହି ସମୟ କମେଇ ଦିଆ ନ ଯିବ, ତେବେ କେହି ବଞ୍ଚି ରହି ପାରିବେ ନାହିଁ। କିନ୍ତୁ ପରମେଶ୍ୱର ଯେଉଁମାନଙ୍କୁ ବାଛିଛନ୍ତି, କେବଳ ସେହିମାନଙ୍କ ପାଇଁ ସେହି ସମୟ କମେଇ ଦେବେ।

21 “ସେହି ଦିନମାନଙ୍କରେ କେତେକ ଲୋକ ତୁମ୍ଭମାନଙ୍କୁ କହି ପାରନ୍ତି ଯେ, ‘ଦେଖ ଏଠାରେ ଯୀଶୁ ଅଛନ୍ତି’ କିମ୍ବା’ ଦେଖ ସେଠାରେ ସେ ଅଛନ୍ତି’ ତୁମ୍ଭେ କିନ୍ତୁ ସେମାନଙ୍କୁ ବିଶ୍ୱାସ କରିବ ନାହିଁ।

22 ଭଣ୍ଡ ଖ୍ରୀଷ୍ଟ ଓ ଭଣ୍ଡ ଭବିଷ୍ୟ‌ଦ୍‌ବକ୍ତାମାନେ ଦେଖାଦେବେ ସେମାନେ ଅ‌ଦ୍‌ଭୂତ କାମ ଓ ଆଶ୍ଚର୍ଯ୍ୟକାର୍ଯ୍ୟ କରିବେ। ସମ୍ଭବ ହେଲେ, ପରମେଶ୍ୱର ବାଛିଥିବା ଲୋକମାନଙ୍କୁ ସେମାନେ ପ୍ରତାରଣା କରିବା ପାଇଁ ଚେଷ୍ଟା କରିବେ।

23 ତେଣୁ ସାବଧାନ ରହିବ। ଏ ସବୁ ଘଟିବାର ଯଥେଷ୍ଟ ପୂର୍ବରୁ ମୁଁ ତୁମ୍ଭମାନଙ୍କୁ ଚେତେଇ ଦେଉଛି।

24 “ସେହି ଦିନମାନଙ୍କରେ ଏହି ବଡ଼ ବିପଦର ସମୟ ଗ୍ଭଲି ଗଲାପରେ ‘ସୂର୍ଯ୍ୟ ସମ୍ପୂର୍ଣ୍ଣ ଅନ୍ଧକାରମୟ ହୋଇଯିବ, ଚନ୍ଦ୍ର ତା’ର ଆଲୋକ ଦେବ ନାହିଁ।

25 ଆକାଶରୁ ତାରାମାନେ ଖସି ପଡ଼ିବେ, ଆକାଶରେ ନକ୍ଷତ୍ର ମଣ୍ଡଳର ମହାଶକ୍ତିଗୁଡ଼ିକ ଦୋହଲି ଯିବ।’

26 “ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାଶକ୍ତି ଓ ମହିମା ସହିତ ମେଘମାଳା ମଧ୍ୟରେ ଆସିବାର ଦେଖିବେ।

27 ମନୁଷ୍ୟପୁତ୍ର ପୃଥିବୀର ଗ୍ଭରି ଆଡ଼କୁ ତାହାଙ୍କ ସ୍ୱର୍ଗ ଦୂତମାନଙ୍କୁ ପଠାଇବେ। ସେମାନେ ତାହାଙ୍କ ଦ୍ୱାରା ବଛା ଯାଇଥିବା ଲୋକଙ୍କୁ ପୃଥିବୀର ପ୍ରତ୍ୟେକ ସ୍ଥାନରୁ ଆଣି ଏକାଠି କରିବେ।

28 “ଡିମ୍ବିରିଗଛ ଆମ୍ଭକୁ ଗୋଟିଏ ଶିକ୍ଷା ଦିଏ। ଯେତେବେଳେ ଡିମ୍ବିରିଗଛର ଡାଳଗୁଡ଼ିକ ଶାଗୁଆ ଓ ନରମ ପଡ଼ିଯାଏ ଏବଂ ନୂଆ ପତ୍ର କଅଁଳିବାକୁ ଆରମ୍ଭ କରେ, ସେତେବେଳେ ତୁମ୍ଭେମାନେ ଜାଣି ପାର ଯେ ଗ୍ରୀଷ୍ମଋତୁ ପାଖେଇ ଗଲାଣି।

29 ମୁଁ ତୁମ୍ଭକୁ ଯାହା କହିଲି, ଠିକ୍ ତାହା ଏହିପରି ଘଟିବ। ତୁମ୍ଭେମାନେ ଯେତେବେଳେ ଏହିଭଳି ସବୁ ଘଟିବାର ଦେଖିବ, ସେତେବେଳେ ବୁଝ ଯେ, ‘ସେହି ସମୟ’ ନିକଟରେ ଆସି ପହଞ୍ଚିଗଲାଣି।

30 ମୁଁ ତୁମ୍ଭକୁ ସତ୍ୟ କହୁଛି। ଏହି ପିଢ଼ିର ଲୋକେ ବଞ୍ଚିଥିବା ସମୟରେ ହିଁ ଏସବୁ ଘଟଣା ଘଟିବ।

31 ପୃଥିବୀ ଓ ଆକାଶ ନଷ୍ଟ ହୋଇଯିବ, କିନ୍ତୁ ମୋ’ କହିଥିବା ବାକ୍ୟ କେବେ ହେଲେ ନଷ୍ଟ ହେବ ନାହିଁ।

32 “ସେହି ଦିନ ବା ସେହି ସମୟ ବିଷୟରେ କାହାରିକୁ କିଛି ଜଣା ନାହିଁ। ସ୍ୱର୍ଗଦୂତ ବା ମନୁଷ୍ୟପୁତ୍ର କେହି କିଛି ଜାଣନ୍ତି ନାହିଁ। କେବଳ ଏ କଥା ପରମପିତା ପରମେଶ୍ୱର ଜାଣନ୍ତି।

33 ସାବଧାନ, ସଦାବେଳେ ପ୍ରସ୍ତୁତ ରୁହ। କାରଣ ସେ ସମୟ କେତେବେଳେ ପହଞ୍ଚିବ, ତାହା ତୁମ୍ଭେମାନେ ଜାଣି ନାହଁ।

34 “ଏହା ଏହିଭଳି ଘଟଣା, ଯେପରି ଜଣେ ବ୍ୟକ୍ତି କୌଣସି ସ୍ଥାନକୁ ଯାତ୍ରା କଲାବେଳେ ଗ୍ଭକରମାନଙ୍କ ଉପରେ ନିଜ ଘରର ଦାୟିତ୍ୱ ଛାଡ଼ି ଦେଇଯାଏ ଓ ପ୍ରତ୍ୟେକ ଗ୍ଭକରକୁ ତା’ର ନିର୍ଦ୍ଦିଷ୍ଟ କାମ ଦେଇଥାଏ ଏବଂ ଦ୍ୱାରପାଳକକୁ ସଦାବେଳେ ପ୍ରସ୍ତୁତ ହୋଇ ରହିବାକୁ ଆଦେଶ ଦେଇଥାଏ।

35 ଏଣୁ ତୁମ୍ଭେମାନେ ମଧ୍ୟ ସର୍ବଦା ପ୍ରସ୍ତୁତ ହୋଇ ରୁହ। କାରଣ ତୁମ୍ଭେ ଜାଣ ନାହିଁ, ଘରର ମାଲିକ କେତେବେଳେ ଆସି ପହଞ୍ଚି ଯିବେ। ସନ୍ଧ୍ୟାବେଳେ, ଅଧରାତିରେ, ପାହାନ୍ତିଆରେ ବା ସକାଳେ, କୌଣସି ସମୟରେ ସେ ଆସି ଯାଇ ପାରନ୍ତି।

36 ସେ ଖୁବ୍ ଶୀଘ୍ର ମଧ୍ୟ ଆସି ଯାଇ ପାରନ୍ତି। ତୁମ୍ଭେ ଯଦି ସର୍ବଦା ପ୍ରସ୍ତୁତ ଥିବ, ତେବେ ସେ ତୁମ୍ଭକୁ କଦାପି ଶୋଇଥିବା ଅବସ୍ଥାରେ ଦେଖି ପାରିବେ ନାହିଁ।

37 ମୁଁ ତୁମ୍ଭକୁ ଯାହା କହୁଛି, ସମସ୍ତଙ୍କୁ ସେହି ଏକା କଥା କହୁଛି ଯେ, ସର୍ବଦା ପ୍ରସ୍ତୁତ ରୁହ।”

14

1 ଯୀଶୁଙ୍କୁ ମାରିଦେବା ପାଇଁ ଯିହୂଦୀ ନେତାଙ୍କ ଯୋଜନା ନିସ୍ତାରପର୍ବ ଓ ଖମୀରଶୂନ୍ୟ ରୋଟୀପର୍ବ ଆଉ ଦୁଇ ଦିନ ବାକି ଥିଲା। ପ୍ରଧାନଯାଜକ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ କୌଶଳରେ ବନ୍ଦୀ କରି ତା’ପରେ ମାରି ଦେବା ପାଇଁ ଉପାୟ ଖୋଜୁ ଥିଲେ।

2 ସେମାନେ କହିଲେ, “ଆମ୍ଭେ କିନ୍ତୁ ପର୍ବ ସମୟରେ ଯୀଶୁଙ୍କୁ ବନ୍ଦୀ କରି ପାରିବା ନାହିଁ। ତା’ କଲେ ଲୋକମାନେ ରାଗିଯାଇ ଦଙ୍ଗା ହାଙ୍ଗାମା କରି ପାରନ୍ତି।

3 ଏକ ସ୍ତ୍ରୀର ବିଶେଷ କାର୍ଯ୍ୟ ଯୀଶୁ ବେଥନୀୟାରେ କୁଷ୍ଠରୋଗୀ ଶିମୋନଙ୍କ ଘରେ ଖାଇବାକୁ ବସିଥିବା ସମୟରେ ଜଣେ ସ୍ତ୍ରୀଲୋକ ତାହାଙ୍କ ପାଖକୁ ଆସିଲା। ସେ ଗୋଟିଏ ଧଳା, ଚି‌‌କ୍‌‌କଣ ସ୍ଫଟିକ ସିଲଖଡ଼ି ପାତ୍ରରେ ବହୁମୂଲ୍ୟ ଅତର ଭର୍ତ୍ତି କରି ଆଣିଥିଲା। ସେ ଅତର ଖାଣ୍ଟି ଜଟାମାଂସରୁ ତିଆରି ହୋଇଥିଲା। ସ୍ତ୍ରୀ ଲୋକଟି ପାତ୍ରଟି ଖୋଲିଦେଇ ସବୁତକ ଅତର ଯୀଶୁଙ୍କ ମୁଣ୍ଡରେ ଢାଳି ଦେଲା।

4 ଏହା ଦେଖି ସେଠାରେ ଉପସ୍ଥିତ ଥିବା କେତେକ ଲୋକ ଖୁବ୍ ବିରକ୍ତ ହେଲେ ଓ ପରସ୍ପର କୁହାକୁହି ହେଲେ, “ଅତରକୁ ଏଭଳି କାହିଁକି ନଷ୍ଟ କରାଗଲା?

5 ଏହି ଅତରତକ ଜଣକର ସାରା ବର୍ଷର ପରିଶ୍ରମର ମୂଲ୍ୟ ସଙ୍ଗେ ସମାନ। ଏହା ବିକା ଯାଇ ପାରିଥା’ନ୍ତା ଏବଂ ତହିଁର ଅର୍ଥ ଗରିବ ଲୋକମାନଙ୍କୁ ବଣ୍ଟା ଯାଇ ପାରିଥା’ନ୍ତା।” ତେଣୁ ସେମାନେ ସ୍ତ୍ରୀଲୋକଟିକୁ ଦୃଢ଼ ଭାବରେ ସମାଲୋଚନା କରିବାକୁ ଲାଗିଲେ।

6 ଯୀଶୁ କହିଲେ, “ସେହି ସ୍ତ୍ରୀ ଲୋକଟିକୁ ହଇରାଣ କର ନାହିଁ। ତାକୁ ଛାଡ଼ିଦିଅ। ସେ ମୋ’ ପାଇଁ ଗୋଟିଏ ବହୁତ ଭଲ କାମ କରିଛି।

7 କାରଣ ଗରିବମାନେ ତ ସବୁବେଳେ ତୁମ୍ଭ ପାଖରେ ରହିବେ। ତୁମ୍ଭେ ଯେତେବେଳେ ଗ୍ଭହିଁବ, ସେମାନଙ୍କୁ ସାହାଯ୍ୟ କରି ପାରିବ। କିନ୍ତୁ ତୁମ୍ଭେମାନେ ମୋତେ ସଦାବେଳେ ପାଇବ ନାହିଁ।

8 “ଏ ସ୍ତ୍ରୀ ଲୋକଟି ମୋ’ ପାଇଁ ଯାହା କରି ପାରିବାର ଶକ୍ତି ଥିଲା, ସେ ସେତକ କରିଛି। ସମାଧି ନିମନ୍ତେ ମୋ’ ଦେହକୁ ପ୍ରସ୍ତୁତ କରିବା ପାଇଁ ସେ ମୋ’ ଦେହରେ ମୋର ମୃତ୍ୟୁ ପୂର୍ବରୁ ଅତର ଢାଳିଛି।

9 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ସାରା ସଂସାରରେ ଲୋକମାନଙ୍କ ମଧ୍ୟରେ ସୁସମାଗ୍ଭର ପ୍ରଗ୍ଭର କରାଯିବ। ଯେଉଁ ଯେଉଁ ସ୍ଥାନରେ ସୁସମାଗ୍ଭର ପ୍ରଗ୍ଭରିତ ହେବ, ସେହି ସେହି ସ୍ଥାନରେ ଏହି ସ୍ତ୍ରୀ ଲୋକଟିର ଏହି କାର୍ଯ୍ୟ ବିଷୟରେ କୁହାଯିବ। ଲୋକମାନେ ତାହାକୁ ମନେ ପକେଇବେ।”

10 ଯିହୂଦା ଯୀଶୁଙ୍କ ଶତ୍ରୁମାନଙ୍କୁ ସାହାଯ୍ୟ କରିବାକୁ ରାଜି ତା’ପରେ ବାରଜଣ ଯାକ ପ୍ରେରିତଙ୍କ ମଧ୍ୟରୁ ଜଣେ ପ୍ରେରିତ ପ୍ରମୁଖ ଯାଜକମାନଙ୍କ ସହିତ କଥା ବାର୍ତ୍ତା କରିବାକୁ ଗଲା। ଏହି ପ୍ରେରିତର ନାମ ଥିଲା ଇଷ୍କାରିୟୋତ ଯିହୂଦା। ସେ ଯୀଶୁଙ୍କୁ ପ୍ରଧାନଯାଜକମାନଙ୍କ ହାତରେ ଧରେଇ ଦେବାକୁ ଗ୍ଭହୁଁଥିଲା।

11 ପ୍ରଧାନଯାଜକମାନେ ଯିହୂଦାର ଏ କଥାରେ ବହୁତ ଖୁସୀ ହେଲେ। ଏହି କାମ କରି ଦେଲେ ସେମାନେ ଯିହୂଦାକୁ ଟଙ୍କା ଦେବେ ବୋଲି କଥା ଦେଲେ। ତେଣୁ ଯିହୂଦା ଯୀଶୁଙ୍କୁ ପ୍ରଧାନଯାଜକମାନଙ୍କ ହାତରେ ଧରେଇ ଦେବା ପାଇଁ ସୁଯୋଗର ଅପେକ୍ଷାରେ ରହିଲା।

12 ନିସ୍ତାରପର୍ବର ଭୋଜି ଖମୀରଶୂନ୍ୟ ରୋଟୀ ପର୍ବର ପ୍ରଥମ ଦିନରେ ଯିହୂଦୀମାନେ ‘ନିସ୍ତାରପର୍ବର ମେଣ୍ଢାଛୁଆଟି’ କୁ ବଳି ଦିଅନ୍ତି। ସେହି ଦିନ ଯୀଶୁଙ୍କ ପାଖକୁ ତାହାଙ୍କ ଶିଷ୍ୟମାନେ ଆସି ପଗ୍ଭରିଲେ, “ନିସ୍ତାରପର୍ବର ଭୋଜିରେ ଆପଣଙ୍କ ପାଇଁ ସବୁକିଛି ପ୍ରସ୍ତୁତ କରିବାକୁ ଆମ୍ଭେ କେଉଁଠାକୁ ଯିବୁ ବୋଲି ଆପଣ ଗ୍ଭହୁଁଛନ୍ତି?”

13 ତା’ପରେ ଯୀଶୁ ନିଜର ଦୁଇଜଣ ଶିଷ୍ୟଙ୍କୁ ନଗରକୁ ପଠାଇଲେ। ଯୀଶୁ ସେମାନଙ୍କୁ କହିଲେ, “ନଗରକୁ ଯାଅ, ତୁମ୍ଭେ ଗୋଟିଏ ଲୋକକୁ ପାଣି ମାଠିଆଟିଏ ନେଇ ଯାଉଥିବାର ଦେଖିବ। ସେହି ଲୋକ ତୁମ୍ଭ ପାଖକୁ ଆସିବ। ତୁମ୍ଭେ ତା’ର ପଛେ ପଛେ ଯିବ।

14 ସେହି ଲୋକ ଗୋଟିଏ ଘରେ ପ୍ରବେଶ କରିବ, ତୁମ୍ଭେ ମଧ୍ୟ ଯାଇ ସେହି ଘରମାଲିକକୁ କହିବ ଯେ, ‘ଗୁରୁ କହି ପଠେଇଛନ୍ତି ମୁଁ ମୋ’ ଶିଷ୍ୟମାନଙ୍କ ସହିତ ନିସ୍ତାରପର୍ବର ଭୋଜି ଯେଉଁ ବଖରାଟିରେ ପାଳନ କରିବି, ସେହି ବଖରାଟି ଦେଖାଅ? ତାହାଙ୍କୁ କୁହ ଯେ ଗୁରୁ ଏହା ଜାଣିବାକୁ ଇଚ୍ଛା କରନ୍ତି।’

15 ଘର ମାଲିକ ତୁମ୍ଭମାନଙ୍କୁ ଉପର ମହଲାରେ ସମସ୍ତ ବ୍ୟବସ୍ଥା ଥିବା ଗୋଟିଏ ବଡ଼ କୋଠରୀ ଦେଖାଇବେ। ତୁମ୍ଭେ ସେହିଠାରେ ଆମ୍ଭମାନଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ କର।”

16 ତା’ପରେ ଶିଷ୍ୟମାନେ ସେଠାରୁ ନଗରକୁ ଗ୍ଭଲିଗଲେ। ଯୀଶୁ ସେମାନଙ୍କୁ ଯାହା କହିଥିଲେ, ସବୁକଥା ସେହିପରି ଘଟିଲା। ସେଠାରେ ସେମାନେ ନିସ୍ତାରପର୍ବର ଖାଦ୍ୟ ପ୍ରସ୍ତୁତ କଲେ।

17 ସନ୍ଧ୍ୟା ବେଳକୁ ଯୀଶୁ ବାରଜଣଯାକ ପ୍ରେରିତଙ୍କୁ ସାଙ୍ଗରେ ଧରି ସେଠାରେ ଯାଇ ପହଞ୍ଚିଲେ।

18 ସେମାନେ ଖାଉଥିବା ବାଳେ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ବର୍ତ୍ତମାନ ମୋ’ ସାଙ୍ଗରେ ଖାଉଥିବା ତୁମ୍ଭ ଭିତରୁ ଜଣେ ମୋ’ ପ୍ରତି ବିଶ୍ୱାସଘାତକତା କରିବ।”

19 ଏହା ଶୁଣି ଶିଷ୍ୟମାନେ ବହୁତ ମନ ଦୁଃଖ କଲେ। ପ୍ରତ୍ୟେକେ ଯୀଶୁଙ୍କୁ କହିଲେ, “ନିଶ୍ଚୟ ମୁଁ ସେହି ଲୋକ ନୁହେଁ।”

20 ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ସେହି ଲୋକ ତୁମ୍ଭ ବାରଜଣଙ୍କ ମଧ୍ୟରୁ ଜଣେ, ଯେକି ମୋ’ ସହିତ ବିଶ୍ୱାସଘାତକତା କରିବ। ସେ ମୋ’ ସଙ୍ଗେ ଗୋଟିଏ ଗିନାରେ ରୋଟୀ ବୁଡ଼ାଉଛି।

21 ମନୁଷ୍ୟପୁତ୍ରଙ୍କୁ ଯାଇ ମରିବାକୁ ପଡ଼ିବ। ଏହା ଘଟିବ ବୋଲି ଶାସ୍ତ୍ରରେ ଲେଖାଅଛି। କିନ୍ତୁ ଯେଉଁ ଲୋକ ମନୁଷ୍ୟପୁତ୍ରଙ୍କୁ ବିଶ୍ୱାସଘାତକତା କରିବ, ସେହି ଲୋକ ଯଦି ଜନ୍ମ ହୋଇ ନ ଥା’ନ୍ତା, ତେବେ ବହୁତ ଭଲ ହୋଇଥା’ନ୍ତା।”

22 ପ୍ରଭୁଭୋଜ ସେମାନେ ଖାଇବା ସମୟରେ ଯୀଶୁ କିଛି ରୋଟୀ ନେଲେ। ସେ ରୋଟୀ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ରୋଟୀ ଛିଣ୍ଡେଇ ଶିଷ୍ୟମାନଙ୍କୁ ଦେଇ କହିଲେ, “ଏହି ରୋଟୀ ନିଅ। ଏହା ମୋର ଦେହ।”

23 ତା’ପରେ ସେ ଦ୍ରାକ୍ଷାରସର ପାତ୍ରଟି ନେଲେ। ତାହା ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ତା’ପରେ ତାହା ଶିଷ୍ୟମାନଙ୍କୁ ଦେଲେ। ସମସ୍ତ ଶିଷ୍ୟ ସେହି ପାତ୍ରରୁ ଦ୍ରାକ୍ଷାରସ ପିଇଲେ।

24 ତା’ପରେ ଯୀଶୁ କହିଲେ, “ଏହା ମୋର ରକ୍ତ। ମୋର ରକ୍ତ ଏକ ନୂଆ ନିୟମ ଆରମ୍ଭ କରେ। ଏହି ନିୟମଟି ପରମେଶ୍ୱରଙ୍କଠାରୁ ତାହାଙ୍କ ଲୋକଙ୍କ ପାଇଁ ଉଦ୍ଧିଷ୍ଟ। ଏହି ରକ୍ତ ଅନେକ ଲୋକଙ୍କ ପାଇଁ ଦିଆଯାଇଛି।

25 ମୁଁ ତୁମ୍ଭକୁ ସତ୍ୟ କହୁଛି। ମୁଁ ଯେପର୍ଯ୍ୟନ୍ତ ପରମେଶ୍ୱରଙ୍କ ରାଜ୍ୟରେ ନୂଆ ଦ୍ରାକ୍ଷାରସ ପାନ ନ କରିଛି, ସେହି ଦିନ ପର୍ଯ୍ୟନ୍ତ ଆଉ ଦ୍ରାକ୍ଷାରସ ପିଇବି ନାହିଁ।”

26 ସବୁ ଶିଷ୍ୟମାନେ ମିଳି ଗୋଟିଏ ଗୀତ ବୋଲିଲେ ଓ ତା’ପରେ ଜୀତପର୍ବତ ଉପରକୁ ଗ୍ଭଲିଗଲେ।

27 ଯୀଶୁଙ୍କ ଅନୁସରଣକାରୀ ସମସ୍ତେ ତାଙ୍କୁ ଛାଡ଼ିବେ ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ସମସ୍ତେ ତୁମ୍ଭମାନଙ୍କର ବିଶ୍ୱାସ ହରେଇ ବସିବ। ଏହା ଶାସ୍ତ୍ରରେ ଲେଖା ଅଛି: ‘ମୁଁ ମେଷପାଳକଙ୍କୁ ମାରି ଦେବି, ତହିଁରେ ମେଣ୍ଢାମାନେ ଏଣେ ତେଣେ ପଳେଇଯିବେ।’

28 କିନ୍ତୁ ମୁଁ ମୃତ୍ୟୁ ପରେ ପୁନରୁ‌ତ୍‌ଥିତ ହେବି। ତା’ପରେ ମୁଁ ଗାଲିଲୀକୁ ଯିବି। ତୁମ୍ଭେମାନେ ସେଠାକୁ ଯିବା ପୂର୍ବରୁ ମୁଁ ସେଠାରେ ଥିବି।”

29 ପିତର କହିଲେ, “ଅନ୍ୟ ସମସ୍ତ ଶିଷ୍ୟ ହୁଏତ ସେମାନଙ୍କ ବିଶ୍ୱାସ ହରେଇ ପାରନ୍ତି। କିନ୍ତୁ ମୁଁ ମୋର ବିଶ୍ୱାସ କଦାପି ହରେଇବି ନାହିଁ।”

30 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଆଜି ରାତିରେ କୁକୁଡ଼ା ଦ୍ୱିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ଚିହ୍ନି ନାହଁ ବୋଲି ତିନିଥର କହିବ।”

31 ଏ କଥା ଶୁଣି ପିତର ଆହୁରି ଜୋର୍ ଦେଇ କହିଲେ, “ମୋତେ ତୁମ୍ଭ ସହିତ ମରିବାକୁ ପଡ଼ିଲେ ସୁଦ୍ଧା ମୁଁ ତୁମ୍ଭକୁ ଚିହ୍ନି ନାହିଁ ବୋଲି କଦାପି କହିବି ନାହିଁ।” ଅନ୍ୟ ସମସ୍ତ ଶିଷ୍ୟ ମଧ୍ୟ ସେହି ଏକା କଥା କହିଲେ।

32 ଯୀଶୁ ଏକାକୀ ପ୍ରାର୍ଥନା କରନ୍ତି ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗେ‌ଥ୍‌ଶିମାନୀ ନାମକ ଗୋଟିଏ ସ୍ଥାନକୁ ଆସିଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସ।”

33 ସେ ପିତର, ଯାକୁବ ଓ ଯୋହନଙ୍କୁ ତାହାଙ୍କ ସହିତ ଆସିବାକୁ କହିଲେ। ତା’ପରେ ଯୀଶୁ ଅତ୍ୟଧିକ ବିଚଳିତ ଓ ଦୁଃଖରେ ପୂର୍ଣ୍ଣ ହେବାକୁ ଲାଗିଲେ,

34 ଯୀଶୁ, ପିତର, ଯାକୁବ ଓ ଯୋହନଙ୍କୁ କହିଲେ, “ମୋର ହୃଦୟ ଦୁଃଖରେ ଭାଙ୍ଗି ପଡ଼ୁଛି। ମୁଁ ପ୍ରାଣ ବାହାରି ଯିବା ବେଳ ଭଳି ଦୁଃଖ ଅନୁଭବ କରୁଛି। ଏଠାରେ ଅପେକ୍ଷା କରି ରୁହ ଓ ଜାଗ୍ରତ ମଧ୍ୟ ରୁହ।”

35 ଯୀଶୁ ସେମାନଙ୍କଠାରୁ ଅଳ୍ପ ଦୂରକୁ ଗ୍ଭଲି କରି ଗଲେ। ତା’ପରେ ଯୀଶୁ ଭୂମିରେ ପଡ଼ିଗଲେ ଓ ପ୍ରାର୍ଥନା କଲେ ଯେ ଯଦି ସମ୍ଭବ ହୁଏ, ତେବେ ଏ ଯନ୍ତ୍ରଣାର ମୂହୂର୍ତ୍ତଟି ମୋ’ ପାଖରୁ ଘୁଞ୍ଚିଯାଉ।”

36 ସେ କହିଲେ, “ ଆ‌ବ୍‌‌‌‌ବା ହେ ପରମପିତା ତୁମ୍ଭ ପାଇଁ ସବୁକିଛି ସମ୍ଭବ। ମୋ’ଠାରୁ ଯନ୍ତ୍ରଣାର ଏହି ଗିନାଟି କୁ ଦୂରେଇ ଦିଅ। ତଥାପି ଯାହା ତୁମ୍ଭର ଇଚ୍ଛା, ତାହା କର। କିନ୍ତୁ ମୋ’ ଇଚ୍ଛାରେ କିଛି ନୁହେଁ।”

37 ତା’ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କ ପାଖକୁ ଫେରି ଆସିଲେ। ସେ ସେମାନଙ୍କୁ ଶୋଇପଡ଼ିଥିବାର ଦେଖିଲେ। ସେ ପିତରଙ୍କୁ କହିଲେ, “ଶିମୋନ, ତୁମ୍ଭେ ଶୋଇପଡ଼ିଲ? ତୁମ୍ଭେ ଘଣ୍ଟାଏ ପାଇଁ ଚେଇଁ ରହି ପାରିଲ ନାହିଁ?

38 ଜାଗି ରୁହ ଓ ପ୍ରାର୍ଥନା କର ଯେ, ତୁମ୍ଭେମାନେ ଯେପରି ପରୀକ୍ଷାରେ ନ ପଡ଼। ଯାହା ଠିକ୍, ତୁମ୍ଭର ଆତ୍ମା ତାହା କରିବାକୁ ଗ୍ଭହୁଁଛି, କିନ୍ତୁ ତୁମ୍ଭର ଶରୀର ଦୁର୍ବଳ।”

39 ପୁଣି ଯୀଶୁ ଫେରିଗଲେ ଓ ସେହିଭଳି କହି ପ୍ରାର୍ଥନା କଲେ।

40 ତା’ପରେ ସେ ଶିଷ୍ୟମାନଙ୍କ ପାଖକୁ ପୁଣି ଫେରି ଆସିଲେ ଓ ଦେଖିଲେ ଯେ, ସେମାନେ ପୁଣି ଶୋଇପଡ଼ିଛନ୍ତି। ସେମାନଙ୍କ ଆଖି ନିଦରେ ମାଡ଼ି ପଡ଼ୁଥିଲା। ଶିଷ୍ୟମାନେ ଜାଣି ପାରୁ ନ ଥିଲେ ଯେ, ସେମାନେ ଯୀଶୁଙ୍କୁ କ’ଣ ଉତ୍ତର ଦେବେ।

41 ଯୀଶୁ ତୃତୀୟଥର ପ୍ରାର୍ଥନା ସାରିବା ପରେ ଶିଷ୍ୟମାନଙ୍କ ପାଖକୁ ପୁଣି ଫେରି ଆସିଲେ ଏବଂ କହିଲେ, “ଏବେ ମଧ୍ୟ ତୁମ୍ଭେମାନେ ଶୋଇ ବିଶ୍ରାମ ନେଉଛ? ଯଥେଷ୍ଟ ସମୟ ହେଲାଣି। ବର୍ତ୍ତମାନ ମନୁଷ୍ୟପୁତ୍ରଙ୍କୁ ପାପୀମାନଙ୍କ ହାତରେ ଧରେଇ ଦିଆଯିବାର ସମୟ ଆସି ପହଞ୍ଚି ଗଲା।

42 ଠିଆ ହୁଅ। ଆମ୍ଭେମାନେ ଏଥର ଯିବା। ଦେଖ, ମୋତେ ବିଶ୍ୱାସଘାତକତା କରି ଧରେଇ ଦେବା ଲୋକ ଏବେ ଆସୁଛି।”

43 ଯୀଶୁ ବନ୍ଦୀ ହେଲେ ଯୀଶୁ ଏହି କଥା କହୁଥିବା ସମୟରେ ଯିହୂଦା ଆସି ସେଠାରେ ପହଞ୍ଚିଲା। ସେ ବାରଜଣ ପ୍ରେରିତଙ୍କ ମଧ୍ୟରେ ଜଣେ ଥିଲା। ତା ସାଙ୍ଗରେ ଅନେକ ଲୋକ ଥିଲେ। ସେହି ଲୋକମାନଙ୍କୁ ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ପ୍ରାଚୀନ ଯିହୂଦୀ ନେତାମାନେ ପଠାଇଥିଲେ। ଯିହୂଦା ଓ ସେହି ଲୋକମାନେ ହାତରେ ଖଣ୍ଡା ଓ ଠେଙ୍ଗା ଧରିଥିଲେ।

44 ବିଶ୍ୱାସଘାତକ ଯିହୂଦା ସେହି ଲୋକମାନଙ୍କୁ ଯୀଶୁଙ୍କୁ ଚିହ୍ନେଇ ଦେବା ପାଇଁ ଗୋଟିଏ ସଙ୍କେତ ଦେଇଥିଲା। ସେ କହିଥିଲା: “ଯେଉଁ ଲୋକକୁ ମୁଁ ଚୁମ୍ବନ ଦେବି, ସେ ହେଉଛନ୍ତି ଯୀଶୁ। ତୁମ୍ଭେମାନେ ତାହାଙ୍କୁ ବନ୍ଦୀ କରିବ ଓ ସାବଧାନରେ ଦୂରକୁ ନେଇଯିବ।”

45 ଯିହୂଦା ଯୀଶୁଙ୍କ ପାଖକୁ ଯାଇ କହିଲା, “ଗୁରୁ!” ତା’ପରେ ଯିହୂଦା ଯୀଶୁଙ୍କୁ ଚୁମ୍ବନ କଲା।

46 ଏହି ସମୟରେ ଲୋକମାନେ ଯୀଶୁଙ୍କୁ ଧରି ବନ୍ଦୀ କରି ନେଲେ।

47 ଯୀଶୁଙ୍କ ପାଖରେ ଠିଆ ହୋଇଥିବା ଜଣେ ଶିଷ୍ୟ ତା’ର ଖଣ୍ଡା ବାହାର କରି ମହାଯାଜକଙ୍କର ଜଣେ ଗ୍ଭକର ଉପରେ ଆଘାତ କଲା। ସେହି ଗ୍ଭକରର କାନ କଟିଗଲା।

48 ଯୀଶୁ ସେହି ଲୋକମାନଙ୍କୁ କହିଲେ, “ମୁଁ କ’ଣ ଜଣେ ଅପରାଧୀ ଯେ, ତୁମ୍ଭେମାନେ ଖଣ୍ଡା ଓ ଠେଙ୍ଗା ନେଇ ମୋତେ ଧରି ନେବାକୁ ଆସିଛ?

49 ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେବା ସମୟରେ ମୁଁ ତୁମ୍ଭମାନଙ୍କ ସହିତ ଥିଲି। କିନ୍ତୁ ସେତେବେଳେ ତୁମ୍ଭେମାନେ ମୋତେ ବନ୍ଦୀ କରି ନ ଥିଲ। କିନ୍ତୁ ଶାସ୍ତ୍ରରେ ଯାହା ଲେଖା ଯାଇଛି ତାହା ଯେପରି ସତ୍ୟ ହୁଏ ସେଥି ନିମନ୍ତେ ଏଭଳି ଘଟୁଛି।”

50 ତା’ପରେ ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କୁ ଛାଡ଼ି ଦୌଡ଼ି ପଳାଇଲେ।

51 ଜଣେ ଯୁବକ ଯୀଶୁଙ୍କୁ ଅନୁସରଣ କରୁଥିଲା। ସେ କେବଳ ଖଣ୍ଡିଏ ସରୁ ରେଶମ ଲୁଗା ପିନ୍ଧିଥିଲା। ସେହି ଲୋକମାନେ ଯୁବକକୁ ଧରିବାକୁ ଚେଷ୍ଟା କଲେ।

52 ସେ ଲୁଗାକୁ ଖସାଇ ଦେଲା ଓ ଉଲଗ୍ନ ହୋଇ ଦୌଡ଼ି ପଳାଇଲା।

53 ଯିହୂଦୀ ନେତାଙ୍କ ଆଗରେ ଯୀଶୁଙ୍କ ବିଗ୍ଭର ସେହି ଲୋକମାନେ ଯୀଶୁଙ୍କୁ ମହାଯାଜକଙ୍କ ପାଖକୁ ନେଇଗଲେ। ସମସ୍ତ ପ୍ରଧାନଯାଜକ, ପ୍ରାଚୀନ ନେତାଗଣ ଓ ଧର୍ମଶାସ୍ତ୍ରୀମାନେ ଏକତ୍ରିତ ହେଲେ।

54 ପିତର ଯୀଶୁଙ୍କଠାରୁ ଦୂରରେ ରହି ତାହାଙ୍କ ପଛେ ପଛେ ଆସି ମହାଯାଜକଙ୍କ ଅଗଣା ଭିତରେ ପହଞ୍ଚିଗଲେ। ସେ ସେଠାରେ ପ୍ରହରୀମାନଙ୍କ ସହିତ ବସି ଯାଇ ନିଆଁରେ ସେକି ହେଲେ।

55 ପ୍ରଧାନଯାଜକ ଓ ସମଗ୍ର ଯିହୂଦୀ ସହାସଭା ଯୀଶୁଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ତାହାଙ୍କ ବିରୁଦ୍ଧରେ କୌଣସି ଦୋଷର ପ୍ରମାଣ ପାଇବା ପାଇଁ ଚେଷ୍ଟା କଲେ, କିନ୍ତୁ ସେମାନେ ମୃତ୍ୟୁଦଣ୍ଡ ଦେବା ଭଳି କୌଣସି ପ୍ରମାଣ ପାଇଲେ ନାହିଁ।

56 ଅନେକ ଲୋକ ଆସି ଯୀଶୁଙ୍କ ବିରୁଦ୍ଧରେ ମିଛ ସାକ୍ଷ୍ୟ ଦେଲେ। କିନ୍ତୁ ସେମାନେ ସମସ୍ତେ ଅଲଗା ଅଲଗା କଥା କହିଲେ। ତାହାଙ୍କ ଭିତରୁ ଜଣେ ହେଲେ ଅନ୍ୟ ସହିତ ସମ୍ମତ ନ ଥିଲା।

57 ତା’ପରେ କେତେକ ଲୋକ ଠିଆ ହେଲେ ଓ ଯୀଶୁଙ୍କ ବିରୁଦ୍ଧରେ ମିଛ ସାକ୍ଷ୍ୟ ଦେଇ କହିଲେ,

58 “ଆମ୍ଭେମାନେ ଯୀଶୁଙ୍କୁ ଏହି କଥା କହିବାର ଶୁଣିଛୁ, ‘ମଣିଷ ତିଆରି ଏ ମନ୍ଦିରକୁ ମୁଁ ଭାଙ୍ଗି ଦେବି ଓ ପୁଣି ତିନି ଦିନ ଭିତରେ ଆଉ ଗୋଟିଏ ମନ୍ଦିର ତିଆରି କରିଦେବି, ଯାହାକି ମଣିଷ ହାତରେ ତିଆରି ହୋଇ ନ ଥିବ।”

59 ତଥାପି ଏ ଲୋକମାନେ ଯାହାସବୁ କହିଲେ, ତା’ ମଧ୍ୟରେ କାହାରି କଥା କାହାରି ସାଙ୍ଗରେ ମେଳ ଖାଉ ନ ଥିଲା।

60 ତା’ପରେ ସମସ୍ତଙ୍କ ଆଗରେ ମହାଯାଜକ ଠିଆ ହେଲେ। ସେ ଯୀଶୁଙ୍କୁ କହିଲେ, “ଏ ଲୋକମାନେ ତୁମ୍ଭ ବିରୁଦ୍ଧରେ ଅନେକ କଥା କହିଲେ। ତୁମ୍ଭ ବିରୁଦ୍ଧରେ ଯେତେ ଗୁଡ଼ିଏ ଅଭିଯୋଗ ଅଣାଗଲା, ସେ ବିଷୟରେ ତୁମ୍ଭର କିଛି କହିବାର ଅଛି କି? ଏ ଲୋକମାନେ କ’ଣ ସତ୍ୟ କଥା କହୁଛନ୍ତି?”

61 କିନ୍ତୁ ଯୀଶୁ ଚୁପ୍ ରହିଲେ। ସେ କିଛି ଉତ୍ତର ଦେଲେ ନାହିଁ। ମହାଯାଜକ ଯୀଶୁଙ୍କୁ ଆଉ ଗୋଟିଏ ପ୍ରଶ୍ନ ପଗ୍ଭରିଲେ: “ତୁମ୍ଭେ କ’ଣ ମହାନ୍ ପରମେଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ?”

62 ଯୀଶୁ ଉତ୍ତର ଦେଲେ, “ହଁ ମୁଁ ପରମେଶ୍ୱରଙ୍କ ପୁତ୍ର ଏବଂ ଭବିଷ୍ୟତରେ ତୁମ୍ଭେ ମନୁଷ୍ୟପୁତ୍ରଙ୍କୁ ସେହି ସର୍ବଶକ୍ତିମାନଙ୍କ ଡାହାଣ ପଟେ ବସିଥିବାର ଏବଂ ସ୍ୱର୍ଗର ମେଘମାଳା ମଧ୍ୟରେ ଆସୁଥିବାର ଦେଖିବ।”

63 ମହାଯାଜକ ଏ କଥା ଶୁଣି ଖୁବ୍ ରାଗି ଗଲେ। ସେ ରାଗରେ ନିଜ ବସ୍ତ୍ର ଚିରି ପକାଇ ସମସ୍ତଙ୍କୁ କହିଲେ, “ଆମ୍ଭର ଆଉ ସାକ୍ଷୀର କ’ଣ ଦରକାର?

64 ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଯାହାସବୁ କହିଗଲେ, ତୁମ୍ଭେମାନେ ସମସ୍ତେ ଶୁଣିଲ। ଏବେ ତୁମ୍ଭେମାନେ କ’ଣ ଭାବୁଛ?” ସମସ୍ତେ ଯୀଶୁଙ୍କୁ ଅପରାଧୀ ସାବ୍ୟସ୍ତ କଲେ ଓ ତାହାଙ୍କୁ ମୃତ୍ୟୁଦଣ୍ଡ ଦିଆ ଯିବା ଉଚିତ୍ ବୋଲି କହିଲେ।

65 ସେଠାରେ ଉପସ୍ଥିତ ଥିବା କେତେକ ଲୋକ ଯୀଶୁଙ୍କ ଉପରକୁ ଛେପ ପକାଇଲେ। କେତେକ ଯୀଶୁଙ୍କ ମୁହଁ ଘୋଡ଼େଇ ଦେଇ ବିଧା ମାରିଲେ, ଓ ଆଉ କେତେକ ଥଟ୍ଟା କରି କହିଲେ, “ଏବେ ତୁମ୍ଭେ ଆମ୍ଭକୁ ଦେଖେଇ ଦିଅ ଯେ, ତୁମ୍ଭେ ଜଣେ ଭବିଷ୍ୟ‌ଦ୍‌ବକ୍ତା।” ତା’ପରେ ପ୍ରହରୀମାନେ ତାହାଙ୍କୁ ନେଇ ଯାଇ ପିଟିଲେ।

66 ପିତର ଯୀଶୁଙ୍କୁ ଜାଣିଥିବା କଥା ଅସ୍ୱୀକାର କଲେ ସେହି ସମୟରେ ପିତର ମଧ୍ୟ ଅଗଣା ମଧ୍ୟରେ ଥିଲେ। ପିତରଙ୍କ ପାଖକୁ ମହାଯାଜକଙ୍କର ଜଣେ ଗ୍ଭକରାଣୀ ଆସିଲା।

67 ସେ ପିତରଙ୍କୁ ନିଆଁ ପାଖରେ ସେକି ହେଉଥିବାର ଦେଖିଲା। ସେ ପିତରଙ୍କୁ ଭଲ କରି ଗ୍ଭହିଁଲା। ତା’ପରେ ତାହାଙ୍କୁ ଚିହ୍ନି ପାରି କହିଲା, “ତୁମ୍ଭେ ମଧ୍ୟ ନାଜରିତର ଯୀଶୁଙ୍କ ସାଙ୍ଗରେ ଥିଲ।”

68 ପିତର କିନ୍ତୁ କହିଲେ ଯେ, ସେ କେବେ ହେଲେ ଯୀଶୁଙ୍କ ସାଙ୍ଗରେ ନ ଥିଲେ। ସେ କହିଲେ, “ତୁମ୍ଭେ କାହା ବିଷୟରେ କହୁଛ, ସେ ସବୁ ମୁଁ ଜାଣି ପାରୁନି କି ବୁଝି ପାରୁ ନାହିଁ।” ତା’ପରେ ପିତର ସେ ସ୍ଥାନ ଛାଡ଼ି ଅଗଣାର ପ୍ରଦେଶ ଦ୍ୱାର ପାଖକୁ ଗ୍ଭଲିଗଲେ।

69 ସେ ଗ୍ଭକରାଣୀଟି ପୁଣି ପିତରଙ୍କୁ ଦେଖି ସେଠାରେ ଠିଆ ହୋଇଥିବା ଲୋକମାନଙ୍କୁ କହିବାକୁ ଲାଗିଲା, “ଏ ଲୋକଟି ସେମାନଙ୍କ ମଧ୍ୟରୁ ଜଣେ।”

70 ପୁଣି ଥରେ ପିତର କହିଲେ ଯେ, ଏ କଥା ସତ୍ୟ ନୁହେଁ। କିଛି ସମୟ ପରେ ସେଠାରେ ଠିଆ ହୋଇଥିବା ଲୋକମାନେ ପିତରଙ୍କୁ କହିଲେ, “ନିଶ୍ଚିତ ଭାବରେ ତୁମ୍ଭେ ସେମାନଙ୍କ ମଧ୍ୟରୁ ଜଣେ। କାରଣ ତୁମ୍ଭେ ମଧ୍ୟ ଗାଲିଲୀରୁ ଆସିଛ।”

71 ତା’ପରେ ପିତର ଅଭିଶାପ ଦେବାକୁ ଲାଗିଲେ। ସେ ଦୃଢ଼ ଭାବରେ କହିଲେ, “ମୁଁ ପରମେଶ୍ୱରଙ୍କ ନାମରେ ଶପଥ କରି କହୁଛି ଯେ, ତୁମ୍ଭେମାନେ ଯେଉଁ ଲୋକ ବିଷୟରେ କହୁଛ, ମୁଁ ତାହାକୁ ଆଦୌ ଜାଣେ ନାହିଁ।”

72 ପିତର ଏ କଥା କହିବା ପରେ ପରେ କୁକୁଡ଼ାଟିଏ ଦ୍ୱିତୀୟ ଥର ଡାକିଲା। ଯୀଶୁଙ୍କର ସେହିସବୁ କଥା ଏବେ ପିତରଙ୍କର ମନେ ପଡ଼ିଲା: “କୁକୁଡ଼ା ତୃତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ଜାଣି ନାହଁ ବୋଲି ତିନିଥର କହି ସାରିଥିବ।” ତା’ପରେ ପିତର ଭୀଷଣ ଦୁଃଖରେ ଭାଙ୍ଗି ପଡ଼ି କାନ୍ଦିବାକୁ ଲାଗିଲେ।

15

1 ଶାସନକର୍ତ୍ତା ପୀଲାତ ଯୀଶୁଙ୍କୁ ପ୍ରଶ୍ନ କଲେ ସକାଳ ହେବା ମାତ୍ରେ ପ୍ରଧାନଯାଜକ, ପ୍ରାଚୀନ ଯିହୂଦୀ ନେତାଗଣ ଓ ଧର୍ମଶାସ୍ତ୍ରୀ ତଥା ସମଗ୍ର ଯିହୂଦୀ ମହାସଭା ଯୀଶୁଙ୍କ ପ୍ରତି କ’ଣ ବିଗ୍ଭର କରାଯିବ, ତାହା ସ୍ଥିର କଲେ। ସେମାନେ ଯୀଶୁଙ୍କୁ ବାନ୍ଧି ଶାସନକର୍ତ୍ତା ପୀଲାତଙ୍କ ପାଖକୁ ନେଇଗଲେ ଓ ତାହାଙ୍କ ହାତରେ ସମର୍ପଣ କରିଦେଲେ।

2 ପୀଲାତ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଯିହୂଦୀମାନଙ୍କର ରାଜା?” ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ଯାହା କହିଲ ତାହା ସତ୍ୟ।”

3 ପ୍ରଧାନଯାଜକମାନେ ଅନେକ ବିଷୟରେ ଯୀଶୁଙ୍କୁ ଅଭିଯୁକ୍ତ କଲେ।

4 ପୀଲାତ ପୁଣି ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭର କ’ଣ କିଛି କହିବାର ନାହିଁ? ଦେଖ, ସେମାନେ ତୁମ୍ଭକୁ ଅନେକ ବିଷୟରେ ଅଭିଯୁକ୍ତ କରୁଛନ୍ତି।”

5 ତଥାପି ଯୀଶୁ କିଛି ହେଲେ ଉତ୍ତର ଦେଲେ ନାହିଁ। ପୀଲାତ ଏଥିରେ ଅତ୍ୟନ୍ତ ଆଶ୍ଚର୍ଯ୍ୟ ହୋଇଗଲେ।

6 ପୀଲାତ ଯୀଶୁଙ୍କୁ ମୁକ୍ତ କରିବାରେ ଅସମର୍ଥ ହେଲେ ପ୍ରତିବର୍ଷ ପରମ୍ପରାକ୍ରମେ ନିସ୍ତାରପର୍ବ ସମୟରେ ଶାସନକର୍ତ୍ତା ଜଣେ ବନ୍ଦୀକୁ ବନ୍ଦୀଶାଳାରୁ ମୁକ୍ତ କରିଥା’ନ୍ତି। ଯେଉଁ ବନ୍ଦୀକୁ ମୁକ୍ତ କରିବା ପାଇଁ ଲୋକମାନେ ଗ୍ଭହାନ୍ତି, କେବଳ ସେହି ବନ୍ଦୀକୁ ଶାସନକର୍ତ୍ତା ମୁକ୍ତି ଦେଇଥା’ନ୍ତି।

7 ସେହି ସମୟରେ ବନ୍ଦୀଶାଳାରେ ବାର‌ବ୍‌ବା ନାମରେ ଏକ ବ୍ୟକ୍ତି ବିଦ୍ରୋହୀମାନଙ୍କ ସହିତ ବନ୍ଦୀ ଥିଲା। ଏହି ବିଦ୍ରୋହୀମାନେ ଗୋଟିଏ ବିଦ୍ରୋହ ସମୟରେ ନରହତ୍ୟା ଅପରାଧରେ ଦୋଷୀ ସାବ୍ୟସ୍ତ ହୋଇଥିଲେ।

8 ଲୋକମାନେ ପୀଲାତଙ୍କ ପାଖକୁ ଆସିଲେ ଓ ତାହାଙ୍କୁ କହିଲେ ଯେ ସବୁଥର ଭଳି ଏଥର ମଧ୍ୟ ସେମାନଙ୍କ ପାଇଁ ସେ ଜଣେ ବନ୍ଦୀକୁ ମୁକ୍ତ କରନ୍ତୁ।

9 ପୀଲାତ ଲୋକମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କ’ଣ ଗ୍ଭହୁଁଛ ଯେ ମୁଁ ତୁମ୍ଭମାନଙ୍କ ପାଇଁ ଯିହୂଦୀମାନଙ୍କ ରାଜାଙ୍କୁ ଛାଡ଼ି ଦିଏ?”

10 ପୀଲାତ ଏ କଥା କହିବାର କାରଣ ହେଲା, ସେ ଜାଣିଥିଲେ ଯେ ପ୍ରଧାନଯାଜକମାନେ ଈର୍ଷାନ୍ୱିତ ହୋଇ ଯୀଶୁଙ୍କୁ ତାହାଙ୍କ ହାତରେ ସମର୍ପଣ କରି ଦେଇଛନ୍ତି।

11 କିନ୍ତୁ ପ୍ରଧାନଯାଜକମାନେ ଲୋକମାନଙ୍କୁ ପ୍ରବର୍ତ୍ତାଇଲେ ଯେ, ସେମାନେ ପୀଲାତଙ୍କୁ କୁହନ୍ତୁ ବାର‌ବ୍‌ବାକୁ ମୁକ୍ତ କରିବା ପାଇଁ, କିନ୍ତୁ ଯୀଶୁଙ୍କୁ ନୁହେଁ।

12 ପୀଲାତ ଲୋକମାନଙ୍କୁ ଆହୁରି ଥରେ ପଗ୍ଭରିଲେ, “ତୁମ୍ଭେମାନେ ଯାହାକୁ ଯିହୂଦୀମାନଙ୍କର ରାଜା ବୋଲି କହୁଛ, ମୁଁ ତାହାଙ୍କ ପ୍ରତି କ’ଣ କରିବା ପାଇଁ ତୁମ୍ଭେମାନେ ଗ୍ଭହୁଁଛ?”

13 ଲୋକମାନେ ପାଟି କରି କହିଲେ, “ତାହାଙ୍କୁ କ୍ରୁଶରେ ଚଢ଼ାଅ।”

14 ପୀଲାତ ପଗ୍ଭରିଲେ, “କାହିଁକି? ସେ ଏଭଳି କ’ଣ ଅପରାଧ କରିଛନ୍ତି?” କିନ୍ତୁ ଲୋକମାନେ ଅଧିକ ଜୋ‌ର୍‌ରେ ଚିତ୍କାର କରି କହିଲେ, “ତାହାଙ୍କୁ କ୍ରୁଶରେ ଚଢ଼ାଅ।”

15 ପୀଲାତ ଲୋକମାନଙ୍କୁ ଖୁସୀ କରିବାକୁ ଗ୍ଭହିଁଲେ, ତେଣୁ ସେ ସେମାନଙ୍କ ପାଇଁ ବାର‌ବ୍‌ବାକୁ ମୁକ୍ତ କରିଦେଲେ ଏବଂ ଯୀଶୁଙ୍କୁ କୋରଡ଼ାରେ ପିଟିବା ପାଇଁ ସୈନ୍ୟମାନଙ୍କୁ ଆଦେଶ ଦେଲେ। ତା’ପରେ ସେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇ ମାରିଦେବା ପାଇଁ ତାହାଙ୍କୁ ସୈନ୍ୟମାନଙ୍କ ହାତରେ ଦେଇ ଦେଲେ।

16 ସୈନ୍ୟମାନେ ଯୀଶୁଙ୍କୁ ଶାସନକର୍ତ୍ତାଙ୍କ ପ୍ରାସାଦ ଭିତରକୁ ନେଇଗଲେ। ସେମାନେ ଅନ୍ୟ ସମସ୍ତ ସୈନ୍ୟମାନଙ୍କୁ ଏକାଠି ଡାକିଲେ।

17 ସୈନ୍ୟମାନେ ଯୀଶୁଙ୍କୁ ବାଇଗଣୀ ରଙ୍ଗର ପୋଷାକ ପିନ୍ଧାଇଲେ। ସେମାନେ ଗୋଟିଏ କଣ୍ଟାର ମୁକୁଟ ତିଆରି କରି ତାହାଙ୍କ ମୁଣ୍ଡରେ ପିନ୍ଧାଇଲେ।

18 ତା’ପରେ ସେମାନେ ତାହାଙ୍କୁ ସ୍ୱାଗତ କରି ଥଟ୍ଟାରେ କହିଲେ, ହେ ଯିହୂଦୀମାନଙ୍କର ରାଜା, କହି ପ୍ରଣାମ କଲେ।

19 ସୈନ୍ୟମାନେ ଯୀଶୁଙ୍କ ମୁଣ୍ଡରେ ବାରମ୍ବାର ବେତରେ ଆଘାତ କଲେ। ତାହାଙ୍କ ଉପରେ ଛେପ ପକାଇଲେ। ଆଣ୍ଠୁମାଡ଼ି ବସି ତାହାଙ୍କୁ ପ୍ରଣାମ କଲେ।

20 ଥଟ୍ଟା କରି ସାରିବା ପରେ ସେମାନେ ଯୀଶୁଙ୍କ ଦେହରୁ ବାଇଗଣୀ ପୋଷାକ କାଢ଼ିନେଇ ପୁଣି ତାହାଙ୍କୁ ତାହାଙ୍କର ପୂର୍ବ ବସ୍ତ୍ର ପିନ୍ଧାଇ ଦେଲେ। ତା’ପରେ ସେମାନେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇ ମାରିବା ପାଇଁ ପ୍ରାସାଦ ବାହାରକୁ ନେଇଗଲେ।

21 କ୍ରୁଶ ଉପରେ ଯୀଶୁଙ୍କୁ ହତ୍ୟା କଲେ ସେତେବେଳେ ଜଣେ କୂରୀଣୀୟ ବାସିନ୍ଦା ଶିମୋନ ପଲ୍ଲୀଗ୍ରାମରୁ ଆସି ସେ ବାଟେ ଯାଉଥିଲା। ସେ ଆଲେ‌କ୍‌ଜାଣ୍ଡାର ଓ ରୂଫଙ୍କ ପିତା ଥିଲା। ସୈନ୍ୟମାନେ ଯୀଶୁଙ୍କ ପାଇଁ କ୍ରୁଶ ବୋହି ନେବାକୁ ତାକୁ ବାଧ୍ୟ କଲେ।

22 ତା’ପରେ ସେମାନେ ଯୀଶୁଙ୍କୁ ଗ‌‌ଲ୍‌‌ଗଥା ନାମକ ସ୍ଥାନକୁ ନେଇଗଲେ। ଗ‌‌ଲ୍‌‌ଗଥାର ଅର୍ଥ “କପାଳ ସ୍ଥାନ”

23 ସେଠାରେ ସେମାନେ ଯୀଶୁଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ। କିନ୍ତୁ ଯୀଶୁ ତାହା ପିଇବାକୁ ମନା କଲେ।

24 ତା’ପରେ ସୈନ୍ୟମାନେ ଯୀଶୁଙ୍କୁ କ୍ରୁଶ ବିଦ୍ଧ କଲେ। ସେମାନେ ଯୀଶୁଙ୍କ ଲୁଗା ପଟା ନିଜ ନିଜ ମଧ୍ୟରେ ବାଣ୍ଟି ନେଲେ। କିଏ କ’ଣ ପାଇବ, ତାହା ସେମାନେ ଗୁଲିବାଣ୍ଟ ଦ୍ୱାରା ଭାଗ କରିବା ପାଇଁ ସ୍ଥିର କଲେ।

25 ଯୀଶୁଙ୍କୁ କ୍ରୁଶବିଦ୍ଧ କଲା ବେଳକୁ ସକାଳ ନଅଟା ବାଜିଥିଲା।

26 ଯୀଶୁଙ୍କ ବିରୁଦ୍ଧରେ ଗୋଟିଏ ଅଭିଯୋଗପତ୍ର ଫଳକ ଉପରେ ଲେଖା ଯାଇଥିଲା ଏ “ ଯିହୂଦୀମାନଙ୍କର ରାଜା।”

27 ଯୀଶୁଙ୍କ ସହିତ ଆଉ ଦୁଇଜଣ ଡକାୟତଙ୍କୁ ମଧ୍ୟ ସେମାନେ କ୍ରୁଶ ବିଦ୍ଧ କଲେ। ଜଣକୁ ତାହାଙ୍କର ଡାହାଣ ପଟେ ଓ ଆଉ ଜଣକୁ ବାମ ପଟେ କ୍ରୁଶ ବିଦ୍ଧ କରାଗଲା।

28

29 ଯୀଶୁଙ୍କ ପାଖଦେଇ ଗ୍ଭଲିଯାଉଥିବା ଲୋକେ ତାହାଙ୍କୁ ଅପମାନିତ କରୁଥିଲେ। ସେମାନେ ମୁଣ୍ଡ ହଲେଇ ହଲେଇ କହୁଥିଲେ, “ଆରେ ବାଃ, ତୁ ସେହି ଲୋକ, ଯିଏ ମନ୍ଦିରକୁ ଭାଙ୍ଗି ଦେଇ ତିନି ଦିନ ମଧ୍ୟରେ ତାହା ପୁଣି ତିଆରି କରି ଦେବୁ ବୋଲି କହୁଥିଲୁ।

30 ଏବେ କ୍ରୁଶ ଉପରୁ ଓହ୍ଲେଇ ଆସି ନିଜକୁ ରକ୍ଷା କର।”

31 ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ମଧ୍ୟ ସେଠାରେ ଉପସ୍ଥିତ ଥିଲେ। ଅନ୍ୟ ଲୋକମାନେ ଯୀଶୁଙ୍କୁ ଯେଭଳି ଭାବରେ ଥଟ୍ଟା କରୁଥିଲେ, ସେମାନେ ମଧ୍ୟ ଠିକ୍ ସେହିଭଳି ଯୀଶୁଙ୍କୁ ଥଟ୍ଟା କଲେ। ସେମାନେ କୁହାକୁହି ହେଉଥିଲେ, “ସେ ଅନ୍ୟକୁ ରକ୍ଷା କରୁଥିଲା, କିନ୍ତୁ ଏବେ ସେ ନିଜକୁ ରକ୍ଷା କରି ପାରିଲା ନାହିଁ।

32 ଯଦି ପ୍ରକୃତରେ ସେ ଖ୍ରୀଷ୍ଟ, ଇସ୍ରାଏଲର ରାଜା, ତେବେ ବର୍ତ୍ତମାନ ସେ କ୍ରୁଶ ଉପରୁ ତଳକୁ ଓହ୍ଲେଇ ଆସୁ। ନିଜକୁ ରକ୍ଷା କରୁ। ତା’ହେଲେ ଆମ୍ଭେମାନେ ତାହା ଦେଖିବା ଓ ତାକୁ ବିଶ୍ୱାସ କରିବା। ଯେଉଁମାନଙ୍କୁ ଯୀଶୁଙ୍କ ସହିତ ପାଖରେ କ୍ରୁଶ ବିଦ୍ଧ କରାଯାଉଥିଲା, ସେମାନ ମଧ୍ୟ ଯୀଶୁଙ୍କ ଅପମାନିତ କଲେ।

33 ଯୀଶୁଙ୍କ ମୃତ୍ୟୁ ଦ୍ୱିପ୍ରହର ବେଳକୁ ସମଗ୍ରଦେଶ ଉପରେ ଅନ୍ଧକାର ମାଡ଼ି ଆସିଲା। ଏହି ଅନ୍ଧକାର ଅପରାହ୍ନ ତିନିଟା ବେଳ ପର୍ଯ୍ୟନ୍ତ ରହିଲା।

34 ସେହି ସମୟରେ ଯୀଶୁ ବଡ଼ ପାଟିରେ କହି ଉଠିଲେ, “‌‌ଏଲୀ, ‌‌ଏଲୀ, ଲାମା ଶବ‌‌କ୍‌‌ଥାନୀ।” ଅର୍ଥାତ, “ହେ ମୋର ପରମେଶ୍ୱର, ହେ ମୋର ପରମେଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?”

35 ସେଠାରେ ଠିଆ ହୋଇଥିବା କେତେକ ଲୋକ ଏ କଥା ଶୁଣିଲେ। ସେମାନେ କହିଲେ, “ଶୁଣ, ସେ ଏଲିୟଙ୍କୁ ଡାକୁଛି।”

36 ସେଠାରୁ ଜଣେ ଲୋକ ଦୌଡ଼ିଯାଇ ଅମ୍ଳରସରେ ଭିଜାଇଥିବା ଗୋଟିଏ ସ୍ପ‌ଞ୍ଜ୍‌ଆଣିଲା। ସ୍ପ‌ଞ୍ଜ୍‌କୁ ଗୋଟିଏ ବାଡ଼ିରେ ବାନ୍ଧିଲା। ଯୀଶୁ ସ୍ପ‌ଞ୍ଜ୍‌ରୁ ଅମ୍ଳରସ ପିଇବେ ବୋଲି ସେ ବାଡ଼ିଟିର ସ୍ପ‌ଞ୍ଜ୍‌ ବନ୍ଧା ହୋଇଥିବା ପାଖଟି ତାହାଙ୍କ ଆଡ଼କୁ ବଢ଼ାଇଲା। ଲୋକଟି କହିଲା, “ଏବେ ଆମ୍ଭେ ଅପେକ୍ଷା କରିବା ଏବଂ ଏଲିୟ ଆସି ତାକୁ କ୍ରୁଶ ଉପରୁ ତଳକୁ ନେବାକୁ ଆସୁଛନ୍ତି କି ନାହିଁ, ଦେଖିବା।”

37 ତା’ପରେ ଯୀଶୁ ଉଚ୍ଚ ସ୍ୱରରେ ପାଟି କରି ପ୍ରାଣତ୍ୟାଗ କଲେ।

38 ଯୀଶୁ ଯେତେବେଳେ ପ୍ରାଣତ୍ୟାଗ କଲେ, ସେତେବେଳେ ମନ୍ଦିରର ପରଦା ଉପରୁ ତଳ ପର୍ଯ୍ୟନ୍ତ ଦୁଇଖଣ୍ଡ ହୋଇ ଚିରିଗଲା।

39 କ୍ରୁଶ ଆଗରେ ଠିଆ ହୋଇଥିବା ସେନାପତି ଯୀଶୁ କିପରି ପ୍ରାଣତ୍ୟାଗ କଲେ, ତାହା ଦେଖିଲେ। ସେ କହିଲେ, “ପ୍ରକୃତରେ ଏହି ଲୋକ ପରମେଶ୍ୱରଙ୍କ ପୁତ୍ର ଥିଲେ।”

40 କେତେକ ସ୍ତ୍ରୀଲୋକ କ୍ରୁଶଠାରୁ କିଛି ଦୂରରେ ଠିଆ ହୋଇ ଦେଖୁଥିଲେ। ସେମାନଙ୍କ ମଧ୍ୟରେ ମ‌ଗ୍‌ଦଲୀନୀ ସହରରୁ ଆସିଥିବା ମରିୟମ, ଶଲୋମୀ, ଯାକୁବ ଓ ଯୋସିଙ୍କ ମା ମରିୟମ ଥିଲେ। ଯାକୁବ ମରିୟମଙ୍କର ସାନ ପୁଅ ଥିଲା।

41 ଏହି ସ୍ତ୍ରୀଲୋକମାନେ ଯୀଶୁ ଗାଲିଲୀରେ ଥିବା ବେଳେ ତାହାଙ୍କର ସହିତ ଥିଲେ। ସେମାନେ ତାହାଙ୍କର ସେବାଯତ୍ନ କରୁଥିଲେ। ଅନ୍ୟ ଅନେକ ସ୍ତ୍ରୀଲୋକ ମଧ୍ୟ ସେଠାରେ ଥିଲେ। ସେମାନେ ଯୀଶୁଙ୍କ ସହିତ ଯିରୁଶାଲମକୁ ଆସିଥିଲେ।

42 ଯୀଶୁଙ୍କୁ ସମାଧି ଦିଆଗଲା ସନ୍ଧ୍ୟା ହୋଇଯାଇଥିଲା। ଏହି ଦିନଟି ଆୟୋଜନ ଦିବସ (ବିଶ୍ରାମ ଦିବସର ପୂର୍ବ ଦିନ) ଥିଲା।

43 ହାରାମାଥୀୟାର ଯିହୂଦୀ ଯୋସେଫ ମହାସଭାର ଜଣେ ସମ୍ମାନିତ ସଦସ୍ୟ ଥିଲେ ଓ ସେ ପରମେଶ୍ୱରଙ୍କ ରାଜ୍ୟ ଆସୁ ବୋଲି ଗ୍ଭହୁଁଥିଲେ। ସେ ସାହସର ସହିତ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶବକୁ ମାଗିଲେ।

44 ଯୀଶୁ ଏତେ ଶୀଘ୍ର ମରି ଯାଇ ସାରିଲେଣି ଶୁଣି ପୀଲାତ ବହୁତ ଆଶ୍ଚର୍ଯ୍ୟ ହୋଇଗଲେ। ସେ ଯୀଶୁଙ୍କୁ ଜଗିଥିବା ସେନାପତିଙ୍କୁ ଡକାଇଲେ। ପୀଲାତ ତାହାଙ୍କୁ ଯୀଶୁ ମରି ସାରିଲେଣି କି ନାହିଁ ପଗ୍ଭରିଲେ।

45 ସେନାପତି ଜଣକ ପୀଲାତଙ୍କୁ ଯୀଶୁ ପ୍ରାଣତ୍ୟାଗ କରି ସାରିଥିବା କଥା କହିଲେ। ତା’ପରେ ପୀଲାତ ଯୋସେଫଙ୍କୁ କହିଲେ ଯେ, ସେ ଯୀଶୁଙ୍କ ଶବ ନେଇ ଯାଇ ପାରିବେ।

46 ଯୋସେଫ ଖଣ୍ଡିଏ ବସ୍ତ୍ର କିଣିଲେ। ସେ ଶବକୁ କ୍ରୁଶ ଉପରୁ ତଳକୁ ଓହ୍ଲେଇ ଆଣିଲେ। ସେ ଶବକୁ ବସ୍ତ୍ରରେ ସମ୍ପୂର୍ଣ୍ଣ ଘୋଡ଼େଇ ଦେଲେ ଓ ପଥର କଟା ହୋଇ ତିଆରି ହୋଇଥିବା ଗୋଟିଏ କବରରେ ତାହାଙ୍କୁ ରଖିଦେଲେ। ଖଣ୍ଡିଏ ବଡ଼ ପଥର ଗଡ଼େଇ ଆଣି କବରର ମୁହଁକୁ ବନ୍ଦ କରିଦେଲେ।

47 ମ‌ଗ୍‌ଦଲୀନୀ ମରିୟମ ଓ ଯୋସିଙ୍କ ମା ଯୀଶୁଙ୍କୁ ଯେଉଁଠାରେ ରଖାଗଲା, ସେହି ସ୍ଥାନଟି ଦେଖିଲେ।

16

1 ଯୀଶୁ ମୃତ୍ୟୁରୁ ପୁନରୁ‌ତ୍‌ଥିତ ହେଲେ ବିଶ୍ରାମ ଦିବସର ପରଦିନ ମ‌ଗ୍‌ଦଲୀନୀ ମରିୟମ, ଯାକୁବଙ୍କ ମା ମରିୟମ ଓ ଶଲୋମୀ, ଯୀଶୁଙ୍କ ଶରୀରକୁ ଅଭିଷିକ୍ତ କରିବା ପାଇଁ କିଛି ସୁଗନ୍ଧିତ ତେଲ ଆଣିଲେ।

2 ସପ୍ତାହର ସେହି ପ୍ରଥମ ଦିନ ଖୁବ୍ ଶୀଘ୍ର ଠିକ୍ ସୂର୍ଯ୍ୟୋଦୟ ପରେ ପରେ ସେମାନେ କବର ପାଖକୁ ଗଲେ।

3 ସେମାନେ ନିଜ ନିଜ ଭିତରେ କୁହା କୁହି ହେଲେ, “କବର ମୁହଁକୁ ଗୋଟିଏ ବିରାଟ ପଥର ଦ୍ୱାରା ବନ୍ଦ କରି ଦିଆ ହୋଇଛି। ପଥରଟିକୁ ଆମ୍ଭ ପାଇଁ କିଏ ସେଠାରୁ ଗଡ଼େଇ ଦେବ?”

4 ତା’ପରେ ସେମାନେ ସେ ଆଡ଼କୁ ଗ୍ଭହିଁଲେ। ସେମାନେ ଦେଖିଲେ ଯେ, ସେହି ବଡ଼ ପଥରଟି ସେଠାରୁ ଘୁଞ୍ଚା ଯାଇଛି।

5 ସେମାନେ କବର ଭିତରକୁ ଗଲେ। ସେଠାରେ ସେମାନେ ଧଳା ପୋଷାକ ପିନ୍ଧିଥିବା ଜଣେ ଯୁବକକୁ ଦେଖିଲେ। ସେ ସମାଧିର ଡାହାଣ ପଟେ ବସି ରହିଥିଲେ। ସେମାନେ ଡରିଗଲେ।

6 କିନ୍ତୁ ଯୁବକ ଜଣକ କହିଲେ, “ଭୟ କର ନାହିଁ। ତୁମ୍ଭେମାନେ କ୍ରୁଶବିଦ୍ଧ ନାଜରିତର ଯୀଶୁଙ୍କୁ ଖୋଜୁଛ। ସେ ମୃତ୍ୟୁରୁ ପୁନରୁ‌ତ୍‌ଥିତ ହୋଇଛନ୍ତି। ସେ ଏଠାରେ ନାହାନ୍ତି। ଦେଖ, ସେମାନେ ତାହାଙ୍କୁ ଏହି ସ୍ଥାନରେ ରଖିଥିଲେ।

7 ଏବେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଏବଂ ପିତରଙ୍କୁ କୁହ ଯେ, ତୁମ୍ଭମାନଙ୍କ ପୂର୍ବରୁ ଯୀଶୁ ଗାଲିଲୀକୁ ଯାଉଛନ୍ତି। ସେ ତୁମ୍ଭକୁ ପୂର୍ବରୁ ଯେଉଁଭଳି କହିଥିଲେ, ତୁମ୍ଭେମାନେ ତାହାଙ୍କୁ ସେହିଭଳି ସେଠାରେ ଦେଖିବ।”

8 ସେହି ସ୍ତ୍ରୀଲୋକମାନେ ଭୟ ପାଇ ଯାଇଥିଲେ ଏବଂ ବିସ୍ମୟରେ ଅଭିଭୂତ ହୋଇ ଯାଉଥିଲେ। ସେମାନେ କବରରୁ ବାହାରି ଦୌଡ଼ି ପଳାଇଲେ, କିନ୍ତୁ ଭୟଭୀତ ହୋଇ ଯାଇଥିବାରୁ ଏସବୁ ଘଟଣା କାହାରିକୁ କହିଲେ ନାହିଁ।

9 କେତେକ ପୁରୁଣା ଗ୍ରୀକ୍ ପ୍ରତିରେ ପଦସଂଖ୍ୟା ଆଠରେ ହିଁ ମାର୍କ ଲିଖିତ ସୁସମାଗ୍ଭର ସମାପ୍ତ ହୋଇଛି। କେତେକ ଶିଷ୍ୟ ଯୀଶୁଙ୍କୁ ଦେଖିଲେ ସପ୍ତାହର ପ୍ରଥମ ଦିନର ବଡ଼ି ସକାଳୁ ଯୀଶୁ ମୃତ୍ୟୁରୁ ପୁନରୁ‌ତ୍‌ଥିତ ହେଲେ। ସର୍ବ ପ୍ରଥମେ ସେ ମ‌ଗ୍‌ଦଲୀନୀ ମରିୟମଙ୍କ ନିକଟରେ ନିଜକୁ ଦେଖା ଦେଲେ। ଅତୀତରେ ଥରେ ଯୀଶୁ ଏହି ମରିୟମଙ୍କଠାରୁ ସାତୋଟି ଭୂତଙ୍କୁ ତଡ଼ି ଦେଇଥିଲେ।

10 ମରିୟମ ଯୀଶୁଙ୍କୁ ଦେଖି ସାରିବା ପରେ ତାହାଙ୍କ ଶିଷ୍ୟମାନଙ୍କ ପାଖକୁ ଯାଇ ଏ ବିଷୟ କହିଲେ। ସେତେବେଳକୁ ଶିଷ୍ୟମାନେ ଶୋକରେ ବୁଡ଼ି ଯାଇଥିଲେ ଓ ବିଳାପ କରୁଥିଲେ।

11 ମରିୟମ ସେମାନଙ୍କୁ କହିଲେ ଯେ, ଯୀଶୁ ଜୀବିତ ଅଛନ୍ତି ଏବଂ ସେ ନିଜେ ଯୀଶୁଙ୍କୁ ଦେଖିଛନ୍ତି। କିନ୍ତୁ ଶିଷ୍ୟମାନେ ସେମାନଙ୍କ କଥାରେ ବିଶ୍ୱାସ କଲେ ନାହିଁ।

12 ଏହା ପରେ ଦୁଇଜଣ ଶିଷ୍ୟ ପଡ଼ିଆ ମଧ୍ୟରେ ଯାଉଥିବା ସମୟରେ ଯୀଶୁ ସେମାନଙ୍କ ନିକଟରେ ଅନ୍ୟ ଏକ ରୂପରେ ଦେଖା ଦେଲେ।

13 ଏହି ଶିଷ୍ୟ ଦୁଇଜଣ ଫେରି ଆସି ଅନ୍ୟ ଶିଷ୍ୟମାନଙ୍କୁ ଏ କଥା ଜଣାଇଲେ। ତଥାପି ଶିଷ୍ୟମାନେ ତାହାଙ୍କ କଥାକୁ ମଧ୍ୟ ବିଶ୍ୱାସ କଲେ ନାହିଁ।

14 ପ୍ରେରିତମାନଙ୍କ ସହିତ ଯୀଶୁଙ୍କ କଥାବାର୍ତ୍ତା ପରେ ଯେତେବେଳେ ଏଗାର ଜଣ ପ୍ରେରିତ ଖାଉଥିଲେ, ସେତିକିବେଳେ ଯୀଶୁ ସେମାନଙ୍କୁ ଦେଖା ଦେଲେ। ସେ ସେମାନଙ୍କୁ ସେମାନଙ୍କର ଅବିଶ୍ୱାସ ଓ ମନର ଜଡ଼ତା ପାଇଁ ସମାଲୋଚନା କଲେ। କାରଣ ଯେଉଁମାନେ ଯୀଶୁଙ୍କୁ ମୃତ୍ୟୁରୁ ପୁନରୁ‌ତ୍‌ଥାନ ହୋଇଛନ୍ତି ବୋଲି ଦେଖିଥିଲେ, ସେମାନଙ୍କୁ ଏହି ଶିଷ୍ୟମାନେ ବିଶ୍ୱାସ କରି ନ ଥିଲେ।

15 ଯୀଶୁ ସେମାନଙ୍କୁ କହିଲେ, “ପୃଥିବୀର ଗ୍ଭରିଆଡ଼କୁ ଯାଅ। ପ୍ରତ୍ୟେକ ଲୋକକୁ ସୁସମାଗ୍ଭର ଶୁଣାଅ।

16 ଯେଉଁ ଲୋକ ବିଶ୍ୱାସ କରିବ ଓ ବାପ୍ତିଜିତ ହେବ, ସେ ଉଦ୍ଧାର ପାଇବ। କିନ୍ତୁ ଯେଉଁ ଲୋକ ଅବିଶ୍ୱାସ କରିବ, ସେ ଦୋଷୀ ସାବ୍ୟସ୍ତ ହେବ।

17 ଯେଉଁମାନେ ମୋତେ ବିଶ୍ୱାସ କରିବେ, ସେମାନେ ତା’ର ପ୍ରମାଣ ସ୍ୱରୂପ ଏହିସବୁ କାମ କରିବାକୁ ସକ୍ଷମ ହେବେ: ସେମାନେ ଲୋକମାନଙ୍କଠାରୁ ମୋ’ ନାମରେ ଭୂତମାନଙ୍କୁ ବାହାର କରି ଦେଇ ପାରିବେ। କେବେ ହେଲେ ଶିଖି ନ ଥିବା ନୂଆ ନୂଆ ଅନେକ ଭଷାରେ କଥାବାର୍ତ୍ତା କରିବେ।

18 ସେମାନେ ନିଜ ହାତରେ ସାପକୁ ଧରିବେ କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ସେମାନେ ବିଷ ମଧ୍ୟ ପିଇ ଦେବେ, କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ଏ ଲୋକମାନେ ରୋଗୀମାନଙ୍କ ଉପରେ ହାତ ରଖିବେ ଏବଂ ରୋଗୀମାନେ ଭଲ ହୋଇଯିବେ।”

19 ଯୀଶୁଙ୍କ ସ୍ୱର୍ଗାରୋହଣ ପ୍ରଭୁ ଯୀଶୁ ଏହିସବୁ କଥା ପ୍ରେରିତମାନଙ୍କୁ କହି ସାରିବା ପରେ ତାହାଙ୍କୁ ସ୍ୱର୍ଗକୁ ନିଆଗଲା। ସେ ପରମେଶ୍ୱରଙ୍କ ଡାହାଣ ପଟେ ବସିଲେ।

20 ତା’ପରେ ପ୍ରେରିତମାନେ ପୃଥିବୀର ପ୍ରତ୍ୟେକ ସ୍ଥାନକୁ ଯାଇ ଲୋକମାନଙ୍କୁ ସୁସମାଗ୍ଭରର ଉପଦେଶ ଦେଲେ ଏବଂ ପ୍ରଭୁ ସେମାନଙ୍କୁ ସାହାଯ୍ୟ କଲେ। ପ୍ରଭୁ ପ୍ରମାଣିତ କରିଦେଲେ ଯେ, ପ୍ରେରିତମାନେ ଯେଉଁ ସୁସମାଗ୍ଭର ପ୍ରଗ୍ଭର କରୁଥିଲେ ତାହା ସତ୍ୟ। ପ୍ରଭୁ ସେମାନଙ୍କୁ ଆଶ୍ଚର୍ଯ୍ୟକାର୍ଯ୍ୟ କରିବା ପାଇଁ ଶକ୍ତି ପ୍ରଦାନ କରି ଏହା ପ୍ରମାଣିତ କରିଦେଲେ।